ଉତ୍ତରପ୍ରଦେଶର କାନପୁର ସଡକ ଦୁର୍ଘଟଣାରେ ମୃତ୍ୟୁବରଣ କରିଥିବା ବ୍ୟକ୍ତିମାନଙ୍କ ପ୍ରତି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଶୋକ ବ୍ୟକ୍ତ କରିଛନ୍ତି ।
ଏକ ଟ୍ଵିଟ୍ ମାଧ୍ୟମରେ ପୀଡ଼ିତଙ୍କ ନିକଟ ସମ୍ପର୍କୀୟଙ୍କୁ ପ୍ରଧାନମନ୍ତ୍ରୀ ନିଜର ସମବେଦନା ଜଣାଇବା ସହିତ ଆହତଙ୍କ ଆଶୁ ଆରୋଗ୍ୟ କାମନା କରିଛନ୍ତି ।
ଦୁର୍ଘଟଣାରେ ପ୍ରାଣ ହରାଇଥିବା ପ୍ରତ୍ୟେକ ବ୍ୟକ୍ତିଙ୍କ ନିକଟ ସମ୍ପର୍କୀୟଙ୍କୁ ପ୍ରଧାନମନ୍ତ୍ରୀ ଜାତୀୟ ରିଲିଫ ପାଣ୍ଠିରୁ 2 ଲକ୍ଷ ଟଙ୍କାର ଅନୁକମ୍ପା ରାଶି ପ୍ରଦାନ କରାଯିବା ନେଇ ପ୍ରଧାନମନ୍ତ୍ରୀ ଘୋଷଣା କରିଛନ୍ତି । ଏଥିସହିତ ଗୁରୁତର ଭାବେ ଆହତ ପ୍ରତ୍ୟେକ ବ୍ୟକ୍ତିଙ୍କୁ 50 ହଜାର ଟଙ୍କା ପ୍ରଦାନ କରାଯିବା ନେଇ ମଧ୍ୟ ଘୋଷଣା କରିଛନ୍ତି ।
कानपुर में हुई सड़क दुर्घटना अत्यंत दुखद है। इस हादसे में कई लोगों को अपनी जान गंवानी पड़ी है। मैं उनके परिजनों के प्रति अपनी संवेदना व्यक्त करता हूं, साथ ही घायलों के जल्द से जल्द स्वस्थ होने की कामना करता हूं: PM @narendramodi
— PMO India (@PMOIndia) June 8, 2021


