ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଉତ୍ତରପ୍ରଦେଶର ବାଦାଉଁରେ ଘଟିଥିବା ଏକ ଦୁର୍ଘଟଣାରେ ପ୍ରାଣ ହରାଇଥିବା ବ୍ୟକ୍ତିଙ୍କ ପାଇଁ ଗଭୀର ଦୁଃଖ ପ୍ରକାଶ କରିଛନ୍ତି। ଶ୍ରୀ ମୋଦୀ ମଧ୍ୟ ଏହି ଦୁର୍ଘଟଣାରେ ଆହତମାନଙ୍କ ଶୀଘ୍ର ଆରୋଗ୍ୟ କାମନା କରିଛନ୍ତି।
ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ ଏକ୍ସ ରେ ପୋଷ୍ଟ ହୋଇଛି;
"ଉତ୍ତରପ୍ରଦେଶର ବାଦାଉଁରେ ଏକ ଦୁର୍ଘଟଣା ଯୋଗୁଁ ପ୍ରାଣ ହରାଇବା ଅତ୍ୟନ୍ତ ଯନ୍ତ୍ରଣାଦାୟକ। ଶୋକସନ୍ତପ୍ତ ପରିବାରବର୍ଗଙ୍କୁ ମୁଁ ସମବେଦନା ଜଣାଉଛି। ଆହତମାନଙ୍କ ଶୀଘ୍ର ଆରୋଗ୍ୟ ପାଇଁ ପ୍ରାର୍ଥନା କରୁଛି: ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ । "
The loss of lives due to a mishap in Badaun, Uttar Pradesh, is deeply painful. I extend my condolences to the bereaved families. Praying for the speedy recovery of the injured: PM @narendramodi
— PMO India (@PMOIndia) June 17, 2026


