PM reviews availability of medical infrastructure
3 Empowered groups give presentation to PM
PM directs officials to ensure rapid upgradation of health infrastructure

ଦେଶରେ କୋଭିଡ-19 ସଂକ୍ରାନ୍ତ ସ୍ଥିତିର ସମୀକ୍ଷା ଲାଗି ପ୍ରଧାନମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ଶୀର୍ଷସ୍ତରୀୟ ଅଧିକାରୀମାନଙ୍କୁ ନେଇ ଏକ ଉଚ୍ଚସ୍ତରୀୟ ବୈଠକ ଅନୁଷ୍ଠିତ ହୋଇଯାଇଛି। ଦେଶରେ ଅକ୍ସିଜେନ, ଔଷଧ, ସ୍ବାସ୍ଥ୍ୟ ଭିତ୍ତିଭୂମିର ଉପଲବ୍ଧତା ଆଦି ସମ୍ପର୍କରେ ପ୍ରଧାନମନ୍ତ୍ରୀଙ୍କୁ ବୈଠକରେ ସୂଚନା ଦିଆଯାଇଥିଲା।

ଅକ୍ସିଜେନ ଯୋଗାଣ ବୃଦ୍ଧି ଦିଗରେ କାର୍ଯ୍ୟ କରୁଥିବା କ୍ଷମତାପ୍ରାପ୍ତ ଗୋଷ୍ଠୀ ପ୍ରଧାନମନ୍ତ୍ରୀଙ୍କୁ ଦେଶରେ ଅକ୍ସିଜେନ ଉପଲବ୍ଧତା ଓ ଯୋଗାଣ ନିମନ୍ତେ କରାଯାଉଥିବା ପ୍ରୟାସ ସମ୍ପର୍କରେ ବିସ୍ତୃତ ସୂଚନା ଦେଇଥିଲେ। ଦେଶରେ ତରଳ ମେଡ଼ିକାଲ ଅକ୍ସିଜେନ (ଏଲଏମଓ) ଉତ୍ପାଦନ ଅଗଷ୍ଟ 2020ରେ ଦୈନିକ 5700 ମେଟ୍ରିକ ଟନ୍ ଥିବା ବେଳେ 25 ଏପ୍ରିଲ 2021 ସୁଦ୍ଧା ଏହା 8922 ମେଟ୍ରିକ ଟନକୁ ବୃଦ୍ଧି ପାଇଛି। ଏପ୍ରିଲ 2021 ଶେଷ ସୁଦ୍ଧା ଦେଶରେ ଦୈନିକ ଘରୋଇ ଅକ୍ସିଜେନ ଉତ୍ପାଦନ 9250 ମେଟ୍ରିକ ଟନକୁ ଟପିଯିବ ବୋଲି ଆଶା କରାଯାଉଛି।

ଯଥାଶୀଘ୍ର ସମ୍ଭବ ପିଏସଏ ଅକ୍ସିଜେନ ପ୍ଲାଣ୍ଟଗୁଡ଼ିକୁ କାର୍ଯ୍ୟକ୍ଷମ କରିବା ନିମନ୍ତେ ରାଜ୍ୟ ସରକାରଙ୍କ ସହିତ ସମନ୍ବୟ ରଖି କାର୍ଯ୍ୟ କରିବା ନିମନ୍ତେ ପ୍ରଧାନମନ୍ତ୍ରୀ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦେଇଥିଲେ। ରାଜ୍ୟଗୁଡ଼ିକୁ ପିଏସଏ ଅକ୍ସିଜେନ ପ୍ଲାଣ୍ଟ ପ୍ରତିଷ୍ଠା କରିବା ଲାଗି ମଧ୍ୟ ଉତ୍ସାହିତ କରାଯାଉଥିବା ସମ୍ପର୍କରେ ଅଧିକାରୀମାନେ ପ୍ରଧାନମନ୍ତ୍ରୀଙ୍କୁ ଅବଗତ କରାଇଥିଲେ। ଅକ୍ସିଜେନ ଏକ୍ସପ୍ରେସ ରେଳ ସେବା ସହିତ ଘରୋଇ ଓ ଅନ୍ତର୍ଜାତୀୟ ଉଡ଼ାଣ ଜରିଆରେ ଭାରତୀୟ ବାୟୁସେନା ପକ୍ଷରୁ ଅଣାଯାଉଥିବା ଅକ୍ସିଜେନ ସମ୍ପର୍କରେ ମଧ୍ୟ ପ୍ରଧାନମନ୍ତ୍ରୀଙ୍କୁ ସୂଚନା ଦିଆଯାଇଥିଲା।

ସାଧାରଣ ଶଯ୍ୟା ଓ ଆଇସିୟୁ ଶଯ୍ୟା ସଂଖ୍ୟା ବଢ଼ାଇବା ଲାଗି ନିଆଯାଉଥିବା ପଦକ୍ଷେପ ସମ୍ପର୍କରେ ଚିକିତ୍ସା ଭିତ୍ତିଭୂମି ଓ କୋଭିଡ ପରିଚାଳନା ଉପରେ କାର୍ଯ୍ୟ କରୁଥିବା କ୍ଷମତାପ୍ରାପ୍ତ ଗୋଷ୍ଠୀ ପ୍ରଧାନମନ୍ତ୍ରୀଙ୍କୁ ସୂଚନା ଦେଇଥିଲେ। ସଂକ୍ରମଣର ଶୃଙ୍ଖଳ ଭାଙ୍ଗିବା ଲାଗି କରାଯାଉଥିବା ପ୍ରୟାସ ସମ୍ପର୍କରେ ସେମାନେ ପ୍ରଧାନମନ୍ତ୍ରୀଙ୍କୁ ଅବଗତ କରାଇଥିଲେ। ରାଜ୍ୟ ସରକାରଙ୍କ କ୍ଷମତାପ୍ରାପ୍ତ କର୍ତ୍ତୃପକ୍ଷ ସଠିକ ଭାବେ କୋଭିଡ ପରିଚାଳନା ଆବଶ୍ୟକତାକୁ କାର୍ଯ୍ୟକାରୀ କରିବା ସଂକ୍ରାନ୍ତରେ ଥିବା ନିର୍ଦ୍ଦିଷ୍ଟ ମାର୍ଗଦର୍ଶିକା ଓ ରଣନୀତି ସୁନିଶ୍ଚିତ କରିବାର ଆବଶ୍ୟକତା ଉପରେ ପ୍ରଧାନମନ୍ତ୍ରୀ ଜୋର ଦେଇଥିଲେ।

କୋଭିଡ ସଂକ୍ରାନ୍ତ ବ୍ୟବହାର ସମ୍ପର୍କରେ ଲୋକମାନଙ୍କ ମଧ୍ୟରେ ସଚେତନତାରେ ସୁଧାର ଆଣିବା ଦିଗରେ କରାଯାଉଥିବା ଉଦ୍ୟମ ସମ୍ପର୍କରେ ଯୋଗାଯୋଗ ଉପରେ ଗଠିତ କ୍ଷମତାପ୍ରାପ୍ତ ଗୋଷ୍ଠୀ ପ୍ରଧାନମନ୍ତ୍ରୀଙ୍କୁ ସୂଚନା ଦେଇଥିଲେ।

ଏହି ବୈଠକରେ କ୍ୟାବିନେଟ ସଚିବ, ଗୃହ ସଚିବ, ସଡ଼କ ପରିବହନ ଓ ରାଜପଥ ମନ୍ତ୍ରଣାଳୟ ସଚିବ, ସୂଚନା ଓ ପ୍ରସାରଣ ମନ୍ତ୍ରଣାଳୟ ସଚିବ, ଫାର୍ମାସ୍ୟୁଟିକାଲ୍ସ ବିଭାଗ ସଚିବ, ନୀତି ଆୟୋଗ ସଦସ୍ୟ, ଆଇସିଏମଆର ଡିଜି, ବାୟୋଟେକ୍ନୋଲୋଜି ସଚିବ ଓ ଅନ୍ୟ ବରିଷ୍ଠ ଅଧିକାରୀମାନେ ଯୋଗ ଦେଇଥିଲେ।

 

Explore More
ଶ୍ରୀରାମ ଜନ୍ମଭୂମି ମନ୍ଦିର ଧ୍ଵଜାରୋହଣ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ

ଲୋକପ୍ରିୟ ଅଭିଭାଷଣ

ଶ୍ରୀରାମ ଜନ୍ମଭୂମି ମନ୍ଦିର ଧ୍ଵଜାରୋହଣ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
India's $13 billion semiconductor mission: Boosting domestic chip manufacturing and design

Media Coverage

India's $13 billion semiconductor mission: Boosting domestic chip manufacturing and design
NM on the go

Nm on the go

Always be the first to hear from the PM. Get the App Now!
...
ସୋସିଆଲ ମିଡିଆ କର୍ଣ୍ଣର ସେପ୍ଟେମ୍ବର 8, 2026
September 08, 2026

Viksit Bharat, Many Engines: Defence, Diplomacy, Growth & Green Power Under PM Modi