କେରଳର ମୁଖ୍ୟମନ୍ତ୍ରୀଙ୍କ ସହ କଥା ହୋଇ କେନ୍ଦ୍ର ସରକାରଙ୍କ ତରଫରୁ ସମସ୍ତ ସହଯୋଗର ଆଶ୍ୱାସନା ଦେଲେ
ପିଏମ୍‌ଏନ୍‌ଆର୍‌ଏଫ୍‌ରୁ ସହାୟତା ଘୋଷଣା

କେରଳର ୱାୟାନାଡର କିଛି ଅଞ୍ଚଳରେ ଭୂସ୍ଖଳନ ଯୋଗୁଁ ହୋଇଥିବା ଜୀବନ ହାନୀ ଘଟଣାରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଗଭୀର ଦୁଃଖ ପ୍ରକାଶ କରିଛନ୍ତି । ସେ କେରଳର ମୁଖ୍ୟମନ୍ତ୍ରୀ ଶ୍ରୀ ପିନାରାୟି ବିଜୟନ୍‌ଙ୍କ ସହ ମଧ୍ୟ ଆଲୋଚନା କରିଛନ୍ତି ଏବଂ ସେହି ଅଞ୍ଚଳର ବର୍ତ୍ତମାନର ପରିସ୍ଥିତିକୁ ଦୃଷ୍ଟିରେ ରଖି କେନ୍ଦ୍ର ସରକାରଙ୍କ ତରଫରୁ ସମସ୍ତ ସାହାଯ୍ୟ ସହଯୋଗ କରାଯିବ ବୋଲି ଆଶ୍ୱାସନା ଦେଇଛନ୍ତି ।

ପ୍ରଧାନମନ୍ତ୍ରୀ ମଧ୍ୟ ପ୍ରତ୍ୟେକ ମୃତକଙ୍କ ସମ୍ପର୍କୀୟଙ୍କ ପାଇଁ ପିଏମ୍‌ଏନ୍‌ଆର୍‌ଏଫ୍‌ରୁ ୨ ଲକ୍ଷ ଟଙ୍କା ଏବଂ ଆହତଙ୍କ ପାଇଁ ୫୦,୦୦୦ ଟଙ୍କା ସହାୟତା ଘୋଷଣା କରିଛନ୍ତି ।

ପ୍ରଧାନମନ୍ତ୍ରୀ ଏକ୍ସରେ ପୋଷ୍ଟ କରିଛନ୍ତି;

“ୱାୟାନାଡର କେତେକ ଅଞ୍ଚଳରେ ହୋଇଥିବା ଭୂସ୍ଖଳନ ଯୋଗୁଁ ଦୁଃଖିତ । ଯେଉଁମାନେ ନିଜର ପ୍ରିୟଜନମାନଙ୍କୁ ହରାଇଛନ୍ତି ସେମାନଙ୍କ ପ୍ରତି ମୁଁ ସମବେଦନ ଜଣାଉଛି ଏବଂ ଆହତମାନଙ୍କ ପାଇଁ ପ୍ରାର୍ଥନା କରୁଛି । ଏଥିରେ ପ୍ରଭାବିତ ହୋଇଥିବା ସମସ୍ତଙ୍କୁ ସାହାଯ୍ୟ କରିବା ପାଇଁ ଉଦ୍ଧାର କାର୍ଯ୍ୟ ଚାଲିଛି । କେରଳର ମୁଖ୍ୟମନ୍ତ୍ରୀ ଶ୍ରୀ ପିନାରାୟି ବିଜୟନ୍‌ଙ୍କ ସହ ଆଲୋଚନା କରିଛି ଏବଂ ବର୍ତ୍ତମାନର ପରିସ୍ଥିତିକୁ ଦୃଷ୍ଟିରେ ରଖି କେନ୍ଦ୍ର ସରକାର ସମସ୍ତ ସାହାଯ୍ୟ ସହଯୋଗ ଯୋଗାଇ ଦେବ ବୋଲି ଆଶ୍ୱାସନା ଦେଇଛି ।”

 

 

ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଏକ୍ସରେ ପୋଷ୍ଟ କରାଯାଇଛି ଯେ;

“କେରଳର ୱାୟାନାଡର କିଛି ଅଞ୍ଚଳରେ ହୋଇଥିବା ଭୂସ୍ଖଳନରେ ପ୍ରାଣ ହରାଇଥିବା ପ୍ରତ୍ୟେକ ବ୍ୟକ୍ତିଙ୍କ ସମ୍ପର୍କୀୟଙ୍କ ପାଇଁ ପ୍ରଧାନମନ୍ତ୍ରୀ ପିଏମ୍‌ଏନ୍‌ଆର୍‌ଏଫ୍‌ରୁ ୨ ଲକ୍ଷ ଟଙ୍କାର ସହାୟତା ଘୋଷଣା କରିଛନ୍ତି । ଏହି ଘଟଣାରେ ଆହତ ହୋଇଥିବା ବ୍ୟକ୍ତିମାନଙ୍କୁ ୫୦,୦୦୦ ଟଙ୍କା ଲେଖାଏଁ ଦିଆଯିବ ।”

 

Explore More
ଶ୍ରୀରାମ ଜନ୍ମଭୂମି ମନ୍ଦିର ଧ୍ଵଜାରୋହଣ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ

ଲୋକପ୍ରିୟ ଅଭିଭାଷଣ

ଶ୍ରୀରାମ ଜନ୍ମଭୂମି ମନ୍ଦିର ଧ୍ଵଜାରୋହଣ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
Teachers: The artists of education

Media Coverage

Teachers: The artists of education
NM on the go

Nm on the go

Always be the first to hear from the PM. Get the App Now!
...
ସୋସିଆଲ ମିଡିଆ କର୍ଣ୍ଣର ସେପ୍ଟେମ୍ବର 7, 2026
September 07, 2026

Vasudhaiva Kutumbakam in Action: Tech Hub, Border Villages, Global Leadership by PM Modi