ପିଏମଏନଆରଏଫରୁ ସହାୟତା ରାଶି ଘୋଷଣା କଲେ

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆନ୍ଧ୍ରପ୍ରଦେଶର ଶ୍ରୀକାକୁଲମରେ ଥିବା ଭେଙ୍କଟେଶ୍ୱର ସ୍ୱାମୀ ମନ୍ଦିରରେ ଦଳାଚକଟା ଯୋଗୁଁ ହୋଇଥିବା ପ୍ରାଣହାନୀ ପାଇଁ ଶୋକ ପ୍ରକାଶ କରିଛନ୍ତି । ଶ୍ରୀ ମୋଦୀ ଏହି ଦୁର୍ଘଟଣାରେ ଆହତ ହୋଇଥିବା ଲୋକମାନଙ୍କ ଆଶୁ ଆରୋଗ୍ୟ କାମନା କରିଛନ୍ତି ।
ପ୍ରଧାନମନ୍ତ୍ରୀ ପ୍ରତ୍ୟେକ ମୃତକଙ୍କ ନିକଟତମ ପରିବାରକୁ ପ୍ରଧାନମନ୍ତ୍ରୀ ଜାତୀୟ ରିଲିଫ ପାଣ୍ଠି (ପିଏମଏନଆରଏଫ)ରୁ ୨ ଲକ୍ଷ ଟଙ୍କା ଏବଂ ଆହତମାନଙ୍କ ପାଇଁ ୫୦,୦୦୦ ଟଙ୍କାର ସହାୟତା ରାଶି ଘୋଷଣା କରିଛନ୍ତି ।
ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଏକ୍ସରେ ପୋଷ୍ଟ କରାଯାଇଛି;
“ଆନ୍ଧ୍ରପ୍ରଦେଶର ଶ୍ରୀକାକୁଲମରେ ଥିବା ଭେଙ୍କଟେଶ୍ୱର ସ୍ୱାମୀ ମନ୍ଦିରରେ ଦଳାଚକଟା ଯୋଗୁଁ ମୁଁ ମର୍ମାହତ । ଯେଉଁମାନେ ସେମାନଙ୍କର ନିକଟତମ ଏବଂ ପ୍ରିୟଜନମାନଙ୍କୁ ହରାଇଛନ୍ତି ସେମାନଙ୍କ ପ୍ରତି ମୋର ସମବେଦନ । ଆହତମାନଙ୍କ ଆଶୁ ଆରୋଗ୍ୟ ପାଇଁ ମୁଁ ପ୍ରାର୍ଥନା କରୁଛି ।
ଏହି ଦୁର୍ଘଟଣାରେ ପ୍ରାଣ ହରାଇଥିବା ବ୍ୟକ୍ତିଙ୍କ ପରିବାରବର୍ଗଙ୍କୁ ପିଏମଏନଆରଏଫରୁ ୨ ଲକ୍ଷ ଟଙ୍କାର ସହାୟତା ରାଶି ପ୍ରଦାନ କରାଯିବ । ଏହାଛଡା ଆହତମାନଙ୍କୁ ୫୦,୦୦୦ ଟଙ୍କା ପ୍ରଦାନ କରାଯିବ ।”

 

“ఆంధ్రప్రదేశ్‌లోని శ్రీకాకుళంలోగల వెంకటేశ్వర స్వామి ఆలయంలో జరిగిన తొక్కిసలాట అత్యంత బాధాకరం. తమ సన్నిహితులను,కుటుంబసభ్యులను కోల్పోయిన వారికి ప్రగాఢ సంతాపం తెలియజేస్తున్నాను. గాయపడినవారు త్వరగా కోలుకోవాలని ప్రార్థిస్తున్నాను.

ప్రాణాలు కోల్పోయిన వారి బంధువులకు పీఎం ఎన్ ఆర్ ఎఫ్ ద్వారా రూ. 2 లక్షల ఎక్స్‌గ్రేషియా,గాయపడిన వారికి రూ. 50,000 మంజూరు చేస్తున్నాం: ప్రధాన మంత్రి @narendramodi”

Explore More
ଶ୍ରୀରାମ ଜନ୍ମଭୂମି ମନ୍ଦିର ଧ୍ଵଜାରୋହଣ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ

ଲୋକପ୍ରିୟ ଅଭିଭାଷଣ

ଶ୍ରୀରାମ ଜନ୍ମଭୂମି ମନ୍ଦିର ଧ୍ଵଜାରୋହଣ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
Domestic air passenger traffic to rise by 3-6 pc in this fiscal: ICRA

Media Coverage

Domestic air passenger traffic to rise by 3-6 pc in this fiscal: ICRA
NM on the go

Nm on the go

Always be the first to hear from the PM. Get the App Now!
...
ସୋସିଆଲ ମିଡିଆ କର୍ଣ୍ଣର ଜୁଲାଇ 24, 2026
July 24, 2026

Aatmanirbhar in Action — Space, Missiles, EVs & Livelihoods Under PM Modi’s Watch