ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଛତିଶଗଡ଼ର ରାୟପୁରରେ ସଡ଼କ ଦୁର୍ଘଟଣାରେ ପ୍ରାଣହାନି ଘଟଣାରେ ଗଭୀର ଶୋକ ବ୍ୟକ୍ତ କରିଛନ୍ତି । ଶ୍ରୀ ମୋଦୀ ମଧ୍ୟ ଆହତମାନଙ୍କ ଆଶୁ ଆରୋଗ୍ୟ କାମନା କରିଛନ୍ତି ।
ପ୍ରଧାନମନ୍ତ୍ରୀ ପିଏମଏନଆରଏଫରୁ ପ୍ରତ୍ୟେକ ମୃତକଙ୍କ ନିକଟ ସମ୍ପର୍କୀୟଙ୍କୁ ୨ ଲକ୍ଷ ଟଙ୍କା ଲେଖାଏ ଏବଂ ଆହତମାନଙ୍କୁ ୫୦ ହଜାର ଟଙ୍କା ଦେବାକୁ ଘୋଷଣା କରିଛନ୍ତି ।
ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଏକ୍ସ ରେ ପୋଷ୍ଟ ହୋଇଛି:
“ଛତିଶଗଡ଼ର ରାୟପୁରରେ ସଡ଼କ ଦୁର୍ଘଟଣାରେ ପ୍ରାଣହାନି ଘଟଣରେ ଅତ୍ୟନ୍ତ ଦୁଃଖିତ । ନିକଟ ସମ୍ପର୍କୀୟଙ୍କୁ ହରାଇଥିବା ବ୍ୟକ୍ତିମାନଙ୍କ ପାଇଁ ଗଭୀର ସମବେଦନା । ଆହତମାନଙ୍କ ଆଶୁ ଆରୋଗ୍ୟ କାମନା କରୁଛି ।
ପ୍ରତ୍ୟେକ ମୃତ ବ୍ୟକ୍ତିଙ୍କ ନିକଟ ସମ୍ପର୍କୀୟଙ୍କୁ ପିଏମଏନଆରଏଫରୁ ୨ ଲକ୍ଷ ଟଙ୍କା ଲେଖାଏ ପ୍ରଦାନ କରାଯିବ । ଆହତମାନଙ୍କୁ ୫୦ ହଜାର ଟଙ୍କା ଲେଖାଏ ପ୍ରଦାନ କରାଯିବ: ପ୍ରଧାନମନ୍ତ୍ରୀ @narendramodi ।”
Deeply saddened by the loss of lives due to a road accident in Raipur, Chhattisgarh. Condolences to those who have lost their loved ones. May the injured recover soon.
— PMO India (@PMOIndia) May 12, 2025
An ex-gratia of Rs. 2 lakh from PMNRF would be given to the next of kin of each deceased. The injured would be…


