ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ, ଉତ୍ତର ପ୍ରଦେଶର ଶାହାଜାହନପୁରରେ ଦୁର୍ଘଟଣା ଯୋଗୁଁ ହୋଇଥିବା ମୃତ୍ୟୁରେ ଶୋକ ବ୍ୟକ୍ତ କରିଛନ୍ତି । ଶ୍ରୀ ମୋଦୀ, ପୀଡିତମାନଙ୍କ ପାଇଁ ପ୍ରଧାନମନ୍ତ୍ରୀ ଜାତୀୟ ରିଲିଫ ପାଣ୍ଠି (ପିଏମଏନଆରଏଫ)ରୁ ଅନୁକମ୍ପାମୂଳକ ସହାୟତା ରାଶି ଘୋଷଣା କରିଛନ୍ତି ।
ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଟ୍ୱିଟ ଶୃଙ୍ଖଳରେ କୁହାଯାଇଛି;
“ଉତ୍ତର ପ୍ରଦେଶର ଶାହାଜାହନପୁରରେ ଟ୍ରାକ୍ଟର ଟ୍ରଲି ନଦୀରେ ଖସି ପଡିବା ଘଟଣା ବେଶ ମର୍ମାହତ କରିଛି । ଏହି ଦୁର୍ଘଟଣାରେ ଯେଉଁମାନେ ନିଜ ପ୍ରିୟଜନଙ୍କୁ ହରାଇଛନ୍ତି, ସେମାନଙ୍କୁ ଗଭୀର ସମବେଦନା ଜଣାଇବା ସହ ସମସ୍ତ ଆହତଙ୍କ ଶୀଘ୍ର ଆରୋଗ୍ୟ କାମନା କରୁଛି: ପ୍ରଧାନମନ୍ତ୍ରୀ"
“ଶାହଜାହାନପୁରରେ ଦୁର୍ଘଟଣାରେ ସାହାଯ୍ୟ ଓ ଉଦ୍ଧାର କାର୍ଯ୍ୟରେ ସ୍ଥାନୀୟ ପ୍ରଶାସନ ସମୂର୍ଣ୍ଣ ତତ୍ପରତାର ଲାଗି ପଡିଛନ୍ତି । ପୀଡିତଙ୍କୁ ଯଥାସମ୍ଭବ ସାହାଯ୍ୟ କରାଯାଉଛି: ପ୍ରଧାନମନ୍ତ୍ରୀ"
“ଉତ୍ତର ପ୍ରଦେଶର ଶାହାଜାହନପୁର ଦୁର୍ଘଟଣାରେ ମୃତକଙ୍କ ନିକଟ ସମ୍ପର୍କୀୟଙ୍କୁ ୨ ଲକ୍ଷ ଟଙ୍କା ଲେଖାଏଁ ଅନୁକମ୍ପାମୂଳକ ସହାୟତା ରାଶି ପ୍ରଦାନ କରାଯିବ । ଆହତମାନଙ୍କୁ ୫୦ ହଜାର ଟଙ୍କା ଲେଖାଏଁ ପ୍ରଦାନ କରାଯିବ: ପ୍ରଧାନମନ୍ତ୍ରୀ ।”
उत्तर प्रदेश के शाहजहांपुर में ट्रैक्टर ट्रॉली के नदी में गिरने से हुई दुर्घटना अत्यंत आहत करने वाली है। इस हादसे में जिन लोगों ने अपने प्रियजनों को खोया है, उनके प्रति गहरी संवेदना प्रकट करने के साथ ही मैं सभी घायलों के शीघ्र स्वस्थ होने की कामना करता हूं: PM @narendramodi
— PMO India (@PMOIndia) April 15, 2023
An ex gratia of Rs. 2 lakh would be given to the next of kin of each of those who lost their lives in the mishap in Shahjahanpur, UP. The injured would be given Rs. 50,000: PM @narendramodi
— PMO India (@PMOIndia) April 15, 2023


