ବାଂଲାଦେଶ ମୈତ୍ରୀ ପାଇପ ଲାଇନକୁ ମିଳିତ ଭାବେ ଉଦ୍‌ଘାଟନ କଲେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଓ ବାଂଲାଦେଶ ପ୍ରଧାନମନ୍ତ୍ରୀ ଶେଖ ହସିନା
ଭାରତ ଓ ଏହାର ପଡୋଶୀଙ୍କ ମଧ୍ୟରେ ଆଇବିଏଫପି ହେଉଛି ଦ୍ୱିତୀୟ ସୀମାପାର ଶକ୍ତି ପାଇପ ଲାଇନ
ବାଂଲାଦେଶ ସହ ବର୍ଦ୍ଧିତ ସଂଯୋଗୀକରଣ ଲୋକ ସମ୍ପର୍କକୁ ଅଧିକ ମଜବୁତ କରିବ

ନୂଆଦିଲ୍ଲୀ, ୧୮-୩(ପିଆଇବି):ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଓ ବାଂଲାଦେଶ ପ୍ରଧାନମନ୍ତ୍ରୀ ଶେଖ୍ ହସିନା ମିଳିତ ଭାବେ ଭାରତ -ବାଂଲାଦେଶ ମୈତ୍ରୀ ପାଇପ ଲାଇନ (ଆଇବିଏଫପି)କୁ ଆଜି (୧୮.୩.୨୦୨୩) ଆଭାସୀ ମାଧ୍ୟମରେ ଉଦ୍‌ଘାଟନ କରିଛନ୍ତି । ଉଭୟ ପ୍ରଧାନମନ୍ତ୍ରୀଙ୍କ ଦ୍ୱାରା ସେପ୍ଟେମ୍ବର ୨୦୧୮ରେ ଏହି ପାଇପଲାଇନ ନିର୍ମାଣର ଭିତ୍ତିପ୍ରସ୍ତର ସ୍ଥାପନ କରାଯାଇଥିଲା । ୨୦୧୫ ମସିହାଠାରୁ ନୁମାଲିଗଡ ବିଶୋଧନାଗାର ଲିମିଟେଡ ବାଂଲାଦେଶକୁ ପେଟ୍ରୋଲଜାତ ସାମଗ୍ରୀ ଯୋଗାଇ ଆସୁଛି । ଭାରତ ଓ ଏହାର ପଡୋଶୀଙ୍କ ମଧ୍ୟରେ ଏହା ହେଉଛି ଦ୍ୱିତୀୟ ସୀମାପାର ଶକ୍ତି ପାଇପ ଲାଇନ । 

ଭାରତ-ବାଂଲାଦେଶ ସମ୍ପର୍କରେ ଶକ୍ତି କ୍ଷେତ୍ରରେ ସହଯୋଗ ଏକ ନିବିଡ ସମ୍ପର୍କର ସେତୁ ହୋଇ ଉଠିଛି । ଆଇବିପିଏଫ ହେଉଛି ଭାରତ-ବାଂଲାଦେଶ ମଧ୍ୟରେ ପ୍ରଥମ ସୀମାପାର ପାଇପଲାଇନ ଯାହାଦ୍ୱାରା ଭାରତରୁ ବାଂଲାଦେଶକୁ ବାର୍ଷିକ ଏକ ନିୟୁତ ମେଟ୍ରିକ ଟନ୍ ହାଇସ୍ପିଡ୍ ଡିଜେଲ ପରିବହନ କରାଯାଇଥାଏ । ସଂଯୋଗୀକରଣ ବୃଦ୍ଧି ଦ୍ୱାରା ଏହା ଦୁଇଦେଶର ଜନସାଧାରଣଙ୍କ ମଧ୍ୟରେ ସହଯୋଗକୁ ମଧ୍ୟ ମଜବୁତ କରିବ ।

ବାଂଲାଦେଶ ହେଉଛି ଭାରତର ଅଗ୍ରଣୀ ବିକାଶ ଅଂଶୀଦାର ଓ ଅଞ୍ଚଳର ସବୁଠାରୁ ବଡ ବାଣିଜ୍ୟ ସହଯୋଗୀ ରାଷ୍ଟ୍ର । ଏହି ମୈତ୍ରୀ ପାଇପଲାଇନ କାର୍ଯ୍ୟକାରୀ ହେବା ଦ୍ୱାରା ଦୁଇ ଦେଶ ମଧ୍ୟରେ ପ୍ରଚଳିତ ଶକ୍ତି ସଂଯୋଗ ବୃଦ୍ଧି ପାଇବା ସହ ବିଶେଷକରି କୃଷି କ୍ଷେତ୍ରରେ ମଧ୍ୟ ଏହା ସୁଦୃଢ ହେବ ।

ପ୍ରଧାନମନ୍ତ୍ରୀ ଶ୍ରୀମୋଦୀ ବାଂଲାଦେଶ ପ୍ରଧାନମନ୍ତ୍ରୀ ଶେଖ ହସିନାଙ୍କୁ ପ୍ରକଳ୍ପ ପାଇଁ ତାଙ୍କର ନିରବଚ୍ଛିନ୍ନ ମାର୍ଗଦର୍ଶନ ନିମନ୍ତେ ଧନ୍ୟବାଦ ଦେବା ସହ ଏହା ଦୁଇଦେଶର ଜନସାଧାରଣଙ୍କ ସ୍ୱାର୍ଥ ଦୃଷ୍ଟିରୁ ବଳବତ୍ତର ରଖିôବାକୁ ଇଚ୍ଛା ପ୍ରକଟ କରିଛନ୍ତି ।

ସମ୍ପୂର୍ଣ୍ଣ ଅଭିଭାଷଣ ପଢିବା ପାଇଁ ଏଠାରେ କ୍ଲିକ କରନ୍ତୁ

Explore More
ଶ୍ରୀରାମ ଜନ୍ମଭୂମି ମନ୍ଦିର ଧ୍ଵଜାରୋହଣ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ

ଲୋକପ୍ରିୟ ଅଭିଭାଷଣ

ଶ୍ରୀରାମ ଜନ୍ମଭୂମି ମନ୍ଦିର ଧ୍ଵଜାରୋହଣ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
India's forex reserves hit all-time high of $729.33 billion after $12.42 billion jump

Media Coverage

India's forex reserves hit all-time high of $729.33 billion after $12.42 billion jump
NM on the go

Nm on the go

Always be the first to hear from the PM. Get the App Now!
...
ସୋସିଆଲ ମିଡିଆ କର୍ଣ୍ଣର ଅଗଷ୍ଟ 29, 2026
August 29, 2026

New India, New Speed, New Stage: Missiles, Medals, Multilateralism under PM Modi