ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ସାଉଦି ଆରବର ମଦିନାଠାରେ ଭାରତୀୟ ନାଗରିକଙ୍କ ସହ ଘଟିଥିବା ଦୁର୍ଘଟଣା ଯୋଗୁଁ ପ୍ରାଣ ହରାଇଥିବା ବ୍ୟକ୍ତିଙ୍କ ପାଇଁ ଗଭୀର ଦୁଃଖ ପ୍ରକାଶ କରିଛନ୍ତି। ନିଜ ପ୍ରିୟଜନଙ୍କୁ ହରାଇଥିବା ପରିବାରବର୍ଗଙ୍କୁ ସେ ଗଭୀର ସମବେଦନା ଜଣାଇବା ସହ ଆହତମାନଙ୍କ ଶୀଘ୍ର ଆରୋଗ୍ୟ କାମନା କରିଛନ୍ତି।

ପ୍ରଧାନମନ୍ତ୍ରୀ କହିଥିଲେ ଯେ ରିୟାଦରେ ଥିବା ଭାରତୀୟ ଦୂତାବାସ ଏବଂ ଜେଦଦାରେ ଥିବା ବାଣିଜ୍ୟ ଦୂତାବାସ ପ୍ରଭାବିତ ବ୍ୟକ୍ତିମାନଙ୍କୁ ସମସ୍ତ ସମ୍ଭାବ୍ୟ ସହାୟତା ପ୍ରଦାନ କରୁଛନ୍ତି। ସେ ଏହା ମଧ୍ୟ ସୂଚନା ଦେଇଛନ୍ତି ଯେ ଭାରତୀୟ ଅଧିକାରୀମାନେ ଆବଶ୍ୟକ ସମର୍ଥନ ଏବଂ ସମନ୍ୱୟ ସୁନିଶ୍ଚିତ କରିବା ପାଇଁ ସାଉଦି ଆରବ କର୍ତ୍ତୃପକ୍ଷଙ୍କ ସହ ଯୋଗାଯୋଗରେ ଅଛନ୍ତି।

ପ୍ରଧାନମନ୍ତ୍ରୀ ଏକ୍ସ ରେ ଲେଖିଛନ୍ତି;

"ମଦିନାରେ ଭାରତୀୟ ନାଗରିକଙ୍କ ସହ ଘଟିଥିବା ଦୁର୍ଘଟଣାରେ ଗଭୀର ଦୁଃଖିତ। ମୋର ଚିନ୍ତାଧାରା ସେହି ପରିବାର ସହିତ ଅଛି ଯେଉଁମାନେ ନିଜ ପ୍ରିୟଜନଙ୍କୁ ହରାଇଛନ୍ତି। ସମସ୍ତ ଆହତଙ୍କ ଶୀଘ୍ର ଆରୋଗ୍ୟ ପାଇଁ ମୁଁ ପ୍ରାର୍ଥନା କରୁଛି। ରିୟାଦରେ ଥିବା ଆମର ଦୂତାବାସ ଏବଂ ଜେଦାରେ ଥିବା ବାଣିଜ୍ୟ ଦୂତାବାସ ସମସ୍ତ ସମ୍ଭାବ୍ୟ ସହାୟତା ପ୍ରଦାନ କରୁଛନ୍ତି। ଆମର ଅଧିକାରୀମାନେ ମଧ୍ୟ ସାଉଦି ଆରବ କର୍ତ୍ତୃପକ୍ଷଙ୍କ ସହ ଯୋଗାଯୋଗରେ ଅଛନ୍ତି ।’’

 

Explore More
ଶ୍ରୀରାମ ଜନ୍ମଭୂମି ମନ୍ଦିର ଧ୍ଵଜାରୋହଣ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ

ଲୋକପ୍ରିୟ ଅଭିଭାଷଣ

ଶ୍ରୀରାମ ଜନ୍ମଭୂମି ମନ୍ଦିର ଧ୍ଵଜାରୋହଣ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
e-Jagriti: Reimagining consumer justice for a Digital India

Media Coverage

e-Jagriti: Reimagining consumer justice for a Digital India
NM on the go

Nm on the go

Always be the first to hear from the PM. Get the App Now!
...
ସୋସିଆଲ ମିଡିଆ କର୍ଣ୍ଣର ଜୁଲାଇ 4, 2026
July 04, 2026

PM Modi’s Viksit Bharat Vision in Action: Modern Infrastructure, Strategic Strength & Economic Progress