ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ତାମିଲନାଡ଼ୁର ବିରୁଦ୍ଧନଗର ଜିଲ୍ଲାରେ ଏକ ବାଣ କାରଖାନାରେ ଦୁର୍ଘଟଣା ଯୋଗୁ ଜୀବନହାନିରେ ଶୋକ ବ୍ୟକ୍ତ କରିଛନ୍ତି । ଆହତମାନେ ଶୀଘ୍ର ସୁସ୍ଥ ହେବାକୁ ଶ୍ରୀ ମୋଦୀ କାମନା କରିଛନ୍ତି ।
ପ୍ରଧାନମନ୍ତ୍ରୀ ପିଏମ୍ଏନ୍ଆର୍ଏଫ୍ରୁ ମୃତକଙ୍କ ପରିବାରକୁ ୨ ଲକ୍ଷ ଟଙ୍କା ଲେଖାଏ ଅନୁକମ୍ପାମୂଳକ ରାଶି ଏବଂ ଆହତ ପାଇଁ ୫୦ ହଜାର ଟଙ୍କା ଲେଖାଏ ସହାୟତା ପ୍ରଦାନ କରିବାକୁ ଘୋଷଣା କରିଛନ୍ତି ।
ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଏକ୍ସରେ ପୋଷ୍ଟ କରାଯାଇଛି:
‘ବିରୁଦ୍ଧନଗର ଜିଲ୍ଲାର ଏକ ବାଣ କାରଖାନାରେ ଦୁର୍ଘଟଣା ବାବଦରେ ଜାଣି ବେଶ୍ ଦୁଃଖିତ । ନିଜ ପ୍ରିୟଜନଙ୍କୁ ହରାଇଥିବା ପରିବାରକୁ ଏହି କଠିନ ସମୟରେ ସମବେଦନା ଜଣାଉଛି । ଆହତ ଶୀଘ୍ର ସୁସ୍ଥ ହେବାକୁ କାମନା କରୁଛି ।
‘ପିଏମ୍ଏନ୍ଆର୍ଏଫ୍ରୁ ମୃତକଙ୍କ ପରିବାରକୁ ୨ ଲକ୍ଷ ଟଙ୍କା ଲେଖାଏ ଅନୁକମ୍ପାମୂଳକ ରାଶି ଏବଂ ଆହତ ପାଇଁ ୫୦ ହଜାର ଟଙ୍କା ଲେଖାଏ ସହାୟତା ପ୍ରଦାନ କରାଯିବ: ପ୍ରଧାନମନ୍ତ୍ରୀ’
It is with a heavy heart that I learnt about a mishap at a firecracker factory in Virudhunagar district. During this difficult time, my thoughts are with the loved ones of those who have tragically passed away. I wish a swift and full recovery for all who have been injured.
— PMO India (@PMOIndia) February 17, 2024
An…


