ଜାନୁଆରୀ 20ରେ ‘ପରୀକ୍ଷା ପେ ଚର୍ଚ୍ଚା-2020’ କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଛାତ୍ରଛାତ୍ରୀ, ଶିକ୍ଷକ ଓ ଅଭିଭାବକଙ୍କ ସହ ମତ ବିନିମୟ କରିବେ । ନୂଆଦିଲ୍ଲୀସ୍ଥିତ ତାଲକଟୋରା ଷ୍ଟାଡିୟମଠାରେ ସକାଳ 11ଟାରେ ଛାତ୍ରଛାତ୍ରୀମାନଙ୍କ ସହ ‘ପରୀକ୍ଷା ପେ ଚର୍ଚ୍ଚା-2020’ ର ତୃତୀୟ ପର୍ଯ୍ୟାୟ କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀ ମତ ବିନିମୟ କରିବେ । ପରୀକ୍ଷାରେ କିପରି ସଫଳତା ଲାଭ କରିବେ ସେ ସଂପର୍କରେ ମନୋନୀତ ଛାତ୍ରମାନଙ୍କ ପ୍ରଶ୍ନର ଉତ୍ତର ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ପ୍ରଦାନ କରିବେ ।

ଏହି କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀ ଛାତ୍ରଛାତ୍ରୀଙ୍କ ମନରୁ ପରୀକ୍ଷା ସଂପର୍କିତ ଭୟ ଦୂର କରିବା ପାଇଁ କେତେକ ମୂଲ୍ୟବାନ ଉପଦେଶ ଦେଉଥିବାରୁ ଛାତ୍ରଛାତ୍ରୀ, ଶିକ୍ଷକ ଓ ଅଭିଭାବକଙ୍କ ମନରେ ଆନନ୍ଦର ଲହରି ଖେଳିଯାଇଛି ।

ବିଦ୍ୟାଳୟ ଓ ମହାବିଦ୍ୟାଳୟସ୍ତରୀୟ ‘ପରୀକ୍ଷା ପେ ଚର୍ଚ୍ଚା-1.0’ ପ୍ରଥମ ପର୍ଯ୍ୟାୟ କାର୍ଯ୍ୟକ୍ରମ ଗତ 16 ଫେବୃଆରୀ-2018 ରେ ନୂଆଦିଲ୍ଲୀସ୍ଥିତ ତାଲକଟୋରା ଷ୍ଟାଡିୟମରେ ଅନୁଷ୍ଠିତ ହୋଇଥିଲା ଏବଂ ବିଦ୍ୟାଳୟ ଓ ମହାବିଦ୍ୟାଳୟସ୍ତରୀୟ ‘ପରୀକ୍ଷା ପେ ଚର୍ଚ୍ଚା-2.0’ ଦ୍ୱିତୀୟ ପର୍ଯ୍ୟାୟ କାର୍ଯ୍ୟକ୍ରମ ଗତ 29 ଜାନୁଆରୀ -2019ରେ ନୂଆଦିଲ୍ଲୀସ୍ଥିତ ତାଲକଟୋରା ଷ୍ଟାଡିୟମରେ ଅନୁଷ୍ଠିତ ହୋଇଥିଲା ।

Explore More
ଶ୍ରୀରାମ ଜନ୍ମଭୂମି ମନ୍ଦିର ଧ୍ଵଜାରୋହଣ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ

ଲୋକପ୍ରିୟ ଅଭିଭାଷଣ

ଶ୍ରୀରାମ ଜନ୍ମଭୂମି ମନ୍ଦିର ଧ୍ଵଜାରୋହଣ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
Jumbo Indian contingent comprising 768 athletes, support staff and officials for Asian Games

Media Coverage

Jumbo Indian contingent comprising 768 athletes, support staff and officials for Asian Games
NM on the go

Nm on the go

Always be the first to hear from the PM. Get the App Now!
...
ସୋସିଆଲ ମିଡିଆ କର୍ଣ୍ଣର ସେପ୍ଟେମ୍ବର 4, 2026
September 04, 2026

Make in India, Power India, Play for India: Multi-Sector Momentum Under PM Modi’s Leadership