ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ପଶ୍ଚିମବଙ୍ଗର ଜଳପାଇଗୁଡିରେ ଦୁର୍ଗା ପୂଜା ଉତ୍ସବ ସମୟରେ ଦୁର୍ଘଟଣା ଯୋଗୁଁ ମୃତ୍ୟୁବରଣ କରିଥିବା ଲୋକଙ୍କ ଲାଗି ଗଭୀର ଦୁଃଖ ପ୍ରକାଶ କରିଛନ୍ତି ।
ପ୍ରଧାନମନ୍ତ୍ରୀ ମଧ୍ୟ ଏହି ଦୁଃଖଦ ଦୁର୍ଘଟଣାରେ ପ୍ରତ୍ୟେକ ମୃତ ବ୍ୟକ୍ତିଙ୍କ ନିକଟ ସମ୍ପର୍କୀୟଙ୍କୁ ପ୍ରଧାନମନ୍ତ୍ରୀଙ୍କ ଜାତୀୟ ରିଲିଫ ପାଣ୍ଠି (ପିଏମଏନଆରଏଫ୍)ରୁ ୨ଲକ୍ଷ ଟଙ୍କାର ଅନୁକମ୍ପାମୂଳକ ସହାୟତା ରାଶି ଘୋଷଣା କରିଛନ୍ତି । ଆହତମାନଙ୍କୁ ୫୦,୦୦୦ ଟଙ୍କା କରି ପ୍ରଦାନ କରାଯିବ ।
ପ୍ରଧାନମନ୍ତ୍ରୀ କାର୍ଯ୍ୟାଳୟ ଟୁଇଟ୍ କରିଛି;
“ପଶ୍ଚିମବଙ୍ଗର ଜଳପାଇଗୁଡିରେ ଦୁର୍ଗା ପୂଜା ଉତ୍ସବ ସମୟରେ ଏହି ଦୁଃଖଦ ଦୁର୍ଘଟଣା ପାଇଁ ବ୍ୟଥିତ । ଯେଉଁମାନେ ପ୍ରିୟଜନଙ୍କୁ ହରାଇଛନ୍ତି ସେମାନଙ୍କ ପ୍ରତି ସମବେଦନା: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ”
“ପଶ୍ଚିମବଙ୍ଗର ଜଳପାଇଗୁଡିରେ ଦୁର୍ଗା ପୂଜା ଉତ୍ସବ ସମୟରେ ଦୁଃଖଦ ଘଟଣାରେ ମୃତକଙ୍କ ନିକଟ ସମ୍ପର୍କୀୟଙ୍କୁ ପିଏମଏନଆରଏଫ୍ ରୁ ୨ ଲକ୍ଷ ଟଙ୍କାକରି ପ୍ରଦାନ କରାଯିବ । ଆହତମାନଙ୍କୁ ୫୦,୦୦୦ ଟଙ୍କା କରି ଦିଆଯିବ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ”
Anguished by the mishap during Durga Puja festivities in Jalpaiguri, West Bengal. Condolences to those who lost their loved ones: PM @narendramodi
— PMO India (@PMOIndia) October 5, 2022