ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ସେପ୍ଟେମ୍ବର, 22, 2018ରେ ଓଡ଼ିଶା ଏବଂ ଛତିଶଗଡ଼ ଗସ୍ତ କରିବେ ।

ଓଡ଼ିଶାର ତାଳଚେରଠାରେ ସେ ତାଳଚେର ସାର କାରଖାନାର ପୁନରୁଦ୍ଧାର କାର୍ଯ୍ୟକ୍ରମକୁ ଫଳକ ଉନ୍ମୋଚନ ପୂର୍ବକ ଶୁଭାରମ୍ଭ କରିବେ । କୋଇଲା ବାଷ୍ପୀକରଣ ଆଧାରିତ ସାର ଉତ୍ପାଦନ ୟୁନିଟ ଭାବେ ଏହା ହେବ ଦେଶର ପ୍ରଥମ କାରଖାନା । ସାର ବ୍ୟତୀତ ଏହି ପ୍ଲାଂଟରୁ ପ୍ରାକୃତିକ ଗ୍ୟାସ ଉତ୍ପାଦନ ହେବ, ଯଦ୍ଦ୍ୱାରା ଏହା ଦେଶର ଇନ୍ଧନ ଆବଶ୍ୟକତା ଦିଗରେ ମଧ୍ୟ ଯୋଗଦାନ କରିବ ।

ପ୍ରଧାନମନ୍ତ୍ରୀ ଏହାପରେ ଝାରସୁଗୁଡ଼ା ଗସ୍ତ କରିବେ, ସେଠାରେ ସେ ଝାରସୁଗୁଡ଼ା ବିମାନବନ୍ଦର ଉଦଘାଟନ କରିବେ । ଏହି ବିମାନ ବନ୍ଦର ପଶ୍ଚିମ ଓଡ଼ିଶାକୁ ଭାରତର ବିମାନ ଚଳାଚଳ ମାନଚିତ୍ରରେ ସ୍ଥାନିତ କରିବ ଏବଂ ଉଡ଼ାନ୍ ଯୋଜନା ଅଧୀନରେ ଆଂଚଳିକ ବିମାନ ଯୋଗାଯୋଗ ସେବା ପ୍ରଦାନ କରିବ ।

ଏହି ଅବସରରେ ଗର୍ଜନବାହାଲ କୋଇଲା ଖଣି ଏବଂ ଝାରସୁଗୁଡ଼ା-ବରପାଲି-ସରଡେଗା ରେଳ ଲିଙ୍କକୁ ମଧ୍ୟ ପ୍ରଧାନମନ୍ତ୍ରୀ ରାଷ୍ଟ୍ର ଉଦ୍ଦେଶ୍ୟରେ ଉତ୍ସର୍ଗ କରିବେ । ସୁନ୍ଦରଗଡର ଦୁଲଙ୍ଗା କୋଇଲା ଖଣିରୁ ଆନୁଷ୍ଠାନିକ ଭାବେ କୋଇଲା ଉତ୍ପାଦନ ଏବଂ ପରିବହନ କାର୍ଯ୍ୟକୁ ପ୍ରଧାନମନ୍ତ୍ରୀ ଦେଶ ଉଦ୍ଦେଶ୍ୟରେ ସମର୍ପିତ କରିବେ ।

ଏହାପରେ ପ୍ରଧାନମନ୍ତ୍ରୀ ଛତିଶଗଡ଼ର ଜାଞ୍ଜଗିର ଚାମ୍ପାରେ ପହଁଚିବେ । ସେଠାରେ ସେ ପାରମ୍ପରିକ ହସ୍ତତନ୍ତ ଏବଂ କୃଷି ପ୍ରଦର୍ଶନୀ ପରିଦର୍ଶନ କରିବେ । ସେ ଜାତୀୟ ରାଜପଥ ପ୍ରକଳ୍ପ ଏବଂ ପେଣ୍ଡ୍ରା-ଅନୁପ୍ପୁର ତୃତୀୟ ରେଳଲାଇନ ପାଇଁ ଭିତ୍ତିପ୍ରସ୍ତର ସ୍ଥାପନ କରିବେ । ସେଠାରେ ପ୍ରଧାନମନ୍ତ୍ରୀ ଏକ ଜନସଭାକୁ ସମ୍ବୋଧିତ କରିବାର କାର୍ଯ୍ୟକ୍ରମ ରହିଛି ।

 

Explore More
ଶ୍ରୀରାମ ଜନ୍ମଭୂମି ମନ୍ଦିର ଧ୍ଵଜାରୋହଣ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ

ଲୋକପ୍ରିୟ ଅଭିଭାଷଣ

ଶ୍ରୀରାମ ଜନ୍ମଭୂମି ମନ୍ଦିର ଧ୍ଵଜାରୋହଣ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
Jo khelega woh khilega, always cheer for Bharat: PM Modi meets India's CWG medallists

Media Coverage

Jo khelega woh khilega, always cheer for Bharat: PM Modi meets India's CWG medallists
NM on the go

Nm on the go

Always be the first to hear from the PM. Get the App Now!
...
ସୋସିଆଲ ମିଡିଆ କର୍ଣ୍ଣର ଅଗଷ୍ଟ 10, 2026
August 10, 2026

History, Heritage & High Growth: Why India’s Youth Feel Unstoppable Under PM Modi’s Leadership