ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ବିହାରର ବୈଶାଳୀ ଠାରେ ଦୁର୍ଘଟଣା ଯୋଗୁଁ ହୋଇଥିବା ମୃତ୍ୟୁରେ ଗଭୀର ଶୋକ ବ୍ୟକ୍ତ କରିଛନ୍ତି । ଶ୍ରୀ ମୋଦୀ ଦୁର୍ଘଟଣାରେ ଆହତମାନଙ୍କ ଦ୍ରୁତ ଆରୋଗ୍ୟ ମଧ୍ୟ କାମନା କରିଛନ୍ତି ।
ମୃତକଙ୍କ ନିକଟତମ ପରିଜନଙ୍କୁ ୨ ଲକ୍ଷ ଟଙ୍କା ଓ ଆହତମାନଙ୍କୁ ୫୦ ହଜାର ଟଙ୍କା ଲେଖାଏଁ ପ୍ରଧାନମନ୍ତ୍ରୀ ଜାତୀୟ ରିଲିଫ ପାଣ୍ଠି (ପିଏମଏନଆରଏଫ)ରୁ ପ୍ରଦାନ କରାଯିବ ବୋଲି ପ୍ରଧାନମନ୍ତ୍ରୀ ଘୋଷଣା କରିଛନ୍ତି ।
ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଟ୍ୱିଟ କରାଯାଇଛି;
“ବିହାରର ବୈଶାଳୀ ଠାରେ ହୋଇଥିବା ଦୁର୍ଘଟଣା ଦୁଃଖଦ । ଶୋକସନ୍ତପ୍ତ ପରିବାରଗୁଡିକୁ ସମବେଦନା । ଆହତମାନଙ୍କ ଦ୍ରୁତ ଆରୋଗ୍ୟ କାମନା କରୁଛି । ମୃତକଙ୍କ ନିକଟତମ ପରିଜନଙ୍କୁ ପିଏମଏନଆରଏଫରୁ ୨ ଲକ୍ଷ ଟଙ୍କା ଅନୁକମ୍ପାମୂଳକ ସହାୟତା ରାଶି ପ୍ରଦାନ କରାଯିବ । ଆହତଙ୍କୁ ୫୦ ହଜାର ଟଙ୍କା ପ୍ରଦାନ କରାଯିବ: ପ୍ରଧାନମନ୍ତ୍ରୀ@narendramodi”
The accident in Vaishali, Bihar is saddening. Condolences to the bereaved families. May the injured recover soon. An ex-gratia of Rs. 2 lakh from PMNRF would be given to the next of kin of each deceased. The injured would be given Rs. 50,000: PM @narendramodi
— PMO India (@PMOIndia) November 20, 2022


