ଲୋକମାନଙ୍କୁ ତୁରନ୍ତ ଉଦ୍ଧାର କରିବା ପାଇଁ ସମସ୍ତ ଆବଶ୍ୟକ ପଦକ୍ଷେପ ଗ୍ରହଣ କରିବା ଲାଗି ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦେଲେ ପ୍ରଧାନମନ୍ତ୍ରୀ
ସମସ୍ତ ଜରୁରି ସେବା ବଜାୟ ରଖିବା ସହ କ୍ଷତିଗ୍ରସ୍ତ ହେବା ସ୍ଥିତିରେ ତୁରନ୍ତ ପୁନରୁଦ୍ଧାର ସୁନିଶ୍ଚିତ କରିବା ଲାଗି ପ୍ରଧାନମନ୍ତ୍ରୀଙ୍କ ନିର୍ଦ୍ଦେଶ
ବାତ୍ୟାର ପ୍ରଭାବୀ ମୁକାବିଲା ଲାଗି ସମସ୍ତ ସମ୍ପୃକ୍ତ ମନ୍ତ୍ରଣାଳୟ ଓ ଏଜେନ୍ସିଗୁଡ଼ିକ ସମନ୍ୱିତ ଢଙ୍ଗରେ କାର୍ଯ୍ୟ କରୁଛନ୍ତି
ଡଙ୍ଗା, ଗଛକଟା, ଟେଲି ଯୋଗାଯୋଗ ଉପକରଣ ଆଦି ସହିତ ୨୯ଟି ଦଳକୁ ନିୟୋଜିତ କରିଛି ଏନଡିଆରଏଫ; ୩୩ ଟିମ୍ ମୁତୟନ ପାଇଁ ପ୍ରସ୍ତୁତ ରହିଛନ୍ତି
ଭାରତୀୟ ତଟରକ୍ଷୀ ବାହିନୀ ଓ ନୌସେନା ପକ୍ଷରୁ ରିଲିଫ, ସନ୍ଧାନ ଓ ଉଦ୍ଧାର କାର୍ଯ୍ୟ ପାଇଁ ଜାହାଜ ଓ ହେଲିକପ୍ଟର ନିୟୋଜିତ କରାଯାଇଛି
ବାୟୁସେନା ଏବଂ ସ୍ଥଳସେନାର ଇଞ୍ଜିନିୟର ଟାସ୍କଫୋର୍ସ ୟୁନିଟକୁ ନିୟୋଜିତ କରିବା ଲାଗି ପ୍ରସ୍ତୁତ ରଖାଯାଇଛି
ପୂର୍ବତଟ ଅଞ୍ଚଳରେ ବିପର୍ଯ୍ୟୟ ଉଦ୍ଧାରକାରୀ ଦଳ ଏବଂ ଚିକିତ୍ସା ଦଳ ପ୍ରସ୍ତୁତ ରଖାଯାଇଛି

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଏକ ଉଚ୍ଚସ୍ତରୀୟ ବୈଠକରେ ଜୱାଦ ବାତ୍ୟା ମୁକାବିଲା ପାଇଁ ପ୍ରସ୍ତୁତି ସମୀକ୍ଷା କରିଛନ୍ତି । ଏହି ସମୀକ୍ଷା ବୈଠକରେ ରାଜ୍ୟ ଓ କେନ୍ଦ୍ର ସରକାରଙ୍କ ବିଭିନ୍ନ ମନ୍ତ୍ରଣାଳୟ ଓ ବିଭାଗ ତଥା ସମ୍ପୃକ୍ତ ଏଜେନ୍ସିର ଅଧିକାରୀମାନେ ଯୋଗ ଦେଇ ବାତ୍ୟାଜନିତ ପରିସ୍ଥିତିର ମୁକାବିଲା ପାଇଁ ପ୍ରାକ୍ ପ୍ରସ୍ତୁତି ସମ୍ପର୍କରେ ସୂଚନା ଦେଇଥିଲେ ।

ପ୍ରଭାବିତ ଅଞ୍ଚଳରେ ଲୋକମାନଙ୍କୁ ନିରାପଦ ଭାବେ ଉଦ୍ଧାର କରିବା ଲାଗି ସମସ୍ତ ଆବଶ୍ୟକ ପଦକ୍ଷେପ ଗ୍ରହଣ କରିବା ନିମନ୍ତେ ପ୍ରଧାନମନ୍ତ୍ରୀ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦେଇଥିଲେ । ବାତ୍ୟା ସମୟରେ ବିଦ୍ୟୁତ ଶକ୍ତି, ଟେଲିଯୋଗାଯୋଗ, ସ୍ୱାସ୍ଥ୍ୟ, ପାନୀୟ ଜଳ ଆଦି ଜରୁରି ସେବା ଯୋଗାଣ ସୁନିଶ୍ଚିତ କରିବା ସହିତ ଏଥିରେ ବାଧା ଉତ୍ପନ୍ନ ହେବା କ୍ଷେତ୍ରରେ ତୁରନ୍ତ ପୁନରୁଦ୍ଧାର କରିବା ଲାଗି ନିର୍ଦ୍ଦେଶ ଦେଇଥିଲେ । ଆହୁରି, ଜରୁରି ଔଷଧ ଏବଂ ଅତ୍ୟାବଶ୍ୟକ ସାମଗ୍ରୀ ଯଥେଷ୍ଟ ପରିମାଣରେ ମହଜୁଦ କରି ରଖିବା ସହ ଏଗୁଡ଼ିକର ବାଧାମୁକ୍ତ ପରିବହନ ସୁନିଶ୍ଚିତ କରିବା ଲାଗି ପ୍ରଧାନମନ୍ତ୍ରୀ ନିର୍ଦ୍ଦେଶ ଦେଇଥିଲେ । ୨୪ ଘଣ୍ଟିଆ କଣ୍ଟ୍ରୋଲ ରୁମ କାର୍ଯ୍ୟକାରୀ କରିବା ଲାଗି ମଧ୍ୟ ସେ ନିର୍ଦ୍ଦେଶ ଦେଇଥିଲେ ।

ଭାରତୀୟ ପାଣିପାଗ ବିଭାଗ (ଆଇଏମଡି) ପକ୍ଷରୁ ସୂଚନା ଦିଆଯାଇଥିଲା ଯେ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଏକ ଲଘୁଚାପ କ୍ଷେତ୍ର ଅଧିକ ଘନୀଭୂତ ହୋଇ ଜୱାଦ ବାତ୍ୟାରେ ପରିଣତ ହେବ । ଏହା ଡିସେମ୍ବର ୪ ତାରିଖ ୨୦୨୧ ଶନିବାର ସକାଳେ ଉତ୍ତର ଆନ୍ଧ୍ର ପ୍ରଦେଶ – ଓଡ଼ିଶା ଉପକୂଳରେ ସ୍ଥଳଭାଗ ଅତିକ୍ରମ କରିବ । ଏହି ସମୟରେ ପବନର ବେଗ ଘଣ୍ଟା ପ୍ରତି ୧୦୦ କିଲୋମିଟର ରହିବ । ବାତ୍ୟା ପ୍ରଭାବରେ ଆନ୍ଧ୍ରପ୍ରଦେଶ, ଓଡ଼ିଶା ଏବଂ ପଶ୍ଚିମବଙ୍ଗ ଉପକୂଳବର୍ତ୍ତୀ ଜିଲ୍ଲାରେ ପ୍ରବଳ ବର୍ଷା ହେବ ବୋଲି ପୂର୍ବାନୁମାନ କରାଯାଇଛି ।

ପୂର୍ବରୁ କ୍ୟାବିନେଟ ସଚିବ ସମସ୍ତ ଉପକୂଳବର୍ତ୍ତୀ ରାଜ୍ୟ ଓ କେନ୍ଦ୍ରୀୟ ମନ୍ତ୍ରଣାଳୟ/ଏଜେନ୍ସିଗୁଡ଼ିକ ସହିତ ପରିସ୍ଥିତି ଏବଂ ପ୍ରାକ ପ୍ରସ୍ତୁତି ସମୀକ୍ଷା କରିଛନ୍ତି ।

ସ୍ୱରାଷ୍ଟ୍ର ମନ୍ତ୍ରଣାଳୟ ପରିସ୍ଥିତି ଉପରେ ୨୪ ଘଣ୍ଟା ନଜର ରଖିଛି ଏବଂ ରାଜ୍ୟ ସରକାର, କେନ୍ଦ୍ର ଶାସିତ ପ୍ରଦେଶ ପ୍ରଶାସନ ଏବଂ କେନ୍ଦ୍ରୀୟ ଏଜେନ୍ସିଗୁଡ଼ିକ ସହିତ ନିୟମିତ ଯୋଗାଯୋଗରେ ରହିଛି । ସ୍ୱରାଷ୍ଟ୍ର ମନ୍ତ୍ରଣାଳୟ ପକ୍ଷରୁ ସମସ୍ତ ରାଜ୍ୟମାନଙ୍କୁ ପୂର୍ବରୁ ଏସଡିଆରଏଫର ପ୍ରଥମ କିସ୍ତି ଜାରି କରାଯାଇ ସାରିଛି । ଡଙ୍ଗା, ଗଛ କଟା ଯନ୍ତ୍ର, ଟେଲିକମ ଉପକରଣ ସହିତ ଏନଡିଆରଏଫର ୨୯ଟି ଦଳକୁ ପୂର୍ବରୁ ପ୍ରଭାବିତ ରାଜ୍ୟମାନଙ୍କରେ ମୁତୟନ କରାଯାଇ ସାରିଛି ଏବଂ ୩୩ଟି ଦଳକୁ ପ୍ରସ୍ତୁତ ରଖାଯାଇଛି।

ରିଲିଫ, ସନ୍ଧାନ ଓ ଉଦ୍ଧାର କାର୍ଯ୍ୟ ପାଇଁ ଭାରତୀୟ ତଟରକ୍ଷୀ ବାହିନୀ ଏବଂ ନୌସେନା ପକ୍ଷରୁ ଜାହାଜ ଓ ହେଲିକପ୍ଟର ମୁତୟନ କରାଯାଇଛି । ବାୟୁ ସେନା ଏବଂ ସ୍ଥଳସେନାର ଇଞ୍ଜିନିୟରିଂ ଟାସ୍କ ଫୋର୍ସକୁ ଡଙ୍ଗା ଏବଂ ଉଦ୍ଧାରକାରୀ ଉପକରଣ ସହିତ ମୁତୟନ ଲାଗି ପ୍ରସ୍ତୁତ ରଖାଯାଇଛି । ସମୁଦ୍ର ଉପକୂଳବର୍ତ୍ତୀ ଅଞ୍ଚଳରେ ନିରୀକ୍ଷଣ ବିମାନ ଏବଂ ହେଲିକପ୍ଟର ଗୁଡ଼ିକର ନିରନ୍ତର ଆକାଶମାର୍ଗରୁ ନିରୀକ୍ଷଣ ଜାରି ରଖିଛନ୍ତି । ବିପର୍ଯ୍ୟୟ ଉଦ୍ଧାରକାରୀ ଦଳ ଏବଂ ମେଡ଼ିକାଲ ଦଳକୁ ପୂର୍ବ ଉପକୂଳରେ ବିଭିନ୍ନ ସ୍ଥାନରେ ପ୍ରସ୍ତୁତ ରଖାଯାଇଛି ।

ବିଦ୍ୟୁତ ଯୋଗାଣ ସେବାକୁ ତୁରନ୍ତ ସ୍ୱାଭାବିକ କରିବା ଲାଗି ଟ୍ରାନ୍ସଫର୍ମ, ଡିଜିସେଟ ଏବଂ ଅନ୍ୟାନ୍ୟ ଉପକରଣ ସହିତ ଜରୁରିକାଳୀନ ମୁକାବିଲା ବ୍ୟବସ୍ଥାକୁ ଶକ୍ତି ମନ୍ତ୍ରଣାଳୟ ପକ୍ଷରୁ ସକ୍ରିୟ କରାଯାଇଛି । ଦୂରସଞ୍ଚାର ମନ୍ତ୍ରଣାଳୟ ପକ୍ଷରୁ ସମସ୍ତ ଟେଲିକମ ଟାୱାର ଏବଂ ଏକ୍ସଚେଞ୍ଜ ଉପରେ ଲଗାତାର ନଜର ରଖାଯାଇଛି ଏବଂ ଟେଲିକମ ନେଟୱର୍କକୁ ସ୍ୱଭାବିକ କରିବା ଲାଗି ସମ୍ପୂର୍ଣ୍ଣ ଭାବେ ପ୍ରସ୍ତୁତି କରାଯାଇଛି । ସ୍ୱାସ୍ଥ୍ୟ କ୍ଷେତ୍ରରେ ପ୍ରସ୍ତୁତି ଏବଂ ପ୍ରଭାବିତ ଅଞ୍ଚଳରେ କୋଭିଡ ମୁକାବିଲା ପାଇଁ ସମ୍ଭାବ୍ୟ ବାତ୍ୟା ପ୍ରଭାବିତ ରାଜ୍ୟ ଏବଂ କେନ୍ଦ୍ରଶାସିତ ପ୍ରଦେଶମାନଙ୍କ ପାଇଁ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ମାର୍ଗଦର୍ଶିକା ଜାରି କରାଯାଇଛି ।

ବନ୍ଦର, ଜାହାଜ ଚଳାଚଳ ଏବଂ ଜଳମାର୍ଗ ମନ୍ତ୍ରଣାଳୟ ପକ୍ଷରୁ ସମସ୍ତ ଜାହାଜଗୁଡ଼ିକୁ ସୁରକ୍ଷିତ ରଖିବା ଲାଗି ପଦକ୍ଷେପ ଗ୍ରହଣ କରାଯାଇଛି ଏବଂ ଜରୁରିକାଳୀନ ଜାହାଜଗୁଡ଼ିକୁ ମୁତୟନ କରାଯାଇଛି । ଉପକୂଳ ଅଞ୍ଚଳରେ ଥିବା କେମିକାଲ ଏବଂ ପେଟ୍ରୋକେମିକାଲ ୟୁନିଟ୍ ଭଳି ଶିଳ୍ପ ପ୍ରତିଷ୍ଠାନଗୁଡ଼ିକ ପାଇଁ ସତର୍କ ସୂଚନା ଜାରି ରଖିବା ଲାଗି ରାଜ୍ୟମାନଙ୍କୁ ପରାମର୍ଶ ଦିଆଯାଇଛି ।

ବିପଦସଙ୍କୁଳ କ୍ଷେତ୍ରରୁ ଲୋକମାନଙ୍କୁ ଉଦ୍ଧାର କରିବା ଲାଗି ପ୍ରସ୍ତୁତିରେ ରାଜ୍ୟ ଏଜେନ୍ସିଗୁଡ଼ିକୁ ଏନଡିଆରଏଫ ପକ୍ଷରୁ ସହାୟତା କରାଯାଉଛି। ବାତ୍ୟା ପରିସ୍ଥିତିର ମୁକାବିଲା ପାଇଁ ଲୋକମାନଙ୍କୁ ଅବଗତ କରାଇବା ଲାଗି ନିୟମିତ ଭାବେ ଗୋଷ୍ଠୀ ସଚେତନତା କାର୍ଯ୍ୟକ୍ରମ ଆୟୋଜନ କରାଯାଉଛି ।

ଏହି ବୈଠକରେ ପ୍ରଧାନମନ୍ତ୍ରୀଙ୍କ ପ୍ରମୁଖ ସଚିବ, କ୍ୟାବିନେଟ ସଚିବ, ଗୃହ ସଚିବ, ଏନଡିଆରଏଫ ଡିଜି ଏବଂ ଆଇଏମଡି ଡିଜି ଅଂଶଗ୍ରହଣ କରିଥିଲେ ।

Explore More
ଶ୍ରୀରାମ ଜନ୍ମଭୂମି ମନ୍ଦିର ଧ୍ଵଜାରୋହଣ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ

ଲୋକପ୍ରିୟ ଅଭିଭାଷଣ

ଶ୍ରୀରାମ ଜନ୍ମଭୂମି ମନ୍ଦିର ଧ୍ଵଜାରୋହଣ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
Government e-Marketplace Generates Rs 1.76 Lakh Crore In Net Social Savings Over Three Years: IIT Delhi Study

Media Coverage

Government e-Marketplace Generates Rs 1.76 Lakh Crore In Net Social Savings Over Three Years: IIT Delhi Study
NM on the go

Nm on the go

Always be the first to hear from the PM. Get the App Now!
...
Prime Minister pays homage to brave participants of the Quit India Movement
August 09, 2026

Prime Minister Shri Narendra Modi has remembered all those who participated in the historic Quit India Movement and paid tribute to their courage and determination in India’s freedom struggle. Shri Modi said that inspired by the leadership of Mahatma Gandhi, the clarion call of the Quit India Movement infused new energy into the freedom struggle and reflected the unwavering resolve of the people of India to break free from colonial rule.

The Prime Minister posted on X:

Remembering all those who participated in the historic Quit India Movement. Their courage will always remain an inspiration for every Indian. Inspired by the leadership of Mahatma Gandhi Ji, the clarion call of Quit India infused new energy into our freedom struggle and reflected the unwavering determination of our people to break free from colonial rule.