ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଆସାମର ଗୁଆହାଟୀ ଠାରେ ଏକ ମେଗା ଝୁମୋଇର କାର୍ଯ୍ୟକ୍ରମ, ଝୁମୋଇର ବିନାନ୍ଦିନୀ ୨୦୨୫ ରେ ଅଂଶଗ୍ରହଣ କରିଛନ୍ତି । ସଭାକୁ ସମ୍ବୋଧିତ କରି ସେ କହିଥିଲେ ଯେ ଏହି କାର୍ଯ୍ୟକ୍ରମରେ ଖୁସି, ଉତ୍ସାହ ଓ ଉଦ୍ଦୀପନାଭରା ବାତାବରଣ ସୃଷ୍ଟି ହୋଇଥିଲା। ଝୁମୋଇର ପରିବେଷଣ କରୁଥିବା ସମସ୍ତ କଳାକାରଙ୍କ ଚମତ୍କାର ପ୍ରସ୍ତୁତି ବିଷୟରେ ସେ ଉଲ୍ଲେଖ କରିଥିଲେ, ଯାହା ଚା' ବଗିଚାର ସୁଗନ୍ଧ ଏବଂ ସୌନ୍ଦର୍ଯ୍ୟକୁ ପ୍ରତିଫଳିତ କରିଥିଲା । ଝୁମୋଇର ଓ ଚା' ବଗିଚା ସଂସ୍କୃତି ସହିତ ଯେମିତି ଲୋକମାନଙ୍କର ବିଶେଷ ସମ୍ପର୍କ ରହିଛି, ସେହିଭଳି ତାଙ୍କର ମଧ୍ୟ ସମାନ ସମ୍ପର୍କ ରହିଛି ବୋଲି ସେ ଉଲ୍ଲେଖ କରିଛନ୍ତି। ସେ ଆହୁରି ମଧ୍ୟ କହିଛନ୍ତି ଯେ ଆଜି ଏତେ ସଂଖ୍ୟକ କଳାକାର ଝୁମୋଇର ନୃତ୍ୟ ପରିବେଷଣ କରି ରେକର୍ଡ ସୃଷ୍ଟି କରିବେ। ୨୦୨୩ ମସିହାରେ ଆସାମ ଗସ୍ତକୁ ମନେ ପକାଇ ପ୍ରଧାନମନ୍ତ୍ରୀ କହିଥିଲେ ଯେ, ସେହି ସମୟରେ ୧୧,୦୦୦ କଳାକାର ବିହୁ ନୃତ୍ୟ ପରିବେଷଣ କରି ଏକ ରେକର୍ଡ ସୃଷ୍ଟି କରିଥିବା ବେଳେ ଏହା ତାଙ୍କ ପାଇଁ ଏକ ଅବିସ୍ମରଣୀୟ ମୁହୂର୍ତ ହୋଇ ରହିଯାଇଛି ଏବଂ ସେ ଅନୁରୂପ ଆକର୍ଷଣୀୟ ପ୍ରଦର୍ଶନ ଆଶା କରୁଛନ୍ତି । ଏକ ଭବ୍ୟ ସାଂସ୍କୃତିକ କାର୍ଯ୍ୟକ୍ରମ ଆୟୋଜନ କରିଥିବାରୁ ସେ ଆସାମ ସରକାର ଏବଂ ଏହାର ମୁଖ୍ୟମନ୍ତ୍ରୀଙ୍କୁ ଅଭିନନ୍ଦନ ଜଣାଇଥିଲେ । ସେ ଉଲ୍ଲେଖ କରିଥିଲେ ଯେ. ଆଜି ଆସାମ ପାଇଁ ଏକ ଗୌରବର ଦିନ, ଚା' ସମ୍ପ୍ରଦାୟ ଏବଂ ଆଦିବାସୀ ଲୋକମାନେ ଏହି ଉତ୍ସବରେ ଅଂଶଗ୍ରହଣ କରୁଛନ୍ତି। ଏହି ସ୍ୱତନ୍ତ୍ର ଦିନରେ ସେ ସମସ୍ତଙ୍କୁ ଶୁଭେଚ୍ଛା ଜଣାଇଥିଲେ।

 

ଏଭଳି ଭବ୍ୟ କାର୍ଯ୍ୟକ୍ରମ କେବଳ ଆସାମର ଗୌରବର ପ୍ରମାଣ ନୁହେଁ , ବରଂ ଭାରତର ମହାନ ବିବିଧତାକୁ ମଧ୍ୟ ଦର୍ଶାଉଛି ବୋଲି ଉଲ୍ଲେଖ କରି ପ୍ରଧାନମନ୍ତ୍ରୀ କହିଥିଲେ ଯେ ଏକ ସମୟ ଥିଲା ଯେତେବେଳେ ଆସାମ ଏବଂ ଉତ୍ତର - ପୂର୍ବାଞ୍ଚଳ ବିକାଶ ଓ ସଂସ୍କୃତି ଦୃଷ୍ଟିରୁ ଅବହେଳିତ ଥିଲେ । ଏବେ ସେ ନିଜେ ଉତ୍ତର  -ପୂର୍ବ ସଂସ୍କୃତିର ବ୍ରାଣ୍ଡ ଆମ୍ବାସାଡର ପାଲଟି ଯାଇଛନ୍ତି। ସେ ଉଲ୍ଲେଖ କରିଛନ୍ତି ଯେ ସେ ହେଉଛନ୍ତି ପ୍ରଥମ ପ୍ରଧାନମନ୍ତ୍ରୀ ଯିଏ ଆସାମର କାଜିରଙ୍ଗାରେ ରହିଛନ୍ତି ଏବଂ ଏହାର ଜୈବ ବିବିଧତାକୁ ବିଶ୍ୱ ଉଦ୍ଦେଶ୍ୟରେ ପ୍ରୋତ୍ସାହିତ କରୁଛନ୍ତି । ସେ ଆହୁରି ମଧ୍ୟ ଉଲ୍ଲେଖ କରିଥିଲେ ଯେ, କିଛି ମାସ ତଳେ ଅହମୀୟା ଭାଷାକୁ ଶାସ୍ତ୍ରୀୟ ଭାଷାର ମାନ୍ୟତା ମିଳିଥିଲା, ଯାହାକୁ ଆସାମର ଲୋକମାନେ ଦଶନ୍ଧି ଧରି ଅପେକ୍ଷା କରିଥିଲେ। ଏହାବ୍ୟତୀତ ଚରାଇଦେଓ ମୋଇଦାମକୁ ୟୁନେସ୍କୋ ବିଶ୍ୱ ଐତିହ୍ୟ ତାଲିକାରେ ସାମିଲ କରାଯାଇଛି, ଯାହା କି ସେମାନଙ୍କ ସରକାରଙ୍କ ପ୍ରୟାସ ଯୋଗୁଁ ଏକ ଗୁରୁତ୍ୱପୂର୍ଣ୍ଣ ସଫଳତା ବୋଲି ସେ କହିଛନ୍ତି।

 

ଆସାମର ଗୌରବ, ବୀର ଯୋଦ୍ଧା ଲଚିତ୍ ବୋରଫୁକନ, ଯିଏ କି ମୋଗଲମାନଙ୍କ ବିରୋଧରେ ଲଢ଼ି ଆସାମର ସଂସ୍କୃତି ଏବଂ ପରିଚୟକୁ ରକ୍ଷା କରିଥିଲେ, ଶ୍ରୀ ମୋଦୀ ଲଚିତ୍ ବୋରଫୁକନଙ୍କ ୪୦୦ତମ ଜୟନ୍ତୀର ଭବ୍ୟ ଉତ୍ସବ ଉପରେ ଆଲୋକପାତ କରିଥିଲେ ଏବଂ ଉଲ୍ଲେଖ କରିଥିଲେ ଯେ ସାଧାରଣତନ୍ତ୍ର ଦିବସ ପରେଡରେ ତାଙ୍କର ଟେବୁଲ ମଧ୍ୟ ସାମିଲ କରାଯାଇଥିଲା । ପ୍ରଧାନମନ୍ତ୍ରୀ ଉଲ୍ଲେଖ କରିଥିଲେ ଯେ ଆସାମରେ ଲଚିତ୍ ବୋରଫୁକନଙ୍କ ୧୨୫ ଫୁଟର ଏକ ବ୍ରୋଞ୍ଜ ପ୍ରତିମୂର୍ତ୍ତି ନିର୍ମାଣ କରାଯାଇଛି । ଆଦିବାସୀ ସମାଜର ଐତିହ୍ୟକୁ ପାଳନ କରିବା ପାଇଁ ଜନଜାତୀୟ ଗୌରବ ଦିବସ ଆରମ୍ଭ ହେବା ବିଷୟରେ ମଧ୍ୟ ସେ ଉଲ୍ଲେଖ କରିଥିଲେ । ଆଦିବାସୀ ବୀରଙ୍କ ଅବଦାନକୁ ଅମର କରିବା ପାଇଁ ସାରା ଦେଶରେ ଆଦିବାସୀ ସଂଗ୍ରହାଳୟ ପ୍ରତିଷ୍ଠା କରାଯାଉଛି ବୋଲି ସେ କହିଥିଲେ।

 

ସେମାନଙ୍କ ସରକାର ଆସାମର ବିକାଶ କରୁଛନ୍ତି ଏବଂ 'ଚା ଜନଜାତି' ସମ୍ପ୍ରଦାୟର ସେବା କରୁଛନ୍ତି ବୋଲି ମନ୍ତବ୍ୟ ଦେଇ ପ୍ରଧାନମନ୍ତ୍ରୀ ଆସାମ ଚା' ନିଗମ କର୍ମଚାରୀଙ୍କ ଆୟ ବୃଦ୍ଧି ପାଇଁ ବୋନସ ଘୋଷଣା ଉପରେ ଆଲୋକପାତ କରିଥିଲେ । ସେ ଚା' ବଗିଚାର ପ୍ରାୟ ଦେଢ଼ ଲକ୍ଷ ମହିଳାଙ୍କୁ ପ୍ରଦାନ କରାଯାଉଥିବା ସହାୟତା ଉପରେ ଗୁରୁତ୍ଵାରୋପ କରିଥିଲେ, ଯେଉଁମାନଙ୍କୁ ଆର୍ଥିକ ସମସ୍ୟା କମ୍ କରିବା ପାଇଁ ଗର୍ଭାବସ୍ଥାରେ ୧୫,୦୦୦ ଟଙ୍କା ସହାୟତା ଆକାରରେ ଯୋଗାଇ ଦିଆଯାଇଥାଏ।  ଏହାବ୍ୟତୀତ ଆସାମ ସରକାର ଚା' ବଗିଚାରେ ୩୫୦ରୁ ଅଧିକ ଆୟୁଷ୍ମାନ ଆରୋଗ୍ୟ ମନ୍ଦିର ଖୋଲୁଛନ୍ତି ବୋଲି ସେ ଉଲ୍ଲେଖ କରିଥିଲେ।  ଚା' ଜନଜାତିର ପିଲାଙ୍କ ପାଇଁ ୧୦୦ରୁ ଅଧିକ ମଡେଲ ଚା' ବଗିଚା ସ୍କୁଲ ଖୋଲାଯାଇଥିବା ବେଳେ ଆହୁରି ୧୦୦ଟି ସ୍କୁଲର ଯୋଜନା ରହିଛି ବୋଲି ଶ୍ରୀ ମୋଦୀ ଉଲ୍ଲେଖ କରିଥିଲେ। ସେ ଚା' ଜନଜାତିର ଯୁବକମାନଙ୍କ ପାଇଁ ଓବିସି କୋଟାରେ ୩% ସଂରକ୍ଷଣ ଏବଂ ଆସାମ ସରକାରଙ୍କ ଦ୍ୱାରା ପ୍ରଦାନ କରାଯାଉଥିବା ଆତ୍ମନିଯୁକ୍ତି ପାଇଁ ୨୫,୦୦୦ ଟଙ୍କା ସହାୟତାର ବ୍ୟବସ୍ଥା ବିଷୟରେ ମଧ୍ୟ ଉଲ୍ଲେଖ କରିଥିଲେ। ଚା' ଶିଳ୍ପ ଏବଂ ଏହାର ଶ୍ରମିକମାନଙ୍କର ବିକାଶ ଆସାମର ସାମଗ୍ରିକ ଅଭିବୃଦ୍ଧିକୁ ପ୍ରୋତ୍ସାହିତ କରିବ ଏବଂ ଉତ୍ତରପୂର୍ବକୁ ନୂତନ ଉଚ୍ଚତାରେ ପହଞ୍ଚାଇବ ବୋଲି ପ୍ରଧାନମନ୍ତ୍ରୀ ବିଶ୍ୱାସ ବ୍ୟକ୍ତ କରିଥିଲେ । ଆଗାମୀ ପ୍ରଦର୍ଶନ ପାଇଁ ସେ ସମସ୍ତ ଅଂଶଗ୍ରହଣକାରୀଙ୍କୁ ଆଗୁଆ ଧନ୍ୟବାଦ ଜଣାଇବା ସହ ଶୁଭେଚ୍ଛା ଜଣାଇଥିଲେ।

 

ଏହି କାର୍ଯ୍ୟକ୍ରମରେ ଆସାମ ରାଜ୍ୟପାଳ ଶ୍ରୀ ଲକ୍ଷ୍ମଣ ପ୍ରସାଦ ଆଚାର୍ଯ୍ୟ, ଆସାମ ମୁଖ୍ୟମନ୍ତ୍ରୀ ଶ୍ରୀ ହିମନ୍ତ ବିଶ୍ୱ ଶର୍ମା, କେନ୍ଦ୍ର ମନ୍ତ୍ରୀ ଡ. ଏସ୍ ଜୟଶଙ୍କର, ଶ୍ରୀ ସର୍ବାନନ୍ଦ ସୋନୋୱାଲ, ତ୍ରିପୁରା ମୁଖ୍ୟମନ୍ତ୍ରୀ ଡ. ମାଣିକ ସାହା, କେନ୍ଦ୍ର ରାଷ୍ଟ୍ରମନ୍ତ୍ରୀ ଶ୍ରୀ ପବିତ୍ର ମାର୍ଗେରିଟା ପ୍ରମୁଖ ଉପସ୍ଥିତ ଥିଲେ।

 

ପୃଷ୍ଠଭୂମି

ଝୁମୋଇର ବିନାନ୍ଦିନୀ (ମେଗା ଝୁମୋଇର) ୨୦୨୫ ହେଉଛି ଏକ ଚମତ୍କାର ସାଂସ୍କୃତିକ ଉତ୍ସବ, ଯେଉଁଥିରେ ଆସାମର ଚା' ଜନଜାତି ଏବଂ ଆସାମର ଆଦିବାସୀ ସମ୍ପ୍ରଦାୟର ଏକ ଲୋକ ନୃତ୍ୟ ଝୁମୋଇର ନୃତ୍ୟରେ ୮,୦୦୦ କଳାକାର ଅଂଶଗ୍ରହଣ କରିଛନ୍ତି ଯାହା ସମାବେଶୀକରଣ, ଏକତା ଏବଂ ସାଂସ୍କୃତିକ ଗୌରବର ଭାବନାକୁ ପ୍ରତିଫଳିତ କରେ ଏବଂ ଆସାମର ସମନ୍ୱିତ ସାଂସ୍କୃତିକ ମିଶ୍ରଣର ପ୍ରତୀକ । ଭବ୍ୟ ଝୁମୋଇର କାର୍ଯ୍ୟକ୍ରମ ଚା' ଶିଳ୍ପର ୨୦୦ ବର୍ଷ ଏବଂ ଆସାମରେ ଶିଳ୍ପାୟନର ୨୦୦ ବର୍ଷର ପ୍ରତୀକ ।

 

ସମ୍ପୂର୍ଣ୍ଣ ଅଭିଭାଷଣ ପଢିବା ପାଇଁ ଏଠାରେ କ୍ଲିକ କରନ୍ତୁ

Explore More
ଶ୍ରୀରାମ ଜନ୍ମଭୂମି ମନ୍ଦିର ଧ୍ଵଜାରୋହଣ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ

ଲୋକପ୍ରିୟ ଅଭିଭାଷଣ

ଶ୍ରୀରାମ ଜନ୍ମଭୂମି ମନ୍ଦିର ଧ୍ଵଜାରୋହଣ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
Exclusive: Just two friends in a car, says Putin on viral carpool with PM Modi

Media Coverage

Exclusive: Just two friends in a car, says Putin on viral carpool with PM Modi
NM on the go

Nm on the go

Always be the first to hear from the PM. Get the App Now!
...
India–Russia friendship has remained steadfast like the Pole Star: PM Modi during the joint press meet with Russian President Putin
December 05, 2025

Your Excellency, My Friend, राष्ट्रपति पुतिन,
दोनों देशों के delegates,
मीडिया के साथियों,
नमस्कार!
"दोबरी देन"!

आज भारत और रूस के तेईसवें शिखर सम्मेलन में राष्ट्रपति पुतिन का स्वागत करते हुए मुझे बहुत खुशी हो रही है। उनकी यात्रा ऐसे समय हो रही है जब हमारे द्विपक्षीय संबंध कई ऐतिहासिक milestones के दौर से गुजर रहे हैं। ठीक 25 वर्ष पहले राष्ट्रपति पुतिन ने हमारी Strategic Partnership की नींव रखी थी। 15 वर्ष पहले 2010 में हमारी साझेदारी को "Special and Privileged Strategic Partnership” का दर्जा मिला।

पिछले ढाई दशक से उन्होंने अपने नेतृत्व और दूरदृष्टि से इन संबंधों को निरंतर सींचा है। हर परिस्थिति में उनके नेतृत्व ने आपसी संबंधों को नई ऊंचाई दी है। भारत के प्रति इस गहरी मित्रता और अटूट प्रतिबद्धता के लिए मैं राष्ट्रपति पुतिन का, मेरे मित्र का, हृदय से आभार व्यक्त करता हूँ।

Friends,

पिछले आठ दशकों में विश्व में अनेक उतार चढ़ाव आए हैं। मानवता को अनेक चुनौतियों और संकटों से गुज़रना पड़ा है। और इन सबके बीच भी भारत–रूस मित्रता एक ध्रुव तारे की तरह बनी रही है।परस्पर सम्मान और गहरे विश्वास पर टिके ये संबंध समय की हर कसौटी पर हमेशा खरे उतरे हैं। आज हमने इस नींव को और मजबूत करने के लिए सहयोग के सभी पहलुओं पर चर्चा की। आर्थिक सहयोग को नई ऊँचाइयों पर ले जाना हमारी साझा प्राथमिकता है। इसे साकार करने के लिए आज हमने 2030 तक के लिए एक Economic Cooperation प्रोग्राम पर सहमति बनाई है। इससे हमारा व्यापार और निवेश diversified, balanced, और sustainable बनेगा, और सहयोग के क्षेत्रों में नए आयाम भी जुड़ेंगे।

आज राष्ट्रपति पुतिन और मुझे India–Russia Business Forum में शामिल होने का अवसर मिलेगा। मुझे पूरा विश्वास है कि ये मंच हमारे business संबंधों को नई ताकत देगा। इससे export, co-production और co-innovation के नए दरवाजे भी खुलेंगे।

दोनों पक्ष यूरेशियन इकॉनॉमिक यूनियन के साथ FTA के शीघ्र समापन के लिए प्रयास कर रहे हैं। कृषि और Fertilisers के क्षेत्र में हमारा करीबी सहयोग,food सिक्युरिटी और किसान कल्याण के लिए महत्वपूर्ण है। मुझे खुशी है कि इसे आगे बढ़ाते हुए अब दोनों पक्ष साथ मिलकर यूरिया उत्पादन के प्रयास कर रहे हैं।

Friends,

दोनों देशों के बीच connectivity बढ़ाना हमारी मुख्य प्राथमिकता है। हम INSTC, Northern Sea Route, चेन्नई - व्लादिवोस्टोक Corridors पर नई ऊर्जा के साथ आगे बढ़ेंगे। मुजे खुशी है कि अब हम भारत के seafarersकी polar waters में ट्रेनिंग के लिए सहयोग करेंगे। यह आर्कटिक में हमारे सहयोग को नई ताकत तो देगा ही, साथ ही इससे भारत के युवाओं के लिए रोजगार के नए अवसर बनेंगे।

उसी प्रकार से Shipbuilding में हमारा गहरा सहयोग Make in India को सशक्त बनाने का सामर्थ्य रखता है। यह हमारेwin-win सहयोग का एक और उत्तम उदाहरण है, जिससे jobs, skills और regional connectivity – सभी को बल मिलेगा।

ऊर्जा सुरक्षा भारत–रूस साझेदारी का मजबूत और महत्वपूर्ण स्तंभ रहा है। Civil Nuclear Energy के क्षेत्र में हमारा दशकों पुराना सहयोग, Clean Energy की हमारी साझा प्राथमिकताओं को सार्थक बनाने में महत्वपूर्ण रहा है। हम इस win-win सहयोग को जारी रखेंगे।

Critical Minerals में हमारा सहयोग पूरे विश्व में secure और diversified supply chains सुनिश्चित करने के लिए महत्वपूर्ण है। इससे clean energy, high-tech manufacturing और new age industries में हमारी साझेदारी को ठोस समर्थन मिलेगा।

Friends,

भारत और रूस के संबंधों में हमारे सांस्कृतिक सहयोग और people-to-people ties का विशेष महत्व रहा है। दशकों से दोनों देशों के लोगों में एक-दूसरे के प्रति स्नेह, सम्मान, और आत्मीयताका भाव रहा है। इन संबंधों को और मजबूत करने के लिए हमने कई नए कदम उठाए हैं।

हाल ही में रूस में भारत के दो नए Consulates खोले गए हैं। इससे दोनों देशों के नागरिकों के बीच संपर्क और सुगम होगा, और आपसी नज़दीकियाँ बढ़ेंगी। इस वर्ष अक्टूबर में लाखों श्रद्धालुओं को "काल्मिकिया” में International Buddhist Forum मे भगवान बुद्ध के पवित्र अवशेषों का आशीर्वाद मिला।

मुझे खुशी है कि शीघ्र ही हम रूसी नागरिकों के लिए निशुल्क 30 day e-tourist visa और 30-day Group Tourist Visa की शुरुआत करने जा रहे हैं।

Manpower Mobility हमारे लोगों को जोड़ने के साथ-साथ दोनों देशों के लिए नई ताकत और नए अवसर create करेगी। मुझे खुशी है इसे बढ़ावा देने के लिए आज दो समझौतेकिए गए हैं। हम मिलकर vocational education, skilling और training पर भी काम करेंगे। हम दोनों देशों के students, scholars और खिलाड़ियों का आदान-प्रदान भी बढ़ाएंगे।

Friends,

आज हमने क्षेत्रीय और वैश्विक मुद्दों पर भी चर्चा की। यूक्रेन के संबंध में भारत ने शुरुआत से शांति का पक्ष रखा है। हम इस विषय के शांतिपूर्ण और स्थाई समाधान के लिए किए जा रहे सभी प्रयासों का स्वागत करते हैं। भारत सदैव अपना योगदान देने के लिए तैयार रहा है और आगे भी रहेगा।

आतंकवाद के विरुद्ध लड़ाई में भारत और रूस ने लंबे समय से कंधे से कंधा मिलाकर सहयोग किया है। पहलगाम में हुआ आतंकी हमला हो या क्रोकस City Hall पर किया गया कायरतापूर्ण आघात — इन सभी घटनाओं की जड़ एक ही है। भारत का अटल विश्वास है कि आतंकवाद मानवता के मूल्यों पर सीधा प्रहार है और इसके विरुद्ध वैश्विक एकता ही हमारी सबसे बड़ी ताक़त है।

भारत और रूस के बीच UN, G20, BRICS, SCO तथा अन्य मंचों पर करीबी सहयोग रहा है। करीबी तालमेल के साथ आगे बढ़ते हुए, हम इन सभी मंचों पर अपना संवाद और सहयोग जारी रखेंगे।

Excellency,

मुझे पूरा विश्वास है कि आने वाले समय में हमारी मित्रता हमें global challenges का सामना करने की शक्ति देगी — और यही भरोसा हमारे साझा भविष्य को और समृद्ध करेगा।

मैं एक बार फिर आपको और आपके पूरे delegation को भारत यात्रा के लिए बहुत बहुत धन्यवाद देता हूँ।