ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଏବଂ ଗ୍ରେନାଡା ର ପ୍ରଧାନମନ୍ତ୍ରୀ, ବର୍ତ୍ତମାନର କାରିକମ୍ ଅଧ୍ୟକ୍ଷ ମହାମହିମ ଶ୍ରୀ ଡିକନ୍ ମିଚେଲ, 20 ନଭେମ୍ବର 2024 ରେ ଜର୍ଜଟାଉନରେ ଦ୍ୱିତୀୟ ଭାରତ-କାରିକମ୍ ଶିଖର ସମ୍ମିଳନୀରେ ଅଧ୍ୟକ୍ଷତା କରିଥିଲେ । ଏହି ଶିଖର ସମ୍ମିଳନୀର ଆୟୋଜନ କରିଥିବାରୁ ପ୍ରଧାନମନ୍ତ୍ରୀ ଗୁୟାନା ରାଷ୍ଟ୍ରପତି ମହାମହିମ ଇରଫାନ ଅଲ୍ଲୀଙ୍କୁ ଧନ୍ୟବାଦ ଜଣାଇଥିଲେ । ୨୦୧୯ରେ ନ୍ୟୁୟର୍କରେ ପ୍ରଥମ ଭାରତ-କାରିକମ୍ ଶିଖର ସମ୍ମିଳନୀ ଅନୁଷ୍ଠିତ ହୋଇଥିଲା। ଗୁୟାନା ରାଷ୍ଟ୍ରପତି ଏବଂ ଗ୍ରେନାଡା ପ୍ରଧାନମନ୍ତ୍ରୀଙ୍କ ବ୍ୟତୀତ ଏହି ଶିଖର ସମ୍ମିଳନୀରେ ଯୋଗ ଦେଇଥିଲେ -

(୧) ଡୋମିନିକାର ରାଷ୍ଟ୍ରପତି ମହାମହିମ ସିଲଭାନି ବର୍ଟନ ଏବଂ ଡୋମିନିକାର ପ୍ରଧାନମନ୍ତ୍ରୀ ମହାମହିମ ରୁଜଭେଲ୍ଟ ସ୍କେରିଟ୍;

(୨) ସୁରିନାମର ରାଷ୍ଟ୍ରପତି, ମହାମହିମ ଚନ୍ଦ୍ରିକା ପ୍ରସାଦ ସଂତୋଖୀ;

 (iii) ତ୍ରିନିଦାଦ ଏବଂ ଟୋବାଗୋର ପ୍ରଧାନମନ୍ତ୍ରୀ ମହାମହିମ ଡ. କିଥ୍ ରୋଲି;

 (୪) ବାର୍ବାଡୋସ୍ ପ୍ରଧାନମନ୍ତ୍ରୀ ମହାମହିମ ମିଆ ଆମୋର ମୋଟ୍ଲେ;

 (୫) ଆଣ୍ଟିଗୁଆ ଓ ବାରବୁଡା ପ୍ରଧାନମନ୍ତ୍ରୀ ମହାମହିମ ଶ୍ରୀ ଗାଷ୍ଟନ ବ୍ରାଉନ;

(୬) ଗ୍ରେନାଡା ର ପ୍ରଧାନମନ୍ତ୍ରୀ ମହାମହିମ ଡିକନ୍ ମିଚେଲ;

(୭) ବାହାମାର ପ୍ରଧାନମନ୍ତ୍ରୀ ତଥା ଅର୍ଥ ମନ୍ତ୍ରୀ, ମାନ୍ୟବର ଫିଲିପ୍ ଏଡୱାର୍ଡ ଡେଭିସ୍, କେସି

(୮) ସେଣ୍ଟ ଲୁସିଆର ପ୍ରଧାନମନ୍ତ୍ରୀ, ମହାମହିମ ଫିଲିପ୍ ଜେ ପିଏରେ

 (୯), ସେଣ୍ଟ ଭିନସେଣ୍ଟର ପ୍ରଧାନମନ୍ତ୍ରୀ ମହାମହିମ ରାଲ୍ଫ ଏଭାର୍ଡ ଗୋନସାଲ୍ଭେସ୍

(୧୦), ବାହାମାସର ପ୍ରଧାନମନ୍ତ୍ରୀ ମହାମହିମ ଶ୍ରୀ ଫିଲିପ୍ ଏଡୱାର୍ଡ ଡେଭିସ୍

(୧୧) ବେଲିଜର ବୈଦେଶିକ ମନ୍ତ୍ରୀ ମହାମହିମ ଫ୍ରାନ୍ସିସ୍ ଫୋନସେକା

 (୧୨) ଜାମାଇକାର ବୈଦେଶିକ ମନ୍ତ୍ରୀ ଏଚ୍ ଇ କାମିନା ସ୍ମିଥ୍

(୧୩) ସେଣ୍ଟ କିଟ୍ସ ଏବଂ ନେଭିସ୍ ର ବୈଦେଶିକ ମନ୍ତ୍ରୀ ମହାମହିମ ଡ. ଡେନଜିଲ୍ ଡଗ୍ଲାସ୍

୨. କାରିକମ୍ ର ଜନସାଧାରଣଙ୍କ ପ୍ରତି ଗଭୀର ସମର୍ଥନ ପ୍ରକାଶ କରି ପ୍ରଧାନମନ୍ତ୍ରୀ ଏହି ଅଞ୍ଚଳରେ ବାତ୍ୟା ବେରିଲ୍ ଦ୍ୱାରା ହୋଇଥିବା କ୍ଷୟକ୍ଷତି ପାଇଁ ସମବେଦନା ଜଣାଇଥିଲେ । ସାମ୍ପ୍ରତିକ ବର୍ଷ ଗୁଡ଼ିକର ଆହ୍ୱାନ ଏବଂ ସଂଘର୍ଷ ଦ୍ୱାରା ଦକ୍ଷିଣ ବିଶ୍ୱ ଦେଶଗୁଡ଼ିକ ସର୍ବାଧିକ ପ୍ରଭାବିତ ହୋଇଥିବା ଉଲ୍ଲେଖ କରି ସେ ଏକ ନିର୍ଭରଯୋଗ୍ୟ ଅଂଶୀଦାର ଭାବରେ କାରିକମ୍ ଦେଶଗୁଡ଼ିକ ପ୍ରତି ଭାରତର ଦୃଢ଼ ପ୍ରତିବଦ୍ଧତାକୁ ଦୋହରାଇଥିଲେ। ପ୍ରଧାନମନ୍ତ୍ରୀ ଗୁରୁତ୍ୱାରୋପ କରିଥିଲେ ଯେ ଭାରତର ବିକାଶ ସହଯୋଗ ସହାୟତା କାରିକମ୍ ଦେଶଗୁଡ଼ିକର ଆବଶ୍ୟକତା ଏବଂ ପ୍ରାଥମିକତା ଉପରେ ଆଧାରିତ ।

 

୩. ଭାରତର ଘନିଷ୍ଠ ବିକାଶ ଭାଗିଦାରୀ ଏବଂ ଏହି ଅଞ୍ଚଳ ସହିତ ଜନସାଧାରଣଙ୍କ ମଧ୍ୟରେ ଦୃଢ଼ ସମ୍ପର୍କକୁ ଆହୁରି ମଜଭୁତ କରିବା ପାଇଁ ପ୍ରଧାନମନ୍ତ୍ରୀ କାରିକମ୍ ଦେଶଗୁଡ଼ିକୁ ସାତଟି ପ୍ରମୁଖ କ୍ଷେତ୍ରରେ ସହାୟତା ପ୍ରଦାନ କରିବାକୁ ପ୍ରସ୍ତାବ ଦେଇଥିଲେ । ଏହି କ୍ଷେତ୍ରଗୁଡ଼ିକ କାରିକମ୍ ସଂକ୍ଷିପ୍ତ ନାମ ସହିତ ଭଲ ଭାବରେ ମେଳ ଖାଉଛି ଏବଂ ଭାରତ ଏବଂ ଗୋଷ୍ଠୀ ମଧ୍ୟରେ ବନ୍ଧୁତ୍ୱର ଘନିଷ୍ଠ ବନ୍ଧନକୁ ବଢ଼ାଇଥାଏ । ସେସବୁ ହେଉଛି :

● C: ଦକ୍ଷତା ବିକାଶ

● A: କୃଷି ଏବଂ ଖାଦ୍ୟ ନିରାପତ୍ତା

● R: ଅକ୍ଷୟ ଶକ୍ତି ଏବଂ ଜଳବାୟୁ ପରିବର୍ତ୍ତନ

● I: ଉଦ୍ଭାବନ, ପ୍ରଯୁକ୍ତି ଏବଂ ବାଣିଜ୍ୟ

● C: କ୍ରିକେଟ  ଏବଂ ସଂସ୍କୃତି

● O: ସମୁଦ୍ର ଅର୍ଥନୀତି ଏବଂ ସାମୁଦ୍ରିକ ନିରାପତ୍ତା

● M: ଔଷଧ ଏବଂ ସ୍ୱାସ୍ଥ୍ୟସେବା

୪. ଦକ୍ଷତା ବୃଦ୍ଧି ଉପରେ ପ୍ରଧାନମନ୍ତ୍ରୀ ଆସନ୍ତା ପାଞ୍ଚ ବର୍ଷ ମଧ୍ୟରେ କାରିକମ୍ ଦେଶଗୁଡ଼ିକ ପାଇଁ ଆଉ ଏକ ହଜାର ଆଇଟିଇସି ସ୍ଲଟ୍ ଘୋଷଣା କରିଛନ୍ତି । ଖାଦ୍ୟ ନିରାପତ୍ତା କ୍ଷେତ୍ରରେ, ଯାହା ଏହି ଦେଶମାନଙ୍କ ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ଚ୍ୟାଲେଞ୍ଜ, ସେ କୃଷି କ୍ଷେତ୍ରରେ ଟେକ୍ନୋଲୋଜିର ବ୍ୟବହାର ଅର୍ଥାତ୍ ଡ୍ରୋନ, ଡିଜିଟାଲ ଚାଷ, କୃଷି ଯାନ୍ତ୍ରିକୀକରଣ ଏବଂ ମୃତ୍ତିକା ପରୀକ୍ଷଣ ଗ୍ରହଣ କରିବାରେ ଭାରତର ଅଭିଜ୍ଞତା ବାଣ୍ଟିଥିଲେ । ଯେହେତୁ ସର୍ଗାସମ୍ ସାମୁଦ୍ରିକ ଦଳ କ୍ୟାରିବିଆନ୍ ରେ ପର୍ଯ୍ୟଟନ ପାଇଁ ଏକ ବଡ଼ ଆହ୍ୱାନ ସୃଷ୍ଟି କରିଛି, ପ୍ରଧାନମନ୍ତ୍ରୀ ଉଲ୍ଲେଖ କରିଥିଲେ ଯେ ସାମୁଦ୍ରିକ ଦଳକୁ ସାରରେ ପରିଣତ କରିବାରେ ସାହାଯ୍ୟ କରିବା ନେଇ ଭାରତ ଖୁସି ହେବ ।

 

୫. ଅକ୍ଷୟ ଶକ୍ତି ଏବଂ ଜଳବାୟୁ ପରିବର୍ତ୍ତନ କ୍ଷେତ୍ରରେ ଭାରତ ଏବଂ କାରିକମ୍ ମଧ୍ୟରେ ସହଯୋଗ ବୃଦ୍ଧି ପାଇଁ ଆହ୍ୱାନ ଦେଇ ପ୍ରଧାନମନ୍ତ୍ରୀ ସଦସ୍ୟମାନଙ୍କୁ ଅନ୍ତର୍ଜାତୀୟ ସୌର ମେଣ୍ଟ, ବିପର୍ଯ୍ୟୟ ପ୍ରତିରୋଧୀ ଭିତ୍ତିଭୂମି ପାଇଁ ମେଣ୍ଟ, ମିଶନ ଏଲଏଫଇ ଏବଂ ବିଶ୍ୱ ଜୈବ ଇନ୍ଧନ ମେଂଟ ଭଳି ଭାରତର ନେତୃତ୍ୱାଧୀନ ବିଶ୍ୱସ୍ତରୀୟ ପଦକ୍ଷେପରେ ଯୋଗ ଦେବାକୁ ଅନୁରୋଧ କରିଥିଲେ ।

୬. ଭାରତରେ ଉଦ୍ଭାବନ, ପ୍ରଯୁକ୍ତି ବିଦ୍ୟା ଏବଂ ବାଣିଜ୍ୟ ଦ୍ୱାରା ଆସିଥିବା ପରିବର୍ତନଶୀଳ ପରିବର୍ତ୍ତନ ବିଷୟରେ କହିବା ବେଳେ ପ୍ରଧାନମନ୍ତ୍ରୀ କାରିକମର ଦେଶଗୁଡ଼ିକୁ ସାର୍ବଜନୀନ ସେବା ଯୋଗାଣ ବୃଦ୍ଧି ପାଇଁ ଭାରତର ଡିଜିଟାଲ ସାର୍ବଜନୀନ ଭିତ୍ତିଭୂମି, କ୍ଲାଉଡ୍ ଆଧାରିତ ଡିଜି ଲକର ଏବଂ ୟୁପିଆଇ ମଡେଲ ପ୍ରଦାନ କରିଥିଲେ ।

କାରିକମ୍ ଏବଂ ଭାରତ ମଧ୍ୟରେ ଘନିଷ୍ଠ ସାଂସ୍କୃତିକ ଏବଂ କ୍ରିକେଟ୍ ସମ୍ପର୍କ ରହିଛି। କାରିକମ୍ ଦେଶର ୧୧ ଜଣ ଯୁବ ମହିଳା କ୍ରିକେଟରଙ୍କ ପାଇଁ ଭାରତରେ ପ୍ରଶିକ୍ଷଣ ନେବାକୁ ପ୍ରଧାନମନ୍ତ୍ରୀ ଘୋଷଣା କରିଥିଲେ । ଲୋକଙ୍କ ମଧ୍ୟରେ ସମ୍ପର୍କକୁ ସୁଦୃଢ଼ କରିବା ପାଇଁ ଆସନ୍ତା ବର୍ଷ ସଦସ୍ୟ ଦେଶମାନଙ୍କରେ 'ଡେଜ୍ ଅଫ୍ ଇଣ୍ଡିଆନ୍ କଲଚର' ଆୟୋଜନ କରିବାକୁ ସେ ପ୍ରସ୍ତାବ ଦେଇଛନ୍ତି।

୮. ସମୁଦ୍ର ଅର୍ଥନୀତି ଏବଂ ସାମୁଦ୍ରିକ ନିରାପତ୍ତାକୁ ପ୍ରୋତ୍ସାହିତ କରିବା ପାଇଁ ପ୍ରଧାନମନ୍ତ୍ରୀ ଉଲ୍ଲେଖ କରିଥିଲେ ଯେ ଭାରତ କ୍ୟାରିବିଆନ୍ ସାଗରରେ ସାମୁଦ୍ରିକ ଡୋମେନ୍ ମ୍ୟାପିଂ ଏବଂ ହାଇଡ୍ରୋଗ୍ରାଫି ଉପରେ କାରିକମ୍ ସଦସ୍ୟମାନଙ୍କ ସହିତ କାର୍ଯ୍ୟ କରିବାକୁ ପ୍ରସ୍ତୁତ ଅଛି ।

୯. ଗୁଣାତ୍ମକ ଏବଂ ସୁଲଭ ସ୍ୱାସ୍ଥ୍ୟସେବା ସହିତ ଭାରତର ସଫଳତା ଉପରେ ପ୍ରଧାନମନ୍ତ୍ରୀ ଆଲୋକପାତ କରିଥିଲେ । ଜନ ଔଷଧି କେନ୍ଦ୍ର (ଜେନେରିକ ଔଷଧ ଦୋକାନ) ଜରିଆରେ ଜେନେରିକ ଔଷଧ ଉପଲବ୍ଧ କରାଇବା ପାଇଁ ସେ ଭାରତର ମଡେଲ ପ୍ରଦାନ କରିଥିଲେ। କାରିକମ୍ ର ଲୋକଙ୍କ ଇ-ସ୍ୱାସ୍ଥ୍ୟ ଏବଂ କଲ୍ୟାଣକୁ ପ୍ରୋତ୍ସାହିତ କରିବା ପାଇଁ ଯୋଗ ବିଶେଷଜ୍ଞଙ୍କୁ ପଠାଇବାକୁ ମଧ୍ୟ ସେ ଘୋଷଣା କରିଥିଲେ ।

 

୧୦. କାରିକମ୍ ନେତାମାନେ ଭାରତ ଏବଂ କାରିକମ୍ ମଧ୍ୟରେ ଭାଗିଦାରୀକୁ ସୁଦୃଢ଼ କରିବା ପାଇଁ ପ୍ରଧାନମନ୍ତ୍ରୀଙ୍କ ସାତ ପଏଣ୍ଟ ଯୋଜନାକୁ ସ୍ୱାଗତ କରିଥିଲେ। ଦକ୍ଷିଣ ବିଶ୍ଵ ଉପରେ ଭାରତର ନେତୃତ୍ୱ ଏବଂ କ୍ଷୁଦ୍ର ଦ୍ୱୀପ ବିକାଶଶୀଳ ରାଷ୍ଟ୍ରମାନଙ୍କ ପାଇଁ ଜଳବାୟୁ ନ୍ୟାୟ ପାଇଁ ଏହାର ଦୃଢ଼ ସମର୍ଥନକୁ ସେମାନେ ପ୍ରଶଂସା କରିଥିଲେ । ସେମାନେ ବୈଶ୍ୱିକ ଅନୁଷ୍ଠାନ ଗୁଡିକର ସଂସ୍କାର ପାଇଁ ଆହ୍ୱାନ ଦେଇଥିଲେ ଏବଂ ଏହି ପରିପ୍ରେକ୍ଷୀରେ ଭାରତ ସହିତ ଘନିଷ୍ଠ ଭାବରେ କାର୍ଯ୍ୟ କରିବାକୁ ଆଗ୍ରହୀ ଥିଲେ ।

୧୧. ଦକ୍ଷିଣ ବିଶ୍ଵର ସମସ୍ୟାକୁ ସ୍ୱର ଦେବା ପାଇଁ ଭାରତ ଦୃଢ଼ତାର ସହ ଠିଆ ହୋଇଛି ବୋଲି ପ୍ରଧାନମନ୍ତ୍ରୀ ଗୁରୁତ୍ୱାରୋପ କରିଥିଲେ । ପରବର୍ତ୍ତୀ ଭାରତ-କାରିକମ୍ ଶିଖର ସମ୍ମିଳନୀ ଭାରତରେ ଆୟୋଜନ କରାଯିବ ବୋଲି ପ୍ରଧାନମନ୍ତ୍ରୀ ଘୋଷଣା କରିଥିଲେ । ଶିଖର ସମ୍ମିଳନୀର ସଫଳ ଆୟୋଜନ ପାଇଁ ସେ ରାଷ୍ଟ୍ରପତି ଇରଫାନ ଅଲ୍ଲୀ, ପ୍ରଧାନମନ୍ତ୍ରୀ ଡିକନ୍ ମିଚେଲ ଏବଂ କାରିକମ୍ ସଚିବାଳୟକୁ ଧନ୍ୟବାଦ ଜଣାଇଛନ୍ତି।

୧୨. ଉଦଘାଟନୀ ଏବଂ ସମାପନ ଅଧିବେଶନରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ ନିମ୍ନଲିଖିତ ଲିଙ୍କରେ ଦେଖାଯାଇପାରେ:

Opening Remarks at 2nd India-CARICOM Summit

Closing Remarks at 2nd India-CARICOM Summit

 

Explore More
ପ୍ରତ୍ୟେକ ଭାରତୀୟଙ୍କ ରକ୍ତ ତାତିଛି  : 'ମନ କୀ ବାତ' ରେ ପ୍ରଧାନମନ୍ତ୍ରୀ ମୋଦୀ

ଲୋକପ୍ରିୟ ଅଭିଭାଷଣ

ପ୍ରତ୍ୟେକ ଭାରତୀୟଙ୍କ ରକ୍ତ ତାତିଛି : 'ମନ କୀ ବାତ' ରେ ପ୍ରଧାନମନ୍ତ୍ରୀ ମୋଦୀ
'Operation Sindoor on, if they fire, we fire': India's big message to Pakistan

Media Coverage

'Operation Sindoor on, if they fire, we fire': India's big message to Pakistan
NM on the go

Nm on the go

Always be the first to hear from the PM. Get the App Now!
...
PM Modi's address to the nation
May 12, 2025
Today, every terrorist knows the consequences of wiping Sindoor from the foreheads of our sisters and daughters: PM
Operation Sindoor is an unwavering pledge for justice: PM
Terrorists dared to wipe the Sindoor from the foreheads of our sisters; that's why India destroyed the very headquarters of terror: PM
Pakistan had prepared to strike at our borders,but India hit them right at their core: PM
Operation Sindoor has redefined the fight against terror, setting a new benchmark, a new normal: PM
This is not an era of war, but it is not an era of terrorism either: PM
Zero tolerance against terrorism is the guarantee of a better world: PM
Any talks with Pakistan will focus on terrorism and PoK: PM

ପ୍ରିୟ ଦେଶବାସୀ,

ନମସ୍କାର

ଆମେ ସମସ୍ତେ ଗତ କିଛିଦିନ ହେବ ଦେଶର ଶକ୍ତି ଏବଂ ସଂଯମ ଉଭୟକୁ ଦେଖିଛୁ। ସର୍ବପ୍ରଥମେ, ମୁଁ ପ୍ରତ୍ୟେକ ଭାରତୀୟଙ୍କ ତରଫରୁ ଭାରତର ପରାକ୍ରମୀ ସେନାବାହିନୀ, ସଶସ୍ତ୍ର ବଳ, ଆମର ଗୁଇନ୍ଦା ସଂସ୍ଥା, ଆମର ବୈଜ୍ଞାନିକମାନଙ୍କୁ ପ୍ରଣାମ କରୁଛି। ‘ଅପରେସନ୍ ସିନ୍ଦୁର’ର ଲକ୍ଷ୍ୟ ହାସଲ କରିବା ପାଇଁ ଆମର ସାହସୀ ସୈନିକମାନେ ଅପାର ବୀରତ୍ୱ ପ୍ରଦର୍ଶନ କରିଥିଲେ। ମୁଁ ସେମାନଙ୍କର ବୀରତ୍ୱ, ସାହସ ଏବଂ ପରାକ୍ରମକୁ ଆଜି ଆମ ଦେଶର ପ୍ରତ୍ୟେକ ମା’, ଦେଶର ପ୍ରତ୍ୟେକ ଭଉଣୀ ଏବଂ ଦେଶର ପ୍ରତ୍ୟେକ ଝିଅଙ୍କୁ ସମର୍ପିତ କରୁଛି । ମୁଁ ଏହି ପରାକ୍ରମକୁ ସମର୍ପଣ କରୁଛି ।

ସାଥୀଗଣ,

ଏପ୍ରିଲ ୨୨ ତାରିଖରେ ପହଲଗାମରେ ଆତଙ୍କବାଦୀମାନେ ଯେଉଁ ବର୍ବରତା ପ୍ରଦର୍ଶନ କରିଥିଲେ, ତାହା ଦେଶ ତଥା ବିଶ୍ୱକୁ ବ୍ୟଥିତ କରିଦେଇଥିଲା। ଛୁଟି ପାଳନ କରୁଥିବା ନିର୍ଦ୍ଦୋଷ ନାଗରିକମାନଙ୍କୁ, ସେମାନଙ୍କ ପରିବାର ସମ୍ମୁଖରେ, ସେମାନଙ୍କ ପିଲାମାନଙ୍କ ସମ୍ମୁଖରେ, ସେମାନଙ୍କ ଧର୍ମ ପଚାରି ନିର୍ମମ ହତ୍ୟା, ଆତଙ୍କବାଦର ଏକ ଅତ୍ୟନ୍ତ ବିଭତ୍ସ ଚେହେରା ଥିଲା, କ୍ରୁରତା ଥଲା। ଏହା ମଧ୍ୟ ଦେଶର ସୌହାର୍ଦ୍ଦ୍ୟକୁ ଭାଙ୍ଗିବାର ଏକ ନିନ୍ଦନୀୟ ପ୍ରୟାସ ଥିଲା। ବ୍ୟକ୍ତିଗତ ଭାବେ ମୋ ପାଇଁ ଏହି ଯନ୍ତ୍ରଣା ଅତ୍ୟନ୍ତ ଅସହ୍ୟ ଥିଲା। ଏହି ଆତଙ୍କବାଦୀ ଆକ୍ରମଣ ପରେ ସମଗ୍ର ଦେଶ, ପ୍ରତ୍ୟେକ ନାଗରିକ, ପ୍ରତ୍ୟେକ ସମାଜ, ପ୍ରତ୍ୟେକ ବର୍ଗ, ପ୍ରତ୍ୟେକ ରାଜନୈତିକ ଦଳ, ଏକ ସ୍ୱରରେ ଆତଙ୍କବାଦ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ପାଇଁ ଛିଡ଼ା ହୋଇଥିଲେ। ଆତଙ୍କବାଦୀମାନଙ୍କୁ ଦମନ କରିବା ପାଇଁ ଆମେ ଭାରତୀୟ ସେନାକୁ ସ୍ୱାଧୀନତା ଦେଇଥିଲୁ। ଆଉ ଆଜି ପ୍ରତ୍ୟେକ ଆତଙ୍କବାଦୀ, ପ୍ରତ୍ୟେକ ଆତଙ୍କୀ ସଙ୍ଗଠନ ଭଲ ଭାବେ ଜାଣିପାରିଛନ୍ତି ଯେ ଆମ ଭଉଣୀ ଓ ଝିଅମାନଙ୍କ ମଥାରୁ ସିନ୍ଦୁର ପୋଛିବାର ପରିଣାମ କ’ଣ ହୋଇପାରେ।

ସାଥୀଗଣ,

‘ଅପରେସନ୍‌ ସିନ୍ଦୁର’ କେବଳ ଗୋଟିଏ ନାମ ନୁହେଁ, ଏହା ଦେଶର କୋଟି କୋଟି ଲୋକଙ୍କ ଭାବନାର ପ୍ରତିଫଳନ। ‘ଅପରେସନ୍‌ ସିନ୍ଦୁର’ ନ୍ୟାୟର ଅଖଣ୍ଡ ପ୍ରତିଜ୍ଞା ଅଟେ। ୬ ମଇ ବିଳମ୍ବିତ ରାତ୍ରୀରେ, ୭ ମଇ ସକାଳେ ସାରା ଦୁନିଆ ଏହି ପ୍ରତିଜ୍ଞାକୁ ପରିଣାମରେ ବଦଳୁଥିବା ଦେଖିଛି । ଭାରତର ସେନାବାହିନୀ ପାକିସ୍ତାନରେ ଥିବା ଆତଙ୍କୀ ଆଡ୍ଡା ଉପରେ, ସେମାନଙ୍କ ଟ୍ରେନିଂ ସେଣ୍ଟର୍‌ ଉପରେ ସଠିକ୍‌ ପ୍ରହାର କରିଥିଲା। ଆତଙ୍କବାଦୀମାନେ ସ୍ୱପ୍ନରେ ସୁଦ୍ଧା ଭାବିପାରିନଥିଲେ ଯେ ଭାରତ ଏତେ ବଡ଼ ନିଷ୍ପତ୍ତି ନେଇପାରିବ। କିନ୍ତୁ ଯେତେବେଳେ ଦେଶ ଏକଜୁଟ ହୋଇଥାଏ, ରାଷ୍ଟ୍ର ପ୍ରଥମ ଭାବନାରେ ପରିପୂର୍ଣ୍ଣ ହୋଇଥାଏ, ରାଷ୍ଟ୍ର ସର୍ବୋପରି ହୋଇଥାଏ, ସେତେବେଳେ ଦୁଃସାହିକ ନିଷ୍ପତ୍ତି ଗ୍ରହଣ କରାଯାଏ, ପରିଣାମ ସମସ୍ତଙ୍କୁ ପ୍ରଦର୍ଶିତ କରାଯାଏ।

ଯେତେବେଳେ ପାକିସ୍ତାନରେ ଥିବା ଆତଙ୍କବାଦୀଙ୍କ ଆଡ୍ଡା ଉପରେ ଭାରତ କ୍ଷେପଣାସ୍ତ୍ର ମାଡ଼ କଲା, ଭାରତର ଡ୍ରୋନ ମାଡ଼ ହେଲା, ସେତେବେଳେ କେବଳ ଆତଙ୍କବାଦୀ ସଙ୍ଗଠନଗୁଡ଼ିକର ଅଟ୍ଟାଳିକା ନୁହେଁ, ବରଂ ସେମାନଙ୍କର ମନୋବଳ ମଧ୍ୟ ଭାଙ୍ଗି ଚୁରମାର୍‌ ହୋଇଥିଲା। ବାହାବଲପୁର ଏବଂ ମୁରୀଦକେ ଭଳି ଆତଙ୍କବାଦୀ କେନ୍ଦ୍ରଗୁଡ଼ିକ ଏକ ପ୍ରକାରରେ ବିଶ୍ୱ ଆତଙ୍କବାଦର ବିଶ୍ୱବିଦ୍ୟାଳୟ ହୋଇ ରହିଆସିଥିଲା। ବିଶ୍ୱର ଯେକୌଣସି ସ୍ଥାନରେ ବଡ଼ ଆତଙ୍କବାଦୀ ଆକ୍ରମଣ ହେଉ, ତାହା ୯/୧୧ ହେଉ, ଲଣ୍ଡନ ଟ୍ୟୁବ୍ ବୋମା ବିସ୍ଫୋରଣ ହେଉ, କିମ୍ବା ଦଶନ୍ଧି ଦଶନ୍ଧି ଧରି ଭାରତରେ ହୋଇଥିବା ବଡ଼ ଆତଙ୍କବାଦୀ ଆକ୍ରମଣ ହେଉ, କେଉଁଠି ନା କେଉଁଠି ଏହି ଆତଙ୍କବାଦର ଆଡ୍ଡା ସହିତ ଜଡିତ ହୋଇଛି। ଆତଙ୍କବାଦୀମାନେ ଆମ ଭଉଣୀମାନଙ୍କ ସିନ୍ଦୁରକୁ ଉଜାଡ଼ି ଦେଇଥିଲେ, ତେଣୁ ଭାରତ ଆତଙ୍କବାଦର ଏହି ମୁଖ୍ୟାଳୟଗୁଡ଼ିକୁ ଧ୍ୱଂସ କରିଦେଇଥିଲା। ଭାରତ ଦ୍ୱାରା ହୋଇଥିବା ଏହି ଆକ୍ରମଣରେ ୧୦୦ରୁ ଅଧିକ କୁଖ୍ୟାତ ଆତଙ୍କବାଦୀ ନିହତ ହୋଇଛନ୍ତି। ଗତ ଅଢେଇରୁ ତିନି ଦଶନ୍ଧି ଧରି ପାକିସ୍ତାନରେ ଖୋଲାଖୋଲି ଭାବେ ବୁଲୁଥିବା, ଭାରତ ବିରୋଧରେ ଷଡ଼ଯନ୍ତ୍ର କରୁଥିବା, ଅନେକ ପ୍ରମୁଖ ଆତଙ୍କବାଦୀଙ୍କୁ ଭାରତ ଗୋଟିଏ ଆଘାତରେ ନିପାତ କରିଦେଇଛି ।

ବନ୍ଧୁଗଣ,

ଭାରତର ଏହି କାର୍ଯ୍ୟ ଦ୍ୱାରା ପାକିସ୍ତାନ ଗଭୀର ଭାବେ ନିରାଶ, ହତାଶ ଏବଂ କ୍ରୋଧିତ ହୋଇଥିଲା, ଏବଂ ଏହି ହତାଶାରେ ସେ ଆଉ ଏକ ଦୁଃସାହସ କରିଥିଲା। ଆତଙ୍କବାଦ ଉପରେ ଭାରତର କାର୍ଯ୍ୟାନୁଷ୍ଠାନକୁ ସମର୍ଥନ କରିବା ପରିବର୍ତ୍ତେ ପାକିସ୍ତାନ ଭାରତ ଉପରେ ହିଁ ଆକ୍ରମଣ କରିବା ଆରମ୍ଭ କରିଥିଲା। ପାକିସ୍ତାନ ଆମର ବିଦ୍ୟାଳୟ, କଲେଜ, ଗୁରୁଦ୍ୱାର, ମନ୍ଦିର, ସାଧାରଣ ନାଗରିକଙ୍କ ଘରକୁ ଟାର୍ଗେଟ କରିଛି, ପାକିସ୍ତାନ ଆମର ସାମରିକ ପ୍ରତିଷ୍ଠାନକୁ ଟାର୍ଗେଟ କରିଛି, କିନ୍ତୁ ଏଥିରେ ମଧ୍ୟ ପାକିସ୍ତାନର ମୁଖା ଖୋଲି ଯାଇଛି।

ପାକିସ୍ତାନର ଡ୍ରୋନ୍ ଏବଂ ପାକିସ୍ତାନର କ୍ଷେପଣାସ୍ତ୍ର ଭାରତ ସାମ୍ନାରେ ଧୂଳିସାତ ହୋଇଥିଲା ତାହା ସାରା ଦୁନିଆ ଦେଖିଛି । ଭାରତର ଶକ୍ତିଶାଳୀ ବାୟୁ ପ୍ରତିରକ୍ଷା ବ୍ୟବସ୍ଥା ସେଗୁଡ଼ିକୁ ଆକାଶରେ ଧ୍ୱଂସ କରିଦେଇଥିଲା। ପାକିସ୍ତାନର ପ୍ରସ୍ତୁତି ଥିଲା ସୀମାରେ ଆକ୍ରମଣ କରିବା, କିନ୍ତୁ ଭାରତ ପାକିସ୍ତାନକୁ ଛାତିରେ ଆଘାତ କରିଥିଲା। ଭାରତର ଡ୍ରୋନ୍, ଭାରତର କ୍ଷେପଣାସ୍ତ୍ରଗୁଡ଼ିକ ପୂର୍ଣ୍ଣ ସଠିକତାର ସହ ଆଘାତ କରିଥିଲା। ପାକିସ୍ତାନ ବାୟୁସେନାର ସେହି ବିମାନ ଘାଟି କ୍ଷତିଗ୍ରସ୍ତ ହୋଇଥିଲା, ଯାହାକୁ ନେଇ ପାକିସ୍ତାନ ଗର୍ବ କରୁଥିଲା। ଭାରତ ପ୍ରଥମ ତିନି ଦିନ ମଧ୍ୟରେ ପାକିସ୍ତାନରେ ଏପରି ଧ୍ୱଂସଲୀଳ କରିଥିଲା, ଯାହା ପାକିସ୍ତାନ କେବେ କଳ୍ପନା ମଧ୍ୟ କରିପାରିନଥିଲା।

ସେଥିପାଇଁ ଭାରତର ଆକ୍ରମଣାତ୍ମକ କାର୍ଯ୍ୟାନୁଷ୍ଠାନ ପରେ, ପାକିସ୍ତାନ ପଳାୟନ ମାର୍ଗ ଖୋଜିବା ଆରମ୍ଭ କରିଥିଲା। ପାକିସ୍ତାନ ସାରା ବିଶ୍ୱରେ ଉତ୍ତେଜନା ହ୍ରାସ ପାଇଁ ନିବେଦନ କରିଥିଲା। ଆଉ ଏତେ ମାତ୍ରାରେ ଆଘାତ ସହିବା ପରେ ପାକିସ୍ତାନ ସେନା ବାଧ୍ୟ ହୋଇ ମଇ ୧୦ ତାରିଖ ଅପରାହ୍ଣରେ, ଆମର ଡିଜିଏମଓଙ୍କୁ ଯୋଗାଯୋଗ କରିଥିଲା। ସେତେବେଳକୁ, ଆମେ ଆତଙ୍କବାଦର ଭିତ୍ତିଭୂମିକୁ ବ୍ୟାପକ ଭାବେ ଧ୍ୱଂସ କରିଦେଇଥିଲୁ, ଆତଙ୍କବାଦୀମାନଙ୍କୁ ନିପାତ କରାଯାଇଥିଲା, ପାକିସ୍ତାନର ଛାତିରେ ଥିବା ଆତଙ୍କବାଦୀ ଘାଟିଗୁଡ଼ିକ ଧ୍ୱଂସ ହୋଇଯାଇଥିଲା, ତେଣୁ ଯେତେବେଳେ ପାକିସ୍ତାନ ନିବେଦନ କଲା, ସେତେବେଳେ ପାକିସ୍ତାନ କହିଲା ଯେ ତା’ ତରଫରୁ ଆଉ କୌଣସି ଆତଙ୍କବାଦୀ କାର୍ଯ୍ୟକଳାପ ଏବଂ ସାମରିକ ଦୁଃସାହସ ହେବ ନାହିଁ। ତେଣୁ ଭାରତ ମଧ୍ୟ ଏହା ଉପରେ ବିଚାର କରିଥିଲା। ଆହୁରି, ମୁଁ ଦୋହରାଇବାକୁ ଚାହେଁ, ଆମେ ପାକିସ୍ତାନର ଆତଙ୍କବାଦୀ ଏବଂ ସାମରିକ ଘାଟିଗୁଡ଼ିକ ବିରୋଧରେ ଆମର ପ୍ରତିଶୋଧମୂଳକ କାର୍ଯ୍ୟାନୁଷ୍ଠାନକୁ ସ୍ଥଗିତ ରଖିଛୁ। ଆଗାମୀ ଦିନରେ, ଆମେ ପାକିସ୍ତାନର ପ୍ରତ୍ୟେକ ପଦକ୍ଷେପକୁ ତା’ର ଆଭିମୁଖ୍ୟ ଦ୍ୱାରା ବିଚାର କରିବୁ।

ବନ୍ଧୁଗଣ,

ଭାରତର ତିନି ସେନା, ଆମର ବାୟୁସେନା, ଆମର ସେନା, ଆମର ନୌସେନା, ଆମର ସୀମା ସୁରକ୍ଷା ବଳ-ବିଏସଏଫ, ଭାରତର ଅର୍ଦ୍ଧସାମରିକ ବାହିନୀ, ସବୁବେଳେ ସତର୍କ ରହିଛନ୍ତି। ସର୍ଜିକାଲ୍ ଷ୍ଟ୍ରାଇକ୍ ଏବଂ ଏୟାର ଷ୍ଟ୍ରାଇକ୍ ପରେ ଏବେ ‘ଅପରେସନ ସିନ୍ଦୁର’ ହେଉଛି ଆତଙ୍କବାଦ ବିରୋଧରେ ଭାରତର ନୀତି। ଆତଙ୍କବାଦ ବିରୋଧରେ ଲଢ଼େଇରେ ଅପରେସନ୍ ସିନ୍ଦୁର ଏକ ନୂତନ ଲକ୍ଷ୍ମଣରେଖା ଟାଣିଛି, ଏକ ନୂତନ ମାନଦଣ୍ଡ, ଏକ ନୂତନ ବାସ୍ତବିକତା ପ୍ରତିଷ୍ଠା କରିଛି।

ପ୍ରଥମତଃ, ଯଦି ଭାରତ ଉପରେ କୌଣସି ଆତଙ୍କବାଦୀ ଆକ୍ରମଣ ହୁଏ, ତା’ହେଲେ ଉପଯୁକ୍ତ ଜବାବ ଦିଆଯିବ। ଆମେ ନିଜ ଶୈଳୀରେ, ନିଜ ସର୍ତ୍ତରେ ଜବାବ ଦେବା ଜାରି ରଖିବୁ। ଯେଉଁଠାରୁ ଆତଙ୍କବାଦର ଉତ୍ପତ୍ତି ହୋଇଛି, ସେହି ପ୍ରତ୍ୟେକ ସ୍ଥାନକୁ ଯାଇ କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ। ଦ୍ୱିତୀୟତଃ, ଭାରତ କୌଣସି ପରମାଣୁ ଯୁଦ୍ଧ ବ୍ଲାକମେଲକୁ ବରଦାସ୍ତ କରିବ ନାହିଁ। ପରମାଣୁ ବ୍ଲାକମେଲର ଛଦ୍ମବେଶରେ ବିକଶିତ ହେଉଥିବା ଆତଙ୍କବାଦୀ ଘାଟିଗୁଡ଼ିକ ଉପରେ ଭାରତ ସଠିକ୍ ଏବଂ ନିର୍ଣ୍ଣାୟକ ଭାବରେ ଆକ୍ରମଣ କରିବ।

ତୃତୀୟତଃ, ଆମେ ଆତଙ୍କବାଦକୁ ପ୍ରୋତ୍ସାହନ ଦେଉଥିବା ସରକାର ଏବଂ ଆତଙ୍କବାଦୀ ସଂଗଠନର ମୁଖିଆମାନଙ୍କୁ ଅଲଗା କରି ଦେଖିବୁ ନାହିଁ। ଅପରେସନ ସିନ୍ଦୁର ସମୟରେ, ବିଶ୍ୱ ପୁଣିଥରେ ପାକିସ୍ତାନର କୁତ୍ସିତ ବାସ୍ତବତା ଦେଖିଲା ଯେତେବେଳେ ପାକିସ୍ତାନ ସେନାର ବରିଷ୍ଠ ଅଧିକାରୀମାନେ ନିହତ ଆତଙ୍କବାଦୀମାନଙ୍କୁ ଅନ୍ତିମ ବିଦାୟ ଦେବାକୁ ବାହାରିଥିଲେ। ଏହା ରାଷ୍ଟ୍ର-ପ୍ରାୟୋଜିତ ଆତଙ୍କବାଦର ଏକ ବଡ଼ ପ୍ରମାଣ। ଭାରତ ଏବଂ ଆମର ନାଗରିକମାନଙ୍କୁ ଯେକୌଣସି ବିପଦରୁ ରକ୍ଷା କରିବା ପାଇଁ ଆମେ ନିର୍ଣ୍ଣାୟକ ପଦକ୍ଷେପ ନେବା ଜାରି ରଖିବୁ।

ବନ୍ଧୁଗଣ,

ଆମେ ପ୍ରତ୍ୟେକ ଥର ଯୁଦ୍ଧକ୍ଷେତ୍ରରେ ପାକିସ୍ତାନକୁ ଧୂଳି ଚଟେଇଛୁ। ଆଉ ଏଥର ଅପରେସନ୍ ସିନ୍ଦୁର ଏକ ନୂଆ ଦିଗ ଯୋଡ଼ିଛି। ଆମେ ମରୁଭୂମି ଏବଂ ପର୍ବତଗୁଡ଼ିକରେ ନିଜର ସାମର୍ଥ୍ୟର ଚମତ୍କାର ପ୍ରଦର୍ଶନ କରିଛୁ, ଏବଂ ଠିକ୍‌ ଏହି ସମୟରେ, ନୂତନ ଯୁଗର ଯୁଦ୍ଧରେ ନିଜର ଶ୍ରେଷ୍ଠତାକୁ ପ୍ରମାଣିତ କରିଛୁ। ଏହି ଅପରେସନ୍ ସମୟରେ, ଆମର ମେଡ ଇନ୍ ଇଣ୍ଡିଆ ଅସ୍ତ୍ରଶସ୍ତ୍ରର କ୍ଷମତା ପ୍ରମାଣିତ ହୋଇଥିଲା। ଆଜି ବିଶ୍ୱ ଦେଖୁଛି, ଏକବିଂଶ ଶତାବ୍ଦୀର ଯୁଦ୍ଧରେ ଭାରତରେ ନିର୍ମିତ ପ୍ରତିରକ୍ଷା ଉପକରଣର ସମୟ ଆସିଛି।

ବନ୍ଧୁଗଣ, ପ୍ରତ୍ୟେକ ପ୍ରକାରର ଆତଙ୍କବାଦ ବିରୋଧରେ ଏକଜୁଟ ରହିବା ହେଉଛି ଆମର ସବୁଠାରୁ ବଡ଼ ଶକ୍ତି। ନିଶ୍ଚିତ ଭାବେ ଏହା ଯୁଦ୍ଧର ଯୁଗ ନୁହେଁ, କିନ୍ତୁ ଏହା ମଧ୍ୟ ଆତଙ୍କବାଦର ଯୁଗ ନୁହେଁ। ଆତଙ୍କବାଦ ବିରୋଧରେ ଶୂନ୍ୟ ସହନଶୀଳତା ହେଉଛି ଏକ ଉନ୍ନତ ବିଶ୍ୱର ଗ୍ୟାରେଣ୍ଟି।

ବନ୍ଧୁଗଣ,

ଯେଭଳି ଭାବେ ପାକିସ୍ତାନ ସେନା ଏବଂ ପାକିସ୍ତାନ ସରକାର ଆତଙ୍କବାଦକୁ ପୋଷଣ ଦେଉଛନ୍ତି, ଦିନେ ନା ଦିନେ ଏହା ପାକିସ୍ତାନକୁ ଶେଷ କରିଦେବ। ଯଦି ପାକିସ୍ତାନ ବଞ୍ଚିବାକୁ ଚାହେଁ, ତା’ହେଲେ ତାର ଆତଙ୍କବାଦୀ ଭିତ୍ତିଭୂମିକୁ ଧ୍ୱଂସ କରିବାକୁ ପଡ଼ିବ। ଶାନ୍ତି ପାଇଁ ଅନ୍ୟ କୌଣସି ରାସ୍ତା ନାହିଁ। ଭାରତର ସ୍ଥିତି ଅତ୍ୟନ୍ତ ସ୍ପଷ୍ଟ: ଆତଙ୍କବାଦ ଏବଂ ଆଲୋଚନା, ଏକାଠି କରାଯାଇପାରିବ ନାହିଁ, ଆତଙ୍କବାଦ ଏବଂ ବ୍ୟବସାୟ ଏକାଠି ଯାଇପାରିବ ନାହିଁ। ଏହା ବ୍ୟତୀତ, ପାଣି ଏବଂ ରକ୍ତ ଏକାଠି ପ୍ରବାହିତ ହୋଇପାରିବ ନାହିଁ। ମୁଁ ଆଜି ବିଶ୍ୱ ସମୁଦାୟକୁ ମଧ୍ୟ କହିବି, ଆମର ଘୋଷିତ ନୀତି ହେଉଛି, ଯଦି ପାକିସ୍ତାନ ସହିତ ଆଲୋଚନା ହୁଏ, ତେବେ ତାହା ଆତଙ୍କବାଦ ଉପରେ ହେବ, ଯଦି ପାକିସ୍ତାନ ସହିତ ଆଲୋଚନା ହୁଏ, ତେବେ ପାକିସ୍ତାନ ଅଧିକୃତ କାଶ୍ମୀର, ପିଓକେ ଉପରେ ଆଧାରିତ ହେବ।

ପ୍ରିୟ ଦେଶବାସୀ,

ଆଜି ବୁଦ୍ଦ ପୂର୍ଣ୍ଣିମା। ଭଗବାନ ବୁଦ୍ଧ ଆମକୁ ଶାନ୍ତିର ମାର୍ଗ ଦେଖାଇଛନ୍ତି। ଶାନ୍ତିର ମାର୍ଗ ମଧ୍ୟ ଶକ୍ତିର ମାର୍ଗ ହୋଇଯାଇଥାଏ। ମାନବତା, ଶାନ୍ତି ଏବଂ ସମୃଦ୍ଧି ଦିଗରେ ଆଗକୁ ବଢ଼ୁ, ପ୍ରତ୍ୟେକ ଭାରତୀୟ ଶାନ୍ତିରେ ରୁହନ୍ତୁ, ବିକଶିତ ଭାରତର ସ୍ୱପ୍ନକୁ ପୂରଣ କରନ୍ତୁ, ସେଥିପାଇଁ ଭାରତ ଶକ୍ତିଶାଳୀ ହେବ ଅତ୍ୟନ୍ତ ଜରୁରୀ। ଆବଶ୍ୟକତା ପଡ଼ିଲେ ଏହି ଶକ୍ତିର ଉପଯୋଗ କରିବା ମଧ୍ୟ ଜରୁରୀ। ଆଉ ବିଗତ କିଛି ଦିନ ମଧ୍ୟରେ ଭାରତ ଏହା କରି ଦେଖାଇଛି ।

ମୁଁ ପୁଣିଥରେ ଭାରତୀୟ ସେନା ଏବଂ ସଶସ୍ତ୍ର ବଳକୁ ଅଭିବାଦନ ଜଣାଉଛି। ଆମେ ଭାରତବାସୀଙ୍କ ସାହସକୁ ପ୍ରଣାମ କରୁଛି। ଭାରତବାସୀଙ୍କ ଏକତାର ଶପଥ, ସଂକଳ୍ପକୁ ମୁଁ ପ୍ରଣାମ କରୁଛି।

ବହୁତ - ବହୁତ ଧନ୍ୟବାଦ।

ଭାରତ ମାତା କୀ ଜୟ!!!

ଭାରତ ମାତା କୀ ଜୟ!!!

ଭାରତ ମାତା କୀ ଜୟ!!!