Prime Minister directs senior officers to take every possible measure to ensure that people are safely evacuated
Ensure maintenance of all essential services such as Power, Telecommunications, health, drinking water: PM
Special preparedness needed for COVID management in hospitals, vaccine cold chain and power back up and storage of essential medicines in vulnerable locations due to cyclone: PM

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ବିଭିନ୍ନ ରାଜ୍ୟ ଏବଂ କେନ୍ଦ୍ର ସରକାରଙ୍କ ବିଭିନ୍ନ ମନ୍ତ୍ରଣାଳୟ ତଥା ଏଜେନ୍ସିମାନଙ୍କ ସହିତ ଆଜି ଏକ ଉଚ୍ଚସ୍ତରୀୟ ବୈଠକରେ ସାମୁଦ୍ରିକ ଘୂର୍ଣ୍ଣବାତ୍ୟା “ତାଉତେ”ର ଉପଯୁକ୍ତ ମୁକାବିଲା ସକାଶେ ସମ୍ଭାବ୍ୟ ପ୍ରସ୍ତୁତି ସମ୍ପର୍କରେ ଆଲୋଚନା କରିଛନ୍ତି ।

ଭାରତୀୟ ପାଣିପାଗ ବିଭାଗ (ଆଇଏମଡ଼ି) ପକ୍ଷରୁ ଆଗୁଆ ସୂଚନା ଦିଆଯାଇଛି ଯେ ସାମୁଦ୍ରିକ ଘୂର୍ଣ୍ଣିବାତ୍ୟା “ତାଉତେ’ ଗୁଜରାଟର ପୋରବନ୍ଦର ଏବଂ ନଲିୟା ମଧ୍ୟରେ ମେ ୧୮ ତାରିଖ ଅପରାହ୍ଣ/ ସନ୍ଧ୍ୟା ମଧ୍ୟରେ ସ୍ଥଳଭାଗ ଛୁଇଁବ । ସ୍ଥଳଭାଗ ଛୁଇଁଲା ବେଳକୁ ଏହାର ଘଣ୍ଟାପ୍ରତି ବେଗ ପ୍ରାୟ ୧୭୫ କିଲୋମିଟର ହୋଇପାରେ ବୋଲି ପୂର୍ବନୁମାନ କରାଯାଇଛି । ଏହାର ପ୍ରଭାବରେ ଗୁଜରାଟର ତଟୀୟ ଜିଲ୍ଲାମାନଙ୍କରେ ପ୍ରବଳ ବର୍ଷା ସହ ଜୁନାଗଡ଼ ଓ ଗୀର ସୋମନାଥ ଅଞ୍ଚଳରେ ଅତି ପ୍ରବଳ ବର୍ଷା ଏବଂ ସୌରାଷ୍ଟ୍ର, କଚ୍ଛ ଓ ଡିଉର ଗୀର ସୋମନାଥ, ଡିଉ, ଜୁନାଗଡ଼, ପୋରବନ୍ଦର, ଦେବଭୂମି ଦ୍ୱାରକା, ଆମରେଲି, ଜାମନଗର ଆଦି ସ୍ଥାନରେ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ଆହୁରି ଚେତାବନୀ ଦିଆଯାଇଛି ଯେ ଘୂର୍ଣ୍ଣିବାତ୍ୟା ସମୟରେ ସମୁଦ୍ରରେ ୨- ୩ ମିଟର ଉଚ୍ଚତାର ଜୁଆର ଉଠିବ ଏବଂ ତାହା ମୋରବୀ, କଚ୍ଛ, ଦେବଭୂମି ଦ୍ୱାରକା ଓ ଜାମନଗର ଜିଲ୍ଲାର ତଳିଆ ଅଞ୍ଚଳରେ ପ୍ରବେଶ କରିପାରେ । ସେହିଭଳି ପୋରବନ୍ଦର, ଜୁନାଗଡ଼, ଡିଉ, ଗୀର ସୋମନାଥ, ଆମରେଲି, ଭାବନଗର ଆଦି ଉପକୂଳରେ ୧- ୨ ମିଟର ଉଚ୍ଚତାର ଜୁଆର ଉଠିବ ଏବଂ ରାଜ୍ୟର ଅବଶିଷ୍ଟ ତଟୀୟ ଜିଲ୍ଲାର ଉପକୂଳରେ ୦.୫ ମିଟର ଉଚ୍ଚତାର ଜୁଆର ସୃଷ୍ଟି ହେବ । ଏହି ଜୁଆର ମେ ୧୮ ତାରିଖ ଅପରାହ୍ନ / ସନ୍ଧ୍ୟାରେ ହିଁ ସୃଷ୍ଟି ହେବ । ଏହି ସମୟରେ ଘୂର୍ଣ୍ଣବାତ୍ୟା ସ୍ଥଳଭାଗ ସ୍ପର୍ଶ କରିବାର ପୂର୍ବାନୁମାନ କରାଯାଇଛି । ପାଣିପାଗ ବିଭାଗ ପକ୍ଷରୁ ଏଥିପାଇଁ ମେ ୧୩ ତାରିଖ ଠାରୁ ପ୍ରତି ତିନି ଘଣ୍ଟାରେ ଗୋଟିଏ ଲେଖାଏଁ ବୁଲେଟିନ୍‍ ଜାରି କରାଯାଉଛି ଏବଂ ସମସ୍ତ ସମ୍ଭାବ୍ୟ ପ୍ରଭାବିତ ରାଜ୍ୟମାନଙ୍କୁ ଘୂର୍ଣ୍ଣିବାତ୍ୟା “ତାଉତେ”ର ସଦ୍ୟତମ ସ୍ଥିତି ସମ୍ପର୍କରେ ସୂଚୀତ କରାଯାଉଛି ।

ଆଜିର ସମୀକ୍ଷା ବୈଠକରେ କରାଯାଇଥିବା ଆଲୋଚନା ଅନୁସାରେ କ୍ୟାବିନେଟ୍‍ ସଚିବ ଘୂର୍ଣ୍ଣିବାତ୍ୟା ସଂପର୍କରେ ସମସ୍ତ ତଟୀୟ ରାଜ୍ୟମାନଙ୍କ ମୁଖ୍ୟ ଶାସନ ସଚିବ ଓ କେନ୍ଦ୍ର ସରକାରଙ୍କ ମନ୍ତ୍ରଣାଳୟ/ ଏଜେନ୍ସିମାନଙ୍କ ସହିତ ନିରବଚ୍ଛିନ୍ନ ଭାବେ ସମ୍ପର୍କରେ ରହିବେ ।

ସ୍ୱରାଷ୍ଟ୍ର ମନ୍ତ୍ରଣାଳୟ (ଏମଏଚଏ) ପକ୍ଷରୁ ଘୂର୍ଣ୍ଣିବାତ୍ୟା “ତାଉତେ” ସମ୍ପର୍କରେ 24 x 7 ସମୀକ୍ଷା କରାଯାଉଛି ଏବଂ ସଂପୃକ୍ତ ରାଜ୍ୟ / କେନ୍ଦ୍ରଶାସିତ କ୍ଷେତ୍ର ସରକାର ତଥା କେନ୍ଦ୍ରୀୟ ଏଜେନ୍ସିମାନଙ୍କ ସହିତ ପରିସ୍ଥିତିର ସମୀକ୍ଷା କରାଯାଉଛି । ଜାତୀୟ ବିପର୍ଯ୍ୟୟ ମୁକାବିଲା ବାହିନୀ (ଏନଡିଆରଏଫ) ପକ୍ଷରୁ ଇତି ମଧ୍ୟରେ ସଂପୃକ୍ତ ଛଅଟି ତଟୀୟ ରାଜ୍ୟର ବିଭିନ୍ନ ସ୍ଥାନରେ ୪୨ଟି ଦଳଙ୍କୁ ଆଗୁଆ ମୁତୟନ କରାଯାଇଛି ଏବଂ ସେମାନଙ୍କ ନିକଟରେ ବୋଟ, ଗଛକଟା ଯନ୍ତ୍ର, ଟେଲିକମ୍‍ ଉପକରଣ ଆଦି ମହଜୁଦ ରଖାଯାଇଛି । ଏହା ବ୍ୟତୀତ ଅନ୍ୟ ୨୬ଟି ଦଳଙ୍କୁ ଅତିରିକ୍ତ ଭାବେ ଜାଗତିଆର ରଖାଯାଇଛି ।

ଭାରତୀୟ ତଟରକ୍ଷୀ ବାହିନୀ ଏବଂ ନୌସେନା ପକ୍ଷରୁ ରିଲିଫ, ଖୋଜା ଏବଂ ଉଦ୍ଧାର କାର୍ଯ୍ୟ ନିମନ୍ତେ ଜାହାଜ ଏବଂ ହେଲିକପ୍ଟରକୁ ପ୍ରସ୍ତୁତ ରଖାଯାଇଛି । ସେହିଭଳି ବାୟୁସେନା ଏବଂ ସ୍ଥଳସେନାର ଇଂଜିନିୟର ଟାସ୍କ ଫୋର୍ସ ୟୁନିଟକୁ ବୋଟ୍‍, ଉଦ୍ଧାରକାରୀ ସରଞ୍ଜାମ ସହିତ ପ୍ରସ୍ତୁତ ରଖାଯାଇଛି ଏବଂ ଆବଶ୍ୟକ ସ୍ଥଳେ ସେମାନଙ୍କୁ ତୁରନ୍ତ ମୁତୟନ କରାଯାଇପାରିବ । ଅପର ପକ୍ଷରେ ପଶ୍ଚିମ ତଟରେ ସାତଟି ଜାହାଜକୁ ମାନବୀୟ ସହାୟତା ଏବଂ ବିପର୍ଯ୍ୟୟ ରିଲିଫ ୟୁନିଟ ଭାବେ ପ୍ରସ୍ତୁତ ରଖାଯାଇଛି । ପଶ୍ଚିମ ତଟ ସାରା ସର୍ଭେଲାନ୍ସ ବିମାନ ଏବଂ ହେଲିକପ୍ଟରଗୁଡି଼କ ଅହୋରାତ୍ର ପହରା ଦେଉଛନ୍ତି । ଏହା ବ୍ୟତୀତ ପଶ୍ଚିମ ଉପକୂଳର ତ୍ରିଭେନ୍ଦ୍ରମ୍‍, କନ୍ନୁର ଏବଂ ଅନ୍ୟାନ୍ୟ ସ୍ଥାନରେ ବିପର୍ଯ୍ୟୟ ରିଲିଫ ଦଳ (ଡିଆରଟି) ତଥା ମେଡ଼ିକାଲ ଟିମ୍‍ (ଏମଟି)ଙ୍କୁ ଅହୋରାତ୍ର ପ୍ରସ୍ତୁତ ରଖାଯାଇଛି ।

ଶକ୍ତି ମନ୍ତ୍ରଣାଳୟ ମଧ୍ୟ ନିଜର ଆପାତକାଳୀନ କାର୍ଯ୍ୟବ୍ୟବସ୍ଥାକୁ ସକ୍ରିୟ କରିଛି ଓ ଟ୍ରାନ୍ସଫର୍ମର, ଡିଜି ସେଟ୍‍ ଓ ଅନ୍ୟାନ୍ୟ ଉପକରଣମାନ ମହଜୁଦ ରଖିଛି ଯଦ୍ୱାରା ଘୂର୍ଣ୍ଣିବାତ୍ୟାରେ ବିଜୁଳି ଲାଇନ କ୍ଷୟକ୍ଷତି ହେଲେ ତାହାକୁ ତୁରନ୍ତ ମରାମତି କରାଯାଇପାରିବ । ଅପର ପକ୍ଷରେ ଟେଲିକମ୍‍ ବିଭାଗ ମଧ୍ୟ ଟେଲିକମ୍‍ ଟାୱାର ଓ ଏକ୍ସଚେଞ୍ଜଗୁଡ଼ିକ ଉପରେ ନିରବଚ୍ଛିନ୍ନ ଭାବେ ନିଘା ରଖିଛନ୍ତି ଓ ସମ୍ଭାବ୍ୟ କ୍ଷୟକ୍ଷତିକୁ ତୁରନ୍ତ ସଜାଡ଼ିବା ନିମନ୍ତେ ଜାଗତିଆର ରହିଛନ୍ତି । ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ସମସ୍ତ ରାଜ୍ୟ/ କେନ୍ଦ୍ରଶାସିତ କ୍ଷେତ୍ରର ସରକାରମାନଙ୍କୁ ଯେଉଁମାନେ କି ଏହି ଘୂର୍ଣ୍ଣିବାତ୍ୟାଯେ ଆକ୍ରାନ୍ତ ହେବାର ସମ୍ଭାବନା ରହିଛି ସେମାନଙ୍କୁ ଆଡଭାଇଜରୀ ଜାରି କରାଯାଇଛି ଓ ସେଥିରେ ସ୍ୱାସ୍ଥ୍ୟ କ୍ଷେତ୍ର ନିମନ୍ତେ ଆବଶ୍ୟକ ପ୍ରସ୍ତୁତି ତଥା କୋଭିଡ଼ ଉପଦ୍ରୁତ କ୍ଷେତ୍ରରେ ଚିକିତ୍ସା ଓ ଅନ୍ୟାନ୍ୟ କାର୍ଯ୍ୟ ଯଥାରୀତି ସମ୍ପାଦନ ନିମନ୍ତେ ପଦକ୍ଷେପ ଗ୍ରହଣ କରିବାକୁ କୁହାଯାଇଛି । ମନ୍ତ୍ରଣାଳୟ ପକ୍ଷରୁ ୧୦ଟି କୁଇକ୍‍ ରେସପନ୍ସ ମେଡ଼ିକାଲ ଟିମ୍‍ ଏବଂ ୫ଟି ସ୍ୱାସ୍ଥ୍ୟ ସେସପନ୍ସ ଟିମକୁ ପ୍ରସ୍ତୁତ ରଖାଯାଇଛି ଯେଉଁମାନେ ଜରୁରି ପରିସ୍ଥିତିରେ ତୁରନ୍ତ ଆବଶ୍ୟକ ପଦକ୍ଷେପ ଗ୍ରହଣ କରିପାରିବେ । ବନ୍ଦର, ଜାହାଜ ଚଳାଚଳ ଏବଂ ଜଳପଥ ମନ୍ତ୍ରଣାଳୟ ପକ୍ଷରୁ ସମସ୍ତ ଜାହାଜଗୁଡ଼ିକର ସୁରକ୍ଷା ନିମନ୍ତେ ଉପଯୁକ୍ତ ପଦକ୍ଷେପ ଗ୍ରହଣ କରାଯାଇଛି ଏବଂ ବନ୍ଦରମାନଙ୍କରେ ଜରୁରି ତରୀମାନ ଜାଗତିଆର ରଖାଯାଇଛି ।

ଏନଡ଼ିଆରଏଫ ବିପର୍ଯ୍ୟୟ ପ୍ରସ୍ତୁତି କାର୍ଯ୍ୟରେ ରାଜ୍ୟ ଏଜେନ୍ସିମାନଙ୍କୁ ସହାୟତା ଯୋଗାଇଦେଉଛି ଏବଂ ଘୂର୍ଣ୍ଣବାତ୍ୟା ପରେ ଉପଦ୍ରୁତ ଲୋକମାନଙ୍କ କିଭଳି ଭାବେ କ୍ଷତିଗ୍ରସ୍ତ ସ୍ଥାନମାନଙ୍କରୁ ଉଦ୍ଧାର ଓ ସ୍ଥାନାନ୍ତର କରାଯିବ ସେଥି ନିମନ୍ତେ ସହାୟତା ପରାମର୍ଶ ଦିଆଯାଉଛି । ଏହା ବ୍ୟତୀତ ସମ୍ଭାବ୍ୟ ଘୂର୍ଣ୍ଣବାତ୍ୟାର ପରିସ୍ଥିତିର ମୁକାବିଲା କରିବା ନିମନ୍ତେ ଜନସାଧାରଣଙ୍କୁ ଲଗାତାର ଭାବେ ପ୍ରଚାର ଅଭିଯାନ ମାଧ୍ୟମରେ ସଚେତକ କରାଯାଉଛି ।

ଏହି ସମୀକ୍ଷା ବୈଠକ ପରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ବରିଷ୍ଠ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ଯେ ସେମାନେ ଲୋକମାନଙ୍କ ନିରାପତ୍ତା ନିମନ୍ତେ ସକଳ ପ୍ରକାର ସମ୍ଭାବ୍ୟ ବ୍ୟବସ୍ଥା ଗ୍ରହଣ କରନ୍ତୁ ଏବଂ କିଭଳି ଲୋକମାନଙ୍କୁ ସ୍ଥାନାନ୍ତର କରାଯାଇପାରିବ ସେ ସଂପର୍କରେ ରାଜ୍ୟ ସରକାରମାନଙ୍କ ସହିତ ଯୋଗାଯୋଗରେ ରହନ୍ତୁ । ବିଜୁଳି, ଟେଲିଯୋଗାଯୋଗ, ସ୍ୱାସ୍ଥ୍ୟ, ପାନୀୟ ଜଳ ଇତ୍ୟାଦି ଭଳି ଅନ୍ୟାବଶ୍ୟକ ସେବା ଜାରି ରଖିବା କିଭଳି ସୁନିଶ୍ଚିତ କରାଯିବ ସେଥିଘେନି ମଧ୍ୟ ପଦକ୍ଷେପ ଗ୍ରହଣ କରନ୍ତୁ । ବାତ୍ୟା ପରେ ସେସବୁ କିଭଳି ତୁରନ୍ତ ବହାଲ କରାଯାଇପାରିବ ସେଥିପାଇଁ ଯୋଜନା ପ୍ରସ୍ତୁତ କରନ୍ତୁ । ପ୍ରଧାନମନ୍ତ୍ରୀ ଆହୁରି ନିର୍ଦ୍ଦେଶ ଦେଇଛନ୍ତିଯେ ସେମାନେ ଏହି ସମୟରେ ହସପିଟାଲମାନଙ୍କରେ କୋଭିଡ଼ ପରିଚାଳନା କିଭଳି ଜାରି ରହିବ ସେଥିଫାଇଁ ସେମାନେ ମେଡ଼ିକାଲ ସୁବିଧା ତଥା ଅତ୍ୟାବଶ୍ୟକ ଔଷଧ ଓ ମେଡ଼ିକାଲ ଅକ୍ସିଜେନ ଭଳି ଜୀବନ ରକ୍ଷାକାରୀ ସାମଗ୍ରୀ ମହଜୁଦ ରଖନ୍ତୁ । ଏଥିପାଇଁ ଅହୋରାତ୍ର କଣ୍ଟ୍ରୋଲ ରୁମ୍‍ କାର୍ଯ୍ୟ କରିବା ନିମନ୍ତେ ସେ ନିର୍ଦ୍ଦେଶ ଦେଇଛନ୍ତି । ପ୍ରଧାନମନ୍ତ୍ରୀ କହିଛନ୍ତି ଯେ ଜାମନଗରରୁ ଯେଭଳି ମେଡ଼ିକାଲ ଅକ୍ସିଜେନ୍‍ ଯୋଗାଣ ଅବ୍ୟାହତ ରହେ ସେଥିପାଇଁ ବିଶେଷ ଧ୍ୟାନ ଓ ପଦକ୍ଷେପ ଗ୍ରହଣ କରାଯିବା ଉଚିତ । ସେହିଭଳି ସ୍ଥାନୀୟ ଗୋଷ୍ଠୀଙ୍କୁ ସଚେତନ କରାଇବା ଏବଂ ସେମାନଙ୍କ ନିକଟରେ ରିଲିଫ ସାମଗ୍ରୀ ତୁରନ୍ତ ପହଞ୍ଚାଇବା ଦିଗରେ ମଧ୍ୟ ବରିଷ୍ଠ ଅଧିକାରୀମାନଙ୍କ ସହ ପ୍ରଧାନମନ୍ତ୍ରୀ ଆଲୋଚନା କରିଛନ୍ତି ।

ଏହି ସମୀକ୍ଷା ବୈଠକରେ ସ୍ୱରାଷ୍ଟ୍ର ମନ୍ତ୍ରୀ, ସ୍ୱରାଷ୍ଟ୍ର ବିଭାଗ ରାଷ୍ଟ୍ରମନ୍ତ୍ରୀ, ପ୍ରଧାନମନ୍ତ୍ରୀଙ୍କ ପ୍ରମୁଖ ସଚିବ, କ୍ୟାବିନେଟ ସଚିବ, ସ୍ୱରାଷ୍ଟ୍ର, ବେସାମରିକ ବିମାନ ଚଳାଚଳ, ଶକ୍ତି, ଟେଲିକମ୍‍, ଜାହାଜ ଚଳାଚଳ, ମତ୍ସ୍ୟଚାଷ ଆଦି ମନ୍ତ୍ରଣାଳୟର ସଚିବ, ଏନଡ଼ିଏମଏର ସଦସ୍ୟଗଣ ତଥା ସଦସ୍ୟ ସଚିବ, ରେଳବାଇ ବୋର୍ଡ଼ର ଅଧ୍ୟକ୍ଷ, ଏନଡ଼ିଆରଏଫ ଏବଂ ଭାରତୀୟ ପାଣିପାଗ ବିଭାଗର ମହାନିର୍ଦ୍ଦେଶକ ତଥା ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ, ସ୍ୱରାଷ୍ଟ୍ର ମନ୍ତ୍ରଣାଳୟ ଓ ଭାରତୀୟ ପାଣିପାଗ ବିଭାଗର ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଥିଲେ ।  

 

Explore More
ଶ୍ରୀରାମ ଜନ୍ମଭୂମି ମନ୍ଦିର ଧ୍ଵଜାରୋହଣ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ

ଲୋକପ୍ରିୟ ଅଭିଭାଷଣ

ଶ୍ରୀରାମ ଜନ୍ମଭୂମି ମନ୍ଦିର ଧ୍ଵଜାରୋହଣ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
GIFT City scales new heights as India's 1st international finance and IT hub

Media Coverage

GIFT City scales new heights as India's 1st international finance and IT hub
NM on the go

Nm on the go

Always be the first to hear from the PM. Get the App Now!
...
Prime Minister shares address by Shri Amit Shah in Lok Sabha on India’s decisive fight against Naxalism
March 30, 2026

The Prime Minister, Shri Narendra Modi shared the outstanding speech delivered by Union Home Minister Shri Amit Shah ji, noting that it was filled with important facts, historical context, and a detailed account of the Government’s efforts over the past decade. Shri Modi highlighted that for decades, the retrograde Maoist ideology had an adverse impact on the development of several regions, with Left Wing Extremism severely affecting the future of countless youngsters.

He further underlined that over the last ten years, the Government has worked towards uprooting this menace, while simultaneously ensuring that the benefits of development reach areas affected by Naxalism. The Prime Minister reaffirmed that the Government will continue to focus on strengthening good governance and ensuring peace and prosperity for all.

The Prime Minister posted on X:

“This is an outstanding speech by the Home Minister, Shri Amit Shah Ji, filled with important facts, historical context and the efforts of our Government in the last decade.

For decades, the retrograde Maoist ideology had an adverse impact on the development of several regions. Left Wing Extremism has ruined the future of countless youngsters.

In the last decade, our Government has worked towards uprooting this menace and at the same time ensuring the fruits of development reach areas affected by Naxalism. We will keep focusing on furthering good governance and ensuring peace and prosperity for all.”