ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଗୁଜରାଟର ଭଦୋଦରା ଜିଲ୍ଲାରେ ଏକ ପୋଲ ଭୁଶୁଡିବା ଯୋଗୁଁ ହୋଇଥିବା ପ୍ରାଣହାନୀ ପାଇଁ ଗଭୀର ଶୋକ ପ୍ରକାଶ କରିଛନ୍ତି । ଶ୍ରୀ ମୋଦୀ ଦୁର୍ଘଟଣାରେ ଆହତଙ୍କ ଆଶୁ ଆରୋଗ୍ୟ କାମନା କରିଛନ୍ତି ।
ପ୍ରଧାନମନ୍ତ୍ରୀ ପ୍ରତ୍ୟେକ ମୃତକଙ୍କ ସମ୍ପର୍କୀୟଙ୍କ ପାଇଁ ପ୍ରଧାନମନ୍ତ୍ରୀ ଜାତୀୟ ରିଲିଫ ପାଣ୍ଠି (ପିଏମ୍ଏନ୍ଆର୍ଏଫ୍)ରୁ ୨ ଲକ୍ଷ ଟଙ୍କା ଏବଂ ଆହତଙ୍କ ନିମନ୍ତେ ୫୦ ହଜାର ଟଙ୍କାର ସହାୟତା ରାଶି ଘୋଷଣା କରିଛନ୍ତି ।
ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଏକ୍ସରେ ପୋଷ୍ଟ କରାଯାଇଛି;
“ଗୁଜରାଟର ଭଦୋଦରା ଜିଲ୍ଲାରେ ଏକ ପୋଲ ଭୁଶୁଡିବା ଯୋଗୁଁ ହୋଇଥିବା ପ୍ରାଣହାନୀ ଘଟଣା ଅତ୍ୟନ୍ତ ଦୁଃଖଦାୟକ । ଯେଉଁମାନେ ନିଜର ପ୍ରିୟଜନଙ୍କୁ ହରାଇଛନ୍ତି ସେମାନଙ୍କ ପ୍ରତି ମୋର ସମବେଦନା ରହିଛି । ଆହତମାନଙ୍କର ଶୀଘ୍ର ଆରୋଗ୍ୟ କାମନା କରୁଛି ।
ପ୍ରତ୍ୟେକ ମୃତକଙ୍କ ପରିବାରକୁ ପ୍ରଧାନମନ୍ତ୍ରୀ ଜାତୀୟ ରିଲିଫ ପାଣ୍ଠିରୁ ୨ ଲକ୍ଷ ଟଙ୍କା ଏବଂ ଆହତମାନଙ୍କୁ ୫୦ ହଜାର ଟଙ୍କାର ସହାୟତା ରାଶି ପ୍ରଦାନ କରାଯିବ । @narendramodi"
The loss of lives due to the collapse of a bridge in Vadodara district, Gujarat, is deeply saddening. Condolences to those who have lost their loved ones. May the injured recover soon.
— PMO India (@PMOIndia) July 9, 2025
An ex-gratia of Rs. 2 lakh from PMNRF would be given to the next of kin of each deceased. The…


