ପ୍ରଧାନମନ୍ତ୍ରୀ ଶୀ ନରେନ୍ଦ୍ର ମୋଦୀ ରାଜସ୍ଥାନର ଜୈସଲମେରରେ ଏକ ଦୁର୍ଘଟଣାରେ ପ୍ରାଣ ହରାଇଥିବା ଲୋକଙ୍କ ପାଇଁ ଶୋକ ପ୍ରକାଶ କରିଛନ୍ତି । ଶ୍ରୀ ମୋଦୀ ଆହତମାନଙ୍କର ଆଶୁ ଆରୋଗ୍ୟ ମଧ୍ୟ କାମନା କରିଛନ୍ତି ।
ପ୍ରଧାନମନ୍ତ୍ରୀ ପ୍ରତ୍ୟେକ ମୃତକଙ୍କ ପରିବାରକୁ ପ୍ରଧାନମନ୍ତ୍ରୀ ଜାତୀୟ ରିଲିଫ ପାଣ୍ଠିରୁ ୨ ଲକ୍ଷ ଟଙ୍କା ଏବଂ ଆହତମାନଙ୍କ ପାଇଁ ୫୦,୦୦୦ ଟଙ୍କା ଲେଖାଏଁ ସହାୟତା ରାଶି ଘୋଷଣା କରିଛନ୍ତି ।
ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଏକ୍ସରେ ପୋଷ୍ଟ କରାଯାଇଛି;
“ରାଜସ୍ଥାନର ଜୈସଲମେରରେ ଏକ ଦୁର୍ଘଟଣାରେ ହୋଇଥିବା ପ୍ରାଣହାନୀ ଯୋଗୁଁ ମୁଁ ମର୍ମାହତ । ଏହି ଦୁଃଖଦ ସମୟରେ ପ୍ରଭାବିତ ବ୍ୟକ୍ତି ଏବଂ ସେମାନଙ୍କ ପରିବାର ସହିତ ମୋର ସମବେଦନା ରହିଛି । ଆହତଙ୍କ ଶୀଘ୍ର ଆରୋଗ୍ୟ ପାଇଁ ପ୍ରାର୍ଥନା କରୁଛି ।
ପ୍ରତ୍ୟେକ ମୃତକଙ୍କ ନିକଟତମ ପରିବାରକୁ ପିଏମ୍ଏନ୍ଆରଏଫ୍ରୁ ୨ ଲକ୍ଷ ଟଙ୍କାର ସହାୟତା ରାଶି ପ୍ରଦାନ କରାଯିବ । ଆହତମାନଙ୍କୁ ୫୦ ହଜାର ଟଙ୍କା ପ୍ରଦାନ କରାଯିବ: ପ୍ରଧାନମନ୍ତ୍ରୀ ।”
@narendramodi
Distressed by the loss of lives due to a mishap in Jaisalmer, Rajasthan. My thoughts are with the affected people and their families during this difficult time. Praying for the speedy recovery of the injured.
— PMO India (@PMOIndia) October 14, 2025
An ex-gratia of Rs. 2 lakh from PMNRF would be given to the next of…


