ପବିତ୍ର ଗୁରୁ ପରବ ଏବଂ କରତାରପୁର ସାହିବ କରିଡର ପୁନଃ ଖୋଲିବା ଉପଲକ୍ଷେ ଦେଶବାସୀଙ୍କୁ ଅଭିନନ୍ଦନ
“ଆଜି ମୁଁ ଆପଣମାନଙ୍କୁ, ସାରା ଦେଶକୁ କହିବାକୁ ଆସିଛି ଯେ ଆମେ ସମସ୍ତ ତିନୋଟି କୃଷି ଆଇନ ପ୍ରତ୍ୟାହାର କରିବା ଲାଗି ନିଷ୍ପତ୍ତି ନେଇଛୁ। ଚଳିତ ମାସ ଶେଷ ଭାଗରେ ଆରମ୍ଭ ହେବାକୁ ଥିବା ସଂସଦ ଅଧିବେଶନରେ, ଆମେ ଏହି ତିନୋଟି କୃଷି ଆଇନକୁ ଉଚ୍ଛେଦ କରିବା ଲାଗି ସାମ୍ବିଧାନିକ ପ୍ରକ୍ରିୟା ପୂରଣ କରିବୁ”
“2014ରେ ଯେତେବେଳେ ପ୍ରଧାନସେବକ ହେବାର ସୁଯୋଗ ମୋତେ ମିଳିଲା, ଆମେ କୃଷି ବିକାଶ ଓ କୃଷକ କଲ୍ୟାଣକୁ ସର୍ବୋଚ୍ଚ ପ୍ରାଥମିକତା ଦେଲୁ”
“ଆମେ କେବଳ ଏମଏସପି ବୃଦ୍ଧି କରିନାହୁଁ, ବରଂ ରେକର୍ଡ ସଂଖ୍ୟକ ସରକାରୀ କ୍ରୟ କେନ୍ଦ୍ର ନିର୍ମାଣ କରିଛୁ। ଆମ ସରକାରଙ୍କ ପକ୍ଷରୁ କରାଯାଇଥିବା ଫସଲ କ୍ରୟ ପ୍ରକ୍ରିୟା ବିଗତ କିଛି ଦଶନ୍ଧିର ସମସ୍ତ ରେକର୍ଡ ଭାଙ୍ଗିଛି”
“ତିନୋଟି କୃଷି ଆଇନର ଲକ୍ଷ୍ୟ ଥିଲା ଦେଶର ଚାଷୀ, ବିଶେଷ କରି କ୍ଷୁଦ୍ର ଚାଷୀଙ୍କୁ ସଶକ୍ତ କରିବା, ସେମାନେ ଯେପରି ନିଜ ଫସଲର ଉଚିତ୍ ମୂଲ୍ୟ ଏବଂ ଫସଲ ବିକ୍ରି ଲାଗି ଅଧିକ ବିକଳ୍ପ ପାଇପାରିବେ ତାହା ସୁନିଶ୍ଚିତ କରିବା”
“ଚାଷୀଙ୍କ କଲ୍ୟାଣ, ବିଶେଷ କରି କ୍ଷୁଦ୍ର ଚାଷୀଙ୍କ ଲାଭ, କୃଷି କ୍ଷେତ୍ରର ହିତ, ‘ଗାଁ-ଗରିବ’ଙ୍କ ଉଜ୍ଜ୍ବଳ ଭବିଷ୍ୟତ ଲକ୍ଷ୍ୟ ନେଇ, ସମ୍ପୂର୍ଣ୍ଣ ସଚ୍ଚୋଟ, ସ୍ପଷ୍ଟ ଉଦ୍ଦେଶ୍ୟରେ ଏବଂ ଚାଷୀମାନଙ୍କ ପ୍ରତି ସମର୍ପିତ ଏହି ତିନୋଟି କୃଷି
“ଆମେ କେବଳ ଏମଏସପି ବୃଦ୍ଧି କରିନାହୁଁ, ବରଂ ରେକର୍ଡ ସଂଖ୍ୟକ ସରକାରୀ କ୍ରୟ କେନ୍ଦ୍ର ନିର୍ମାଣ କରିଛୁ। ଆମ ସରକାରଙ୍କ ପକ୍ଷରୁ କରାଯାଇଥିବା ଫସଲ କ୍ରୟ ପ୍ରକ୍ରିୟା ବିଗତ କିଛି ଦଶନ୍ଧିର ସମସ୍ତ ରେକର୍ଡ ଭାଙ୍ଗିଛି”
“ଆଜି ମୁଁ ଆପଣମାନଙ୍କୁ, ସାରା ଦେଶକୁ କହିବାକୁ ଆସିଛି ଯେ ଆମେ ସମସ୍ତ ତିନୋଟି କୃଷି ଆଇନ ପ୍ରତ୍ୟାହାର କରିବା ଲାଗି ନିଷ୍ପତ୍ତି ନେଇଛୁ। ଚଳିତ ମାସ ଶେଷ ଭାଗରେ ଆରମ୍ଭ ହେବାକୁ ଥିବା ସଂସଦ ଅଧିବେଶନରେ, ଆମେ ଏହି ତିନୋଟି କୃଷି ଆଇନକୁ ଉଚ୍ଛେଦ କରିବା ଲାଗି ସାମ୍ବିଧାନିକ ପ୍ରକ୍ରିୟା ପୂରଣ କରିବୁ”

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଭିଡିଓ କନଫରେନ୍ସିଂ ଜରିଆରେ ଦେଶବାସୀଙ୍କୁ ଉଦବୋଧନ ଦେଇଛନ୍ତି।

ପ୍ରଧାନମନ୍ତ୍ରୀ ସମସ୍ତ ଦେଶବାସୀଙ୍କୁ ଗୁରୁ ନାନକ ଦେବଙ୍କ ଜୟନ୍ତୀ ଉପଲକ୍ଷେ ଶୁଭକାମନା ଜଣାଇଛନ୍ତି। ଦେଢ଼ ବର୍ଷର ବ୍ୟବଧାନ ପରେ କରତାରପୁର ସାହିବ କରିଡର ପୁଣିଥରେ ଖୋଲିଥିବାରୁ ସେ ଖୁସି ବ୍ୟକ୍ତ କରିଥିଲେ।

ଏହି ଅବସରରେ ପ୍ରଧାନମନ୍ତ୍ରୀ କହିଥିଲେ, “ପାଞ୍ଚ ଦଶନ୍ଧିର ସାର୍ବଜନୀନ ଜୀବନରେ ମୁଁ ଚାଷୀମାନେ ସମ୍ମୁଖିନ ହେଉଥିବା ସମସ୍ୟାଗୁଡ଼ିକୁ ଅତି ନିକଟରୁ ଦେଖିଛି। ଏହି କାରଣରୁ 2014ରେ ମୋତେ ଯେତେବେଳେ ଦେଶରେ ପ୍ରଧାନସେବକ ଭାବେ ଦେଶସେବା କରିବାର ସୁଯୋଗ ମିଳିଲା, ଆମେ କୃଷି ବିକାଶ ଏବଂ କୃଷକଙ୍କ କଲ୍ୟାଣ ପ୍ରତି ସର୍ବୋଚ୍ଚ ପ୍ରାଥମିକତା ଦେଇଥିଲୁ। ପ୍ରଧାନମନ୍ତ୍ରୀ କହିଥିଲେ, ଦେଶର କ୍ଷୁଦ୍ର ଚାଷୀଙ୍କ ସମସ୍ୟା ଦୂର କରିବା ଲାଗି, ଆମେ ବିହନ, ବୀମା, ବଜାର ଓ ସଞ୍ଚୟ, ଏସବୁ ଉପରେ ଚତୁର୍ଦ୍ଦିଗରୁ ପ୍ରୟାସ କଲୁ। ସରକାର ଉନ୍ନତ କିସମର ବିହନ ସହିତ ଚାଷୀମାନଙ୍କୁ ନିମ୍ବ ମିଶ୍ରିତ ୟୁରିୟା, ମୃତ୍ତିକା ସ୍ୱାସ୍ଥ୍ୟ କାର୍ଡ, କ୍ଷୁଦ୍ର ଜଳସେଚନ ଭଳି ସୁବିଧା ସହ ଯୋଡ଼ିଲେ।

ଚାଷୀମାନେ ସେମାନଙ୍କ କଠିନ ପରିଶ୍ରମ ବଳରେ ଉତ୍ପାଦନ କରିଥିବା ଫସଲର ଯେପରି ଉଚିତ୍ ମୂଲ୍ୟ ପାଇପାରିବେ ତାହା ସୁନିଶ୍ଚିତ କରିବା ଲାଗି ଗ୍ରହଣ କରାଯାଇଥିବା ଅନେକଗୁଡ଼ିଏ ଯୋଜନା ବିଷୟରେ ପ୍ରଧାନମନ୍ତ୍ରୀ ଆଲୋକପାତ କରିଥିଲେ। ଦେଶ ନିଜର ଗ୍ରାମୀଣ ବଜାର ଭିତ୍ତିଭୂମିକୁ ସୁଦୃଢ଼ କରିଥିବା ସେ କହିଥିଲେ। “ଆମେ କେବଳ ଏମଏସପି ବୃଦ୍ଧି କରିନାହୁଁ, ବରଂ ରେକର୍ଡ ସଂଖ୍ୟକ ସରକାରୀ କ୍ରୟ କେନ୍ଦ୍ର ନିର୍ମାଣ କରିଛୁ। ଆମ ସରକାରଙ୍କ ପକ୍ଷରୁ କରାଯାଇଥିବା ଫସଲ କ୍ରୟ ପ୍ରକ୍ରିୟା ବିଗତ କିଛି ଦଶନ୍ଧିର ସମସ୍ତ ରେକର୍ଡ ଭାଙ୍ଗିଛି,” ସେ କହିଥିଲେ। ପ୍ରଧାନମନ୍ତ୍ରୀ କହିଥିଲେ, କୃଷକମାନଙ୍କ ସ୍ଥିତିରେ ସୁଧାର ଆଣିବା ଲାଗି ଏହି ମହାଅଭିଯାନରେ ଦେଶରେ ତିନୋଟି କୃଷି ଆଇନ ଅଣାଯାଇଥିଲା। ଲକ୍ଷ୍ୟ ଥିଲା ଯେ ଦେଶର କୃଷକମାନଙ୍କୁ, ବିଶେଷ କରି କ୍ଷୁଦ୍ର ଚାଷୀମାନଙ୍କୁ, ଆହୁରି ଶକ୍ତି ମିଳୁ, ସେମାନଙ୍କୁ ନିଜ ଫସଲର ଉଚିତ୍ ମୂଲ୍ୟ ଏବଂ ଫସଲ ବିକ୍ରି କରିବା ଲାଗି ଅଧିକରୁ ଅଧିକ ବିକଳ୍ପ ମିଳିପାରୁ। ଶ୍ରୀ ମୋଦୀ କହିଥିଲେ, ଦୀର୍ଘ ବର୍ଷ ଧରି ଦେଶର ଚାଷୀ, ଦେଶର କୃଷି ବିଶେଷଜ୍ଞ, ଦେଶର ଚାଷୀ ସଂଗଠନ ଲଗାତାର ଏହି ଦାବି କରି ଆସୁଥିଲେ। ପୂର୍ବରୁ ଅନ୍ୟ ସରକାରମାନେ ଏ ସମ୍ପର୍କରେ ମାନସମନ୍ଥନ କରିଥିଲେ। ଏଥର ମଧ୍ୟ ସଂସଦରେ ଆଲୋଚନା ହେଲା, ମାନସମନ୍ଥନ ହେଲା ଏବଂ ଏହି ଆଇନ ଆସିଲା। ଦେଶର କୋଣଅନୁକୋଣରେ କୋଟି କୋଟି ଚାଷୀ, ଅନେକ ଚାଷୀ ସଂଗଠନ, ଏହାକୁ ସ୍ୱାଗତ କଲେ, ସମର୍ଥନ କରିଥିଲେ। ଆଇନକୁ ସମର୍ଥନ କରିଥିବା ସଂଗଠନ, ଚାଷୀ ଏବଂ ବ୍ୟକ୍ତିବିଶେଷଙ୍କ ପ୍ରତି ପ୍ରଧାନମନ୍ତ୍ରୀ ଏହି ଅବସରରେ କୃତଜ୍ଞତା ବ୍ୟକ୍ତ କରିଥିଲେ।

ପ୍ରଧାନମନ୍ତ୍ରୀ କହିଥିଲେ ଯେ ଚାଷୀଙ୍କ କଲ୍ୟାଣ, ବିଶେଷ କରି କ୍ଷୁଦ୍ର ଚାଷୀଙ୍କ ଲାଭ, କୃଷି କ୍ଷେତ୍ରର ହିତ, ‘ଗାଁ-ଗରିବ’ଙ୍କ ଉଜ୍ଜ୍ବଳ ଭବିଷ୍ୟତ ଲକ୍ଷ୍ୟ ନେଇ, ସମ୍ପୂର୍ଣ୍ଣ ସଚ୍ଚୋଟ, ସ୍ପଷ୍ଟ ଉଦ୍ଦେଶ୍ୟରେ ଏବଂ ଚାଷୀମାନଙ୍କ ପ୍ରତି ସମର୍ପିତ ଏହି ତିନୋଟି କୃଷି ଆଇନ ସରକାର ଆଣିଥିଲେ। ସେ ଆହୁରି କହିଥିଲେ ଯେ, କିନ୍ତୁ ଏତେ ପବିତ୍ର କଥା, ସମ୍ପୂର୍ଣ୍ଣ ଭାବେ ଶୁଦ୍ଧ, ଚାଷୀଙ୍କ ହିତର କଥାକୁ, ଆମେ ଅନେକ ପ୍ରୟାସ ସତ୍ତ୍ୱେ କିଛି କୃଷକମାନଙ୍କୁ ବୁଝାଇ ପାରିଲୁ ନାହିଁ। କୃଷି ଅର୍ଥନୀତଜ୍ଞ, ବୈଜ୍ଞାନିକ, ପ୍ରଗତିଶୀଳ ଚାଷୀମାନେ ମଧ୍ୟ ସେମାନଙ୍କୁ କୃଷି ଆଇନର ଗୁରୁତ୍ୱ ବୁଝାଇବା ଲାଗି ଭରପୂର ପ୍ରୟାସ ମଧ୍ୟ କରିଥିଲେ। ପ୍ରଧାନମନ୍ତ୍ରୀ କହିଥିଲେ, “ଆଜି ମୁଁ ଆପଣମାନଙ୍କୁ, ସାରା ଦେଶକୁ, ଏକଥା କହିବାକୁ ଆସିଛି ଯେ ଆମେ ତିନୋଟି କୃଷି ଆଇନ ପ୍ରତ୍ୟାହାର କରିବାକୁ ନିଷ୍ପତ୍ତି ନେଇଛୁ। ଚଳିତ ମାସ ଶେଷ ଭାଗରେ ଆରମ୍ଭ ହେବାକୁ ଯାଉଥିବା ସଂସଦ ଅଧିବେଶନରେ, ଆମେ ଏହି ତିନୋଟି ଚାଷୀ ଆଇନକୁ ଉଚ୍ଛେଦ କରିବା ଲାଗି ସାମ୍ବିଧାନିକ ପ୍ରକ୍ରିୟାକୁ ସମ୍ପୂର୍ଣ୍ଣ କରିଦେବୁ।

ପବିତ୍ର ଗୁରୁପରବର ଭାବନା ନେଇ ପ୍ରଧାନମନ୍ତ୍ରୀ କହିଥିଲେ ଯେ ଆଜି ଆମେ ପରସ୍ପରକୁ ଦୋଷ ଦେବାରେ ଲିପ୍ତ ନରହି ଚାଷୀଙ୍କ କଲ୍ୟାଣ ପାଇଁ ନିଜକୁ ସମର୍ପି ଦେବା ଉଚିତ୍। କୃଷି କ୍ଷେତ୍ରରେ ପାଇଁ ପ୍ରଧାନମନ୍ତ୍ରୀ କେତେକ ଗୁରୁତ୍ୱପୂର୍ଣ୍ଣ ଘୋଷଣା କରିଥିଲେ। ଶୂନ୍ୟ ବଜେଟ୍ ଆଧାରିତ କୃଷି, ଦେଶର ପରିବର୍ତ୍ତିତ ଆବଶ୍ୟକତା ଅନୁଯାୟୀ ଫସଲର ପଦ୍ଧତିକୁ ବଦଳାଇବା, ଏମଏସପି ବ୍ୟବସ୍ଥାକୁ ଅଧିକ ପ୍ରଭାବୀ ଓ ପାରଦର୍ଶୀ କରିବା ଲାଗି ଏକ କମିଟି ଗଠନ କରିବା ନିମନ୍ତେ ସେ ଘୋଷଣା କରିଥିଲେ। ଏହି କମିଟିରେ କେନ୍ଦ୍ର ସରକାର, ରାଜ୍ୟ ସରକାରଙ୍କ ପ୍ରତିନିଧି, ଚାଷୀ, କୃଷି ବୈଜ୍ଞାନିକ ଏବଂ କୃଷି ଅର୍ଥନୀତିଜ୍ଞ ମାନେ ସାମିଲ ରହିବେ।

 

 

 

 

 

 

 

 

 

 

 

 

ସମ୍ପୂର୍ଣ୍ଣ ଅଭିଭାଷଣ ପଢିବା ପାଇଁ ଏଠାରେ କ୍ଲିକ କରନ୍ତୁ

Explore More
ଶ୍ରୀରାମ ଜନ୍ମଭୂମି ମନ୍ଦିର ଧ୍ଵଜାରୋହଣ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ

ଲୋକପ୍ରିୟ ଅଭିଭାଷଣ

ଶ୍ରୀରାମ ଜନ୍ମଭୂମି ମନ୍ଦିର ଧ୍ଵଜାରୋହଣ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
iPhone exports hit record ₹2 trillion in final year of smartphone PLI

Media Coverage

iPhone exports hit record ₹2 trillion in final year of smartphone PLI
NM on the go

Nm on the go

Always be the first to hear from the PM. Get the App Now!
...
Prime Minister shares a Sanskrit Subhashitam highlighting how enthusiasm and positive energy lead to success
April 30, 2026

Prime Minister Shri Narendra Modi today shared a Sanskrit Subhashitam highlighting that enthusiasm and positive energy inspire a person to remain consistently active in their actions.

The Prime Minister noted that this unwavering enthusiasm leads all those efforts to success which a person resolves to accomplish.

The Prime Minister posted on X:

"कर्मशील और ऊर्जावान देशवासी ही राष्ट्र की सबसे बड़ी शक्ति हैं, जिनके परिश्रम से विकास की नई राहें तय होती हैं। इनके प्रयासों से देश समृद्धि, आत्मनिर्भरता और उन्नति के शिखर को छूता है।

अनिर्वेदो हि सततं सर्वार्थेषु प्रवर्तकः।

करोति सफलं जन्तोः कर्म यच्च करोति सः॥"
Enthusiasm and positive energy inspire a person to remain consistently active in their actions. This unwavering enthusiasm leads all those efforts to success which a person resolves to accomplish.