ଉତ୍ତରାଖଣ୍ଡର ପିଥୋରାଗଡ଼ରେ ଏକ ସଡ଼କ ଦୁର୍ଘଟଣାରେ ଜୀବନହାନୀ ପାଇଁ ଆଜି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଶୋକ ପ୍ରକାଶ କରିଛନ୍ତି । ସେ ପିଏମଏନଆରଏଫ ରୁ ପ୍ରତି ମୃତକଙ୍କ ପରିବାରକୁ ୨ ଲକ୍ଷ ଟଙ୍କା ଲେଖାଏ ଏବଂ ଆହତଙ୍କୁ ୫୦ ହଜାର ଟଙ୍କା ଲେଖାଏ ସହାୟତା ଘୋଷଣା କରିଛନ୍ତି ।
ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ ହ୍ୟାଣ୍ଡଲ ପକ୍ଷରୁ ଏକ୍ସ ରେ ପୋଷ୍ଟ ହୋଇଛି:
“ଉତ୍ତରାଖଣ୍ଡର ପିଥୋରାଗଡ଼ରେ ସଡ଼କ ଦୁର୍ଘଟଣାରେ ଜୀବନ ହାନୀରେ ଗଭୀର ଦୁଃଖିତ । ଦୁର୍ଘଟଣାରେ ନିକଟ ସମ୍ପର୍କୀୟଙ୍କୁ ହରାଇଥିବା ଲୋକଙ୍କ ପାଇଁ ସମବେଦନା । ଆହତମାନଙ୍କ ଆଶୁ ଆରୋଗ୍ୟ କାମନା କରୁଛି । ପ୍ରତି ମୃତକଙ୍କ ନିକଟ ସମ୍ପର୍କୀୟଙ୍କୁ ପିଏମଏନଆରଏଫରୁ ୨ ଲକ୍ଷ ଟଙ୍କା ଲେଖାଏ ଅନୁକମ୍ପା ସହାୟତା ପ୍ରଦାନ କରାଯିବ । ଆହତମାନଙ୍କୁ ୫୦ ହଜାର ଟଙ୍କା ଲେଖାଏ ସହାୟତା ପ୍ରଦାନ କରାଯିବ: ପ୍ରଧାନମନ୍ତ୍ରୀ ...” ।
Saddened by the loss of lives due to a road accident in Pithoragarh, Uttarakhand. Condolences to those who have lost their loved ones in the mishap. May the injured recover soon.
— PMO India (@PMOIndia) July 15, 2025
An ex-gratia of Rs. 2 lakh from PMNRF would be given to the next of kin of each deceased. The…


