ବାବାଧାମରେ ୧୦ହଜାରତମ ଜନ ଔଷଧି କେନ୍ଦ୍ର ଖୋଲିବା ଖୁସିର କଥା: ପ୍ରଧାନମନ୍ତ୍ରୀ
ଉତ୍ତମ ମାନର ଔଷଧ ସୁଲଭ ମୂଲ୍ୟରେ ଯୋଗାଣ ଏକ ବଡ ସେବା : ପ୍ରଧାନମନ୍ତ୍ରୀ ଶ୍ରୀ ମୋଦୀ

 ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଭିଡିଓ କନ୍‌ଫରେନ୍ସିଂ ବ୍ୟବସ୍ଥାରେ ବିକଶିତ ଭାରତ ସଂକଳ୍ପ ଯାତ୍ରାର ହିତାଧିକାରୀଙ୍କ ସହିତ ଆଲୋଚନା କରିଛନ୍ତି । ଏହି ଅବସରରେ ପ୍ରଧାନମନ୍ତ୍ରୀଙ୍କ ଦ୍ୱାରା ମହିଳା କିଷାନ ଡ୍ରୋନ କେନ୍ଦ୍ରର ଶୁଭାରମ୍ଭ ମଧ୍ୟ କରାଯାଇଛି । ଏହି କାର୍ଯ୍ୟକ୍ରମ ଅବସରରେ ପ୍ରଧାନମନ୍ତ୍ରୀ ଆଜି ଝାଡଖଣ୍ଡର ଦେଓଘରସ୍ଥିତ ଏମ୍ସରେ ଦେଶର ୧୦ ହଜାରତମ ଜନଔଷଧୀ କେନ୍ଦ୍ରକୁ ଉଦ୍‌ଘାଟନ କରିଛନ୍ତି । ଦେଶରେ ଜନ ଔଷଧି କେନ୍ଦ୍ର ସଂଖ୍ୟା ୧୦ ହଜାରରୁ ୨୫ ହଜାରକୁ ବୃଦ୍ଧି କରିବା ସଂକ୍ରାନ୍ତ କାର୍ଯ୍ୟକ୍ରମ ମଧ୍ୟ ପ୍ରଧାନମନ୍ତ୍ରୀଙ୍କ ଦ୍ୱାରା ଶୁଭାରମ୍ଭ କରାଯାଇଛି ।

 ପ୍ରଧାନମନ୍ତ୍ରୀ ଗତ ସ୍ୱାଧୀନତା ଦିବସ ଅବସରରେ ଲାଲକିଲ୍ଲାରୁ ଦେଇଥିବା ଭାଷଣରେ ଦେଶରେ ଜନ ଔଷଧି କେନ୍ଦ୍ର ସଂଖ୍ୟା ୨୫ ହଜାର କରିବା ଏବଂ ମହିଳା କିଷାନ ଡ୍ରୋନ କେନ୍ଦ୍ର ସ୍ଥାପନ ସମ୍ପର୍କରେ ଘୋଷଣା କରିଥିଲେ। ସେହି ପ୍ରତିଶ୍ରୁତି ପାଳନ ପର୍ବ ଆଜିଠାରୁ ଆରମ୍ଭ ହୋଇଛି । 

ଦେଓଘର ଠାରେ ଖୋଲିଥିବା ଜନ ଔଷଧି କେନ୍ଦ୍ର କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀ ଏହି କେନ୍ଦ୍ରର ପରିଚାଳକ ରୁଚି କୁମାରୀଙ୍କ ସହ ଭିଡିଓ କନ୍‌ଫରେନ୍ସିଂ ବ୍ୟବସ୍ଥାରେ ଆଲୋଚନା କରିଥିଲେ । ରୁଚି କହିଥିଲେ ଯେ ବଜାର ଦରଠାରୁ ଯଥେଷ୍ଟ ଶସ୍ତାରେ ଜନଔଷଧି କେନ୍ଦ୍ରରୁ ଉନ୍ନତ ମାନର ଔଷଧ ମିଳୁଥିବାରୁ ଗରିବ ଓ ମଧ୍ୟବିତ୍ତ ବର୍ଗର ଲୋକେ ବିଶେଷ ଉପକୃତ ହେବେ । ଏସବୁ କେନ୍ଦ୍ରରେ ୧୦୦ ଟଙ୍କାର ବଜାର ମୂଲ୍ୟ ଔଷଧ ୧୦ ରୁ ୫୦ଟଙ୍କା ମଧ୍ୟରେ ମିଳୁଛି । ବାବା ଧାମରେ ଦେଶର ୧୦ହଜାରତମ ଜନ ଔଷଧି କେନ୍ଦ୍ର ଖୋଲିବା ଖୁସିର ବିଷୟ ବୋଲି ଉଲ୍ଲେଖ କରି ପ୍ରଧାନମନ୍ତ୍ରୀ କହିଥିଲେ ଯେ ଜନ ଔଷଧି କେନ୍ଦ୍ର ଓ ଏହାର ବିଶେଷତ୍ୱ ସମ୍ପର୍କରେ ସାମାଜିକ ଗଣମାଧ୍ୟମରେ ଲୋକଙ୍କୁ ସଚେତନ କରାଯିବା ଉଚିତ । ରୁଚି କୁମାରୀଙ୍କୁ ଏହି କାମ କରିବାକୁ ସେ ପରାମର୍ଶ ଦେଇଥିଲେ ।

ପ୍ରଧାନମନ୍ତ୍ରୀ ମଧ୍ୟ ଜନଔଷଧି ଯୋଜନାର ହିତାଧିକାରୀଙ୍କ ସହ ଆଲୋଚନା କରିଥିଲେ । ଶ୍ରୀ ସୋନା ମିଶ୍ର ନାମକ ଜଣେ ଦୋକାନୀ ତଥା ହିତାଧିକାରୀ ପ୍ରଧାନମନ୍ତ୍ରୀଙ୍କୁ କହିଥିଲେ ଯେ ଆଗରୁ ସେ ଯେଉଁ ଔଷଧ ବଜାରରୁ କିଣୁଥିଲେ, ସେଥି ପାଇଁ ଯେତେ ଟଙ୍କା ଖର୍ଚ୍ଚ ହେଉଥିଲା ଜନ ଔଷଧି କିଣିବା ପରେ ତାଙ୍କ ମାସିକ ପ୍ରାୟ ୧୦ହଜାର ଟଙ୍କା କମ୍ ପଡୁଛି । ଶସ୍ତା ଔଷଧ ମିଳିବା ଘେନି ଲୋକଙ୍କୁ ସଚେତନ କରିବାକୁ ନିଜ ଦୋକାନରେ ଏକ ବୋର୍ଡ ଲଗାଇବାକୁ ପ୍ରଧାନମନ୍ତ୍ରୀ ଏହି ହିତାଧିକାରୀ ଶ୍ରୀ ମିଶ୍ରଙ୍କୁ ପରାମର୍ଶ ଦେଇଥିଲେ ।

ସ୍ଥାନୀୟ ଲୋକ ଜନ ଔଷଧି ଯୋଜନା ସମ୍ପର୍କରେ ଅବଗତ ଥିବା ପ୍ରଧାନମନ୍ତ୍ରୀ ଜାଣିବା ପରେ ସନ୍ତୋଷ ପ୍ରକାଶ କରିଥିଲେ । ଲୋକଙ୍କୁ ଉତ୍ତମ ମାନର ଓ ସୁଲଭ ମୂଲ୍ୟରେ ଔଷଧ ଯୋଗାଇବା ଏକ ବଡ ସେବା ବୋଲି ପ୍ରଧାନମନ୍ତ୍ରୀ ଶ୍ରୀ ମୋଦୀ କହିଥିଲେ ।

 

Explore More
ଶ୍ରୀରାମ ଜନ୍ମଭୂମି ମନ୍ଦିର ଧ୍ଵଜାରୋହଣ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ

ଲୋକପ୍ରିୟ ଅଭିଭାଷଣ

ଶ୍ରୀରାମ ଜନ୍ମଭୂମି ମନ୍ଦିର ଧ୍ଵଜାରୋହଣ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
E-Samudra: India’s digital push to reshape maritime governance

Media Coverage

E-Samudra: India’s digital push to reshape maritime governance
NM on the go

Nm on the go

Always be the first to hear from the PM. Get the App Now!
...
ସୋସିଆଲ ମିଡିଆ କର୍ଣ୍ଣର ଅଗଷ୍ଟ 11, 2026
August 11, 2026

Champions on the Podium, Capital Unlocked, Digital Seas Opened: New India’s Winning Streak Under PM Modi