ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆସନ୍ତାକାଲି ଜାନୁୟାରୀ 05, 2019ରେ ଓଡିଶା ଓ ଝାଡଖଣ୍ଡ ଗସ୍ତ କରିବେ ।

ପ୍ରଥମ ଚରଣରେ ପ୍ରଧାନମନ୍ତ୍ରୀ ଝାଡଖଣ୍ଡରେ ପହଂଚିବେ । ସେଠାରେ ସେ ଫଳକ ଉନ୍ମୋଚନ ପୂର୍ବକ ଉତ୍ତର କୋଏଲ (ମଣ୍ଡଳ ଡ୍ୟାମ) ପ୍ରକଳ୍ପର ପୁନରୁଦ୍ଧାର ଏବଂ କହଁର ଷ୍ଟୋନ ପାଇପଲାଇନ ଜଳସେଚନ ପ୍ରକଳ୍ପର ଆଧାରଶିଳା ରଖିବେ । ପ୍ରଧାନମନ୍ତ୍ରୀ ଆବାସ ଯୋଜନା ଅଧିନରେ 25 ହଜାର ହିତାଧିକାରୀଙ୍କ ପାଇଁ ଇ-ଗୃହ ପ୍ରବେଶ କାର୍ଯ୍ୟକୁ ଭିଡିଓ କନଫରେନ୍ସ ଜରିଆରେ ଉଦ୍ଘାଟନ କରିବେ । ସେଠାରେ ସେ ଏକ ଜନସଭାକୁ ସମ୍ବୋଧନ କରିବାର କାର୍ଯ୍ୟକ୍ରମ ମଧ୍ୟ ରହିଛି ।

ଦ୍ୱିତୀୟ ଚରଣରେ ପ୍ରଧାନମନ୍ତ୍ରୀ ଓଡିଶା ଆସିବେ । ବାରିପଦାଠାରେ ସେ ବାଲେଶ୍ୱର-ହଳଦିଆ-ଦୁର୍ଗାପୁର ସେକ୍ସନ ଏଲପିଜି ପାଇପଲାଇନ ପ୍ରକଳ୍ପ ଏବଂ ବାଲେଶ୍ୱର ବହୁମୂଖୀ ଲଜିଷ୍ଟିକ ପାର୍କର ଲୋକାର୍ପଣ କରିବେ । ଭାରତୀୟ ତୈଳ ନିଗମ ପକ୍ଷରୁ ଏହି ଏଲପିଜି ପାଇପଲାଇନ ନିର୍ମାଣ କରାଯାଉଛି ।

ଏହି ଗସ୍ତ କାଳରେ ପ୍ରଧାନମନ୍ତ୍ରୀ ଫଳକ ଉନ୍ମୋଚନ ପୂର୍ବକ ହରିପୁରଗଡଠାରେ ଥିବା ଐତିହାସିକ ଦୁର୍ଗର ରସିକରାୟ ମନ୍ଦିରର ବିକାଶ ଓ ସଂରକ୍ଷଣ କାର୍ଯ୍ୟକୁ ଶୁଭାରମ୍ଭ କରିବେ । ସେ ଏହି ଅବସରରେ ରାଜ୍ୟର 6ଟି ପାସପୋର୍ଟ ସେବା କେନ୍ଦ୍ର ଉଦ୍ଘାଟନ କରିବା ସହ ବିଭିନ୍ନ ଜାତୀୟ ରାଜପଥ ପ୍ରକଳ୍ପର ପ୍ରଶସ୍ତିକରଣ କାର୍ଯ୍ୟ ପାଇଁ ଶିଳାନ୍ୟାସ କରିବେ । ଟାଟାନଗର-ବାଦାମପାହାଡ ମଧ୍ୟରେ ଦ୍ୱିତୀୟ ପାସେଞ୍ଜର ଟ୍ରେନର ଚଳାଚଳକୁ ପ୍ରଧାନମନ୍ତ୍ରୀ ସବୁଜ ପତାକା ଦେଖାଇ ଶୁଭାରମ୍ଭ କରିବା ସହ ବାରିପଦାଠାରେ ଏକ ଜନସଭାରେ ଉଦ୍ବୋଧନ ଦେବାର କାର୍ଯ୍ୟକ୍ରମ ରହିଛି ।

 

Explore More
ଶ୍ରୀରାମ ଜନ୍ମଭୂମି ମନ୍ଦିର ଧ୍ଵଜାରୋହଣ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ

ଲୋକପ୍ରିୟ ଅଭିଭାଷଣ

ଶ୍ରୀରାମ ଜନ୍ମଭୂମି ମନ୍ଦିର ଧ୍ଵଜାରୋହଣ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
'PM Modi Is One Of Our Greatest Friends': Netanyahu Says Israel Is 'Investing Heavily' In India Ties

Media Coverage

'PM Modi Is One Of Our Greatest Friends': Netanyahu Says Israel Is 'Investing Heavily' In India Ties
NM on the go

Nm on the go

Always be the first to hear from the PM. Get the App Now!
...
ସୋସିଆଲ ମିଡିଆ କର୍ଣ୍ଣର ଅଗଷ୍ଟ 04, 2026
August 04, 2026

From Auto PLI to Ramsar Sites: How India is Winning on Every Front Under PM Modi