ପୀଡ଼ିତଙ୍କ ପାଇଁ ପ୍ରଧାନମନ୍ତ୍ରୀ ଜାତୀୟ ରିଲିଫ ପାଣ୍ଠିରୁ ଘୋଷଣା କଲେ ଅନୁକମ୍ପାମୂଳକ ସହାୟତା ରାଶି

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ତ୍ରିପୁରାର କୁମାରଘାଟରେ ଉଲଟା ରଥଯାତ୍ରା ସମୟରେ ଘଟିଥିବା ଦୁର୍ଘଟଣାକୁ ନେଇ ଗଭୀର ଶୋକ ପ୍ରକଟ କରିଛନ୍ତି । ଶ୍ରୀ ମୋଦୀ ଦୁର୍ଘଟଣାରେ ପୀଡ଼ିତଙ୍କ ପାଇଁ ପ୍ରଧାନମନ୍ତ୍ରୀ ଜାତୀୟ ରିଲିଫ ପାଣ୍ଠି (ପିଏମଏନଆରଏଫ)ରୁ ଅନୁକମ୍ପାମୂଳକ ସହାୟତା ଘୋଷଣା କରିଛନ୍ତି ।

ପ୍ରଧାନମନ୍ତ୍ରୀ ଟୁଇଟ୍‌ କରି କହିଛନ୍ତି :

‘‘କୁମାରଘାଟରେ ଘଟିଥିବା ଦୁର୍ଘଟଣା ଦୁଃଖଦାୟକ। ଏହି ଦୁର୍ଘଟଣାରେ ନିଜର ପ୍ରିୟଜନଙ୍କୁ ହରାଇଥିବା ଲୋକଙ୍କ ପ୍ରତି ସମବେଦନା ଜଣାଉଛି । ଆହତମାନଙ୍କର ଆଶୁ ଆରୋଗ୍ୟ କାମନା କରୁଛି । ସ୍ଥାନୀୟ ପ୍ରଶାସନ ପୀଡ଼ିତମାନଙ୍କୁ ଯଥାସମ୍ଭବ ସହାୟତା ଯୋଗାଇ ଦେଉଛି : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ’’।

‘‘ତ୍ରିପୁରାରେ ଘଟିଥିବା ଏହି ଦୁର୍ଘଟଣାରେ ପ୍ରାଣ ହରାଇଥିବା ଲୋକଙ୍କ ନିକଟ ସମ୍ପର୍କୀୟଙ୍କୁ ପିଏମଏନଆରଏଫରୁ ୨ଲକ୍ଷ ଟଙ୍କାର ଅନୁକମ୍ପାମୂଳକ ସହାୟତା ଯୋଗାଇ ଦିଆଯିବ ଏବଂ ଆହତମାନଙ୍କୁ ୫୦,୦୦୦ ଟଙ୍କାର ସହାୟତା ପ୍ରଦାନ କରାଯିବ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ’’ 

Explore More
ଶ୍ରୀରାମ ଜନ୍ମଭୂମି ମନ୍ଦିର ଧ୍ଵଜାରୋହଣ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ

ଲୋକପ୍ରିୟ ଅଭିଭାଷଣ

ଶ୍ରୀରାମ ଜନ୍ମଭୂମି ମନ୍ଦିର ଧ୍ଵଜାରୋହଣ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
India’s contribution to BRICS: Nari Shakti moves from promise to delivery

Media Coverage

India’s contribution to BRICS: Nari Shakti moves from promise to delivery
NM on the go

Nm on the go

Always be the first to hear from the PM. Get the App Now!
...
ସୋସିଆଲ ମିଡିଆ କର୍ଣ୍ଣର ଜୁନ 29, 2026
June 29, 2026

PM Modi Advancing National Strength Through Unity, Innovation and Janbhagidari