ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ କିସ୍ତୱାର ଠାରେ ହୋଇଥିବା ଦୁର୍ଘଟଣାଜନିତ ମୃତ୍ୟୁରେ ଗଭୀର ଶୋକ ବ୍ୟକ୍ତ କରିଛନ୍ତି ।
ଦୁର୍ଘଟଣାରେ ମୃତକଙ୍କ ନିକଟତମ ପରିଜନଙ୍କୁ ପ୍ରଧାନମନ୍ତ୍ରୀ ଜାତୀୟ ରିଲିଫ ପାଣ୍ଠି (ପିଏମଏନଆରଏଫ)ରୁ ୨ ଲକ୍ଷ ଟଙ୍କା ଲେଖାଏଁ ଓ ଆହତଙ୍କୁ ୫୦ ହଜାର ଟଙ୍କା ଲେଖାଏଁ ଅନୁକମ୍ପାମୂଳକ ସହାୟତା ରାଶି ପ୍ରଦାନ କରାଯିବ ବୋଲି ପ୍ରଧାନମନ୍ତ୍ରୀ ଘୋଷଣା କରିଛନ୍ତି ।
ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଟ୍ୱିଟ କରାଯାଇଛି;
“କିସ୍ତୱାରରେ ହୋଇଥିବା ଦୁର୍ଘଟଣା ଯୋଗୁଁ ଦୁଃଖିତ । ଶୋକସନ୍ତପ୍ତ ପରିବାରଗୁଡିକୁ ସମବେଦନା ଜଣାଉଛି । ଆହତମାନଙ୍କ ଦ୍ରୁତ ଆରୋଗ୍ୟ କାମନା କରୁଛି । ମୃତକଙ୍କ ନିକଟତମ ପରିଜନଙ୍କୁ ପିଏମଏନଆରଏଫରୁ ୨ ଲକ୍ଷ ଟଙ୍କା ଲେଖାଏଁ ଓ ଆହତଙ୍କୁ ୫୦ ହଜାର ଟଙ୍କା ଲେଖାଏଁ ପ୍ରଦାନ କରାଯିବ:PM @narendramodi”
Saddened by the accident in Kishtwar. My thoughts are with the bereaved families. May the injured recover at earliest. Rs. 2 lakh from PMNRF would be given to the next of kin of each deceased. The injured would be given Rs. 50,000: PM @narendramodi
— PMO India (@PMOIndia) August 31, 2022


