ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଉତ୍ତରପ୍ରଦେଶର ଲକ୍ଷ୍ମୀପୁର ଖେରୀ ଜିଲ୍ଲାରେ ଘଟିଥିବା ଦୁର୍ଘଟଣା ମୃତ୍ୟୁକୁ ନେଇ ଗଭୀର ଦୁଃଖ ପ୍ରକାଶ କରିଛନ୍ତି । ସେ ମଧ୍ୟ ଏହି ଦୁର୍ଘଟଣାରେ ଆହତଙ୍କ ଶୀଘ୍ର ଆରୋଗ୍ୟ କାମନା କରିଛନ୍ତି ।
ପ୍ରଧାନମନ୍ତ୍ରୀ ପ୍ରତ୍ୟେକ ମୃତ ବ୍ୟକ୍ତିଙ୍କ ନିକଟ ସମ୍ପର୍କୀଙ୍କ ଲାଗି ପ୍ରଧାନମନ୍ତ୍ରୀଙ୍କ ଜାତୀୟ ରିଲିଫ୍ ପାଣ୍ଠି (ପିଏମଏନଆରଏଫ୍) ରୁ ୨ଲକ୍ଷ ଟଙ୍କା ଏବଂ ଏହି ଦୁର୍ଘଟଣାରେ ଆହତ ହୋଇଥିବା ଲୋକଙ୍କୁ ୫୦,୦୦୦ ଟଙ୍କା କରି ପ୍ରଦାନ ଲାଗି ଘୋଷଣା କରିଛନ୍ତି ।
ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ ଟୁଇଟ୍ କରିଛି;
“ଉତ୍ତରପ୍ରଦେଶର ଲକ୍ଷ୍ମୀପୁର ଖେରୀରେ ଘଟିଥିବା ଦୁର୍ଘଟଣାରେ ବିବ୍ରତ । ଶୋକସନ୍ତପ୍ତ ପରିବାରବର୍ଗଙ୍କୁ ସମବେଦନା ଜଣାଇଛନ୍ତି । ଆହତମାନେ ଶୀଘ୍ର ସୁସ୍ଥ ହୁଅନ୍ତୁ । ପିଏମ୍ଏନଆରଏଫ୍ରୁ ପ୍ରତ୍ୟେକ ମୃତକଙ୍କ ନିକଟ ସମ୍ପର୍କୀୟଙ୍କୁ ୨ଲକ୍ଷ ଟଙ୍କା ଦିଆଯିବ । ଆହତମାନଙ୍କୁ ୫୦,୦୦୦ ଟଙ୍କା ପ୍ରଦାନ କରାଯିବ: ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ”
Distressed by the accident in Lakhimpur Kheri, UP. Condolences to the bereaved families. May the injured recover quickly. Rs. 2 lakh from PMNRF would be given to the next of kin of each deceased. The injured would be given Rs. 50,000: PM @narendramodi
— PMO India (@PMOIndia) September 28, 2022


