ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ନାସିକ- ଶିରଡି ରାଜପଥରେ ଏକ ସଡକ ଦୁର୍ଘଟଣା ଯୋଗୁଁ ହୋଇଥିବା ପ୍ରାଣହାନୀରେ ଗଭୀର ଶୋକ ବ୍ୟକ୍ତ କରିଛନ୍ତି । ଶ୍ରୀ ମୋଦୀ ପୀଡିତଙ୍କ ପାଇଁ ପ୍ରଧାନମନ୍ତ୍ରୀ ଜାତୀୟ ରିଲିଫ ପାଣ୍ଠି (ପିଏମଏନଆରଏଫ)ରୁ ଅନୁକମ୍ପାମୂଳକ ସହାୟତା ରାଶି ଘୋଷଣା କରିଛନ୍ତି ।
ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଟ୍ୱିଟ କରାଯାଇଛି;
“ନାସିକ-ଶିରଡି ରାଜପଥରେ ସଡକ ଦୁର୍ଘଟଣାଜନିତ ପ୍ରାଣହାନୀ ଘଟଣା ବେଶ ଦୁଃଖଦାୟକ । ଶୋକସନ୍ତପ୍ତ ପରିବାରଗୁଡିକୁ ସମବେଦନା । ଆହତମାନଙ୍କ ଦ୍ରୁତ ଆରୋଗ୍ୟ କାମନା କରୁଛି । ମୃତକଙ୍କ ନିକଟତମ ପରିଜନଙ୍କୁ ପିଏମଏନଆରଏଫରୁ ୨ ଲକ୍ଷ ଟଙ୍କା ଲେଖାଏଁ ପ୍ରଦାନ କରାଯିବ । ଆହତମାନଙ୍କୁ ୫୦ ହଜାର ଟଙ୍କା ଲେଖାଏଁ ପ୍ରଦାନ କରାଯିବ: ପ୍ରଧାନମନ୍ତ୍ରୀ ମୋଦୀ”
Pained by the loss of lives in an accident on the Nashik-Shirdi highway. Condolences to the bereaved families. May the injured recover soon. An ex-gratia of Rs. 2 lakh from PMNRF would be given to the next of kin of each deceased. The injured would be given Rs. 50,000: PM Modi
— PMO India (@PMOIndia) January 13, 2023


