ପ୍ରଧାନମନ୍ତ୍ରୀ ଜାତୀୟ ରିଲିଫ ପାଣ୍ଠିରୁ ଅନୁକମ୍ପାମୂଳକ ସହାୟତା ଘୋଷଣା

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ପଶ୍ଚିମବଙ୍ଗ ରେଳ ଦୁର୍ଘଟଣାରେ ପ୍ରାଣ ହରାଇଥିବା ଲୋକଙ୍କ ପ୍ରତି ଗଭୀର ଶୋକ ପ୍ରକାଶ କରିଛନ୍ତି । କେନ୍ଦ୍ର ରେଳମନ୍ତ୍ରୀ ଶ୍ରୀ ଅଶ୍ୱିନୀ ବୈଷ୍ଣବ ଘଟଣାସ୍ଥଳକୁ ଯାଇଥିବା ବେଳେ କ୍ଷତିଗ୍ରସ୍ତଙ୍କୁ ସହାୟତା କରିବା ପାଇଁ ଉଦ୍ଧାର କାର୍ଯ୍ୟ ଜାରି ରହିଛି ବୋଲି ପ୍ରଧାନମନ୍ତ୍ରୀ ଆଶ୍ୱାସନା ଦେଇଛନ୍ତି । ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ ତରଫରୁ ପ୍ରଧାନମନ୍ତ୍ରୀ ଜାତୀୟ ରିଲିଫ ପାଣ୍ଠି (ପିଏମଏନଆରଏଫ)ରୁ ପ୍ରତ୍ୟେକ ମୃତକଙ୍କ ପରିବାରକୁ ୨ ଲକ୍ଷ ଟଙ୍କା ଲେଖାଏଁ ଏବଂ ଆହତଙ୍କୁ ୫୦ ହଜାର ଟଙ୍କା ଲେଖାଏଁ ଅନୁକମ୍ପାମୂଳକ ସହାୟତା ଘୋଷଣା କରାଯାଇଛି ।

ପ୍ରଧାନମନ୍ତ୍ରୀ ଏକ୍ସରେ ପୋଷ୍ଟ କରିଛନ୍ତି;

‘‘ପଶ୍ଚିମବଙ୍ଗରେ ଘଟିଥିବା ରେଳ ଦୁର୍ଘଟଣା ଦୁଃଖଦାୟକ। ଯେଉଁମାନେ ନିଜ ପ୍ରିୟଜନଙ୍କୁ ହରାଇଛନ୍ତି ସେମାନଙ୍କ ପ୍ରତି ସମବେଦନା ଜଣାଉଛି। ଆହତମାନେ ଯଥାଶୀଘ୍ର ସୁସ୍ଥ ହୁଅନ୍ତୁ ବୋଲି ପ୍ରାର୍ଥନା କରୁଛି। ଅଧିକାରୀଙ୍କ ସହ କଥା ହୋଇ ସ୍ଥିତି ଅନୁଧ୍ୟାନ କରିଛି। କ୍ଷତିଗ୍ରସ୍ତଙ୍କୁ ସାହାଯ୍ୟ କରିବା ପାଇଁ ଉଦ୍ଧାର କାର୍ଯ୍ୟ ଜାରି ରହିଛି। ରେଳମନ୍ତ୍ରୀ ଶ୍ରୀ ଅଶ୍ୱିନୀ ବୈଷ୍ଣବ ମଧ୍ୟ ଘଟଣାସ୍ଥଳକୁ ଯାଇଛନ୍ତି।’’

ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଏକ୍ସରେ ପୋଷ୍ଟ କରାଯାଇଛି;

‘‘ପଶ୍ଚିମବଙ୍ଗରେ ରେଳ ଦୁର୍ଘଟଣାରେ ମୃତକଙ୍କ ପରିବାରକୁ ପିଏମଏନଆରଏଫରୁ ୨ ଲକ୍ଷ ଟଙ୍କା ଲେଖାଏଁ ଅନୁକମ୍ପାମୂଳକ ସହାୟତା ଦିଆଯିବ ବୋଲି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଘୋଷଣା କରିଛନ୍ତି । ଆହତଙ୍କୁ ୫୦ ହଜାର ଟଙ୍କା ଲେଖାଏଁ ଦିଆଯିବ।’’

 

 

Explore More
ଶ୍ରୀରାମ ଜନ୍ମଭୂମି ମନ୍ଦିର ଧ୍ଵଜାରୋହଣ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ

ଲୋକପ୍ରିୟ ଅଭିଭାଷଣ

ଶ୍ରୀରାମ ଜନ୍ମଭୂମି ମନ୍ଦିର ଧ୍ଵଜାରୋହଣ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
Government's foodgrain stocks hit 604 lakh tonnes, nearly three times buffer requirement

Media Coverage

Government's foodgrain stocks hit 604 lakh tonnes, nearly three times buffer requirement
NM on the go

Nm on the go

Always be the first to hear from the PM. Get the App Now!
...
ସୋସିଆଲ ମିଡିଆ କର୍ଣ୍ଣର ମେ 7, 2026
May 07, 2026

Justice Delivered Under PM Modi: How Operation Sindoor Redefined India’s Response to Terror

Aatmanirbhar Bharat in Action: Record Exports, Defence Exports, Food Security & Green Mobility Under the Leadership of PM Modi