ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଉତ୍ତରାଖଣ୍ଡ ମୁଖ୍ୟମନ୍ତ୍ରୀ ଶ୍ରୀ ତ୍ରିବେନ୍ଦ୍ର ସିଂ ରାୱତଙ୍କ ସହ କଥା ହୋଇ ରାଜ୍ୟର ସ୍ଥିତି ସମୀକ୍ଷା କରିଛନ୍ତି ।

ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ ତରଫରୁ ଏକ ଟ୍ଵିଟରେ କୁହାଯାଇଛି ଯେ, "ଆସାମ ଗସ୍ତରେ ଥାଇ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଉତ୍ତରାଖଣ୍ଡ ପରିସ୍ଥିତିର ସମୀକ୍ଷା କରିଛନ୍ତି । ସେ ମୁଖ୍ୟମନ୍ତ୍ରୀ ଶ୍ରୀ ତ୍ରିବେନ୍ଦ୍ର ସିଂ ରାୱତ ଏବଂ ଅନ୍ୟାନ୍ୟ ବରିଷ୍ଠ ଅଧିକାରୀଙ୍କ ସହ ଆଲୋଚନା କରିଛନ୍ତି । ସମୀକ୍ଷା କାଳରେ ସେ ଉଦ୍ଧାର ଓ ରିଲିଫ କାର୍ଯ୍ୟର ତଦାରଖ କରିଥିଲେ । ପ୍ରଭାବିତ ଲୋକଙ୍କୁ ସମସ୍ତ ପ୍ରକାରର ସହାୟତା ଯୋଗାଇବା ପାଇଁ ଅଧିକାରୀମାନେ କାର୍ଯ୍ୟ କରୁଛନ୍ତି" ।

 

ଅନ୍ୟ ଏକ ଟ୍ଵିଟରେ ପ୍ରଧାନମନ୍ତ୍ରୀ କହିଛନ୍ତି, "ଉତ୍ତରାଖଣ୍ଡର ଦୁର୍ଭାଗ୍ୟପୂର୍ଣ୍ଣ ପରିସ୍ଥିତି ଉପରେ ମୁଁ ତୀକ୍ଷଣ ନଜର ରଖିଛି । ଉତ୍ତରାଖଣ୍ଡ ସହିତ ଭାରତ ଛିଡା ହୋଇଛି ଏବଂ ସେଠାରେ ସମସ୍ତଙ୍କ ସୁରକ୍ଷା ପାଇଁ ଦେଶବାସୀ ପ୍ରାର୍ଥନା କରୁଛନ୍ତି । ବରିଷ୍ଠ ଅଧିକାରୀଙ୍କ ସହ ନିରନ୍ତର କଥାବାର୍ତ୍ତା କରି ଏନଡିଆରଏଫ ନିୟୋଜନ, ଉଦ୍ଧାର ଏବଂ ରିଲିଫ କାର୍ଯ୍ୟ ବିଷୟରେ ସବିଶେଷ ତଥ୍ୟ ଆହରଣ କରୁଛି" ।

 

Explore More
ଶ୍ରୀରାମ ଜନ୍ମଭୂମି ମନ୍ଦିର ଧ୍ଵଜାରୋହଣ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ

ଲୋକପ୍ରିୟ ଅଭିଭାଷଣ

ଶ୍ରୀରାମ ଜନ୍ମଭୂମି ମନ୍ଦିର ଧ୍ଵଜାରୋହଣ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
India’s electric PV retail sales jump 44% in February; Tata Motors leads: FADA

Media Coverage

India’s electric PV retail sales jump 44% in February; Tata Motors leads: FADA
NM on the go

Nm on the go

Always be the first to hear from the PM. Get the App Now!
...
ସୋସିଆଲ ମିଡିଆ କର୍ଣ୍ଣର ମାର୍ଚ୍ଚ 7, 2026
March 07, 2026

Reform, Perform and Transform: PM Modi’s Mantra for India’s Growth