Announces ex-gratia from PMNRF

ଉତ୍ତରପ୍ରଦେଶର ହାରଦୋଇ ଠାରେ ଏକ ଭୟାନକ ସଡ଼କ ଦୁର୍ଘଟଣରେ ପ୍ରାଣ ହରାଇଥିବା ଲୋକଙ୍କ ସମ୍ପର୍କୀୟ ଓ ପରିଜନଙ୍କୁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଗଭୀର ଗଭୀର ସମବେଦନା ଜ୍ଞାପନ କରିଛନ୍ତି । ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ @PMOIndia ପକ୍ଷରୁ ସୋସିଆଲ ମିଡିଆରେ ଦିଆଯାଇଥିବା ଏକ ବିବୃତିରେ ପୀଡ଼ିତ ପରିବାରଙ୍କ ପ୍ରତି ପ୍ରଧାନମନ୍ତ୍ରୀ ସମବେଦନା ଜଣାଇବା ସହ ଆହତମାନଙ୍କ ଆଶୁ ଆରୋଗ୍ୟ କାମନା କରିଛନ୍ତି ।

ପ୍ରଧାନମନ୍ତ୍ରୀ କହିଛନ୍ତି, “ଉତ୍ତରପ୍ରଦେଶର ହାରଦୋଇଠାରେ ହୋଇଥିବା ସଡ଼କ ଦୁର୍ଘଟଣା ମନକୁ ବ୍ୟଥିତ କରିଦେବ । ଦୁର୍ଘଟଣାରେ ଅନେକ ପରିବାର ନିଜ ଲୋକଙ୍କୁ ହରାଇଛନ୍ତି । ଏହି ଅପାର ଦୁଃଖ ସହିବାକୁ ଭଗବାନ ସେମାନଙ୍କୁ ଶକ୍ତି ଦିଅନ୍ତୁ । ଏଥିସହ ସମସ୍ତ ଆହତଙ୍କ ଆଶୁ ଆରୋଗ୍ୟ କାମନା କରୁଛି । ରାଜ୍ୟ ସରକାରଙ୍କ ତଦାରଖରେ ସ୍ଥାନୀୟ ପ୍ରଶାସନ ପୀଡ଼ିତମାନଙ୍କୁ ଯଥାସମ୍ଭବ ସହାୟତା ପ୍ରଦାନ କରୁଛି: ପ୍ରଧାନମନ୍ତ୍ରୀ@narendramodi ” ।

ଏଥିସହ ଦୁର୍ଘଟଣାରେ ପ୍ରାଣ ହରାଇଥିବା ପ୍ରତ୍ୟେକ ବ୍ୟକ୍ତିଙ୍କ ନିକଟ ସମ୍ପର୍କୀୟଙ୍କୁ ପ୍ରଧାନମନ୍ତ୍ରୀ ଜାତୀୟ ପାଣ୍ଠିରୁ ୨ ଲକ୍ଷ ଟଙ୍କା ଲେଖାଏଁ ଅନୁକମ୍ପାମୂଳକ ସହାୟତା ପ୍ରଦାନ କରିବାକୁ ଶ୍ରୀ ନରେନ୍ଦ୍ର ମୋଦୀ ଘୋଷଣା କରିଛନ୍ତି । ଆହତମାନଙ୍କୁ ୫୦ ହଜାର ଟଙ୍କା ଲେଖାଏଁ ପ୍ରଦାନ କରାଯିବ ।

 

Explore More
ଶ୍ରୀରାମ ଜନ୍ମଭୂମି ମନ୍ଦିର ଧ୍ଵଜାରୋହଣ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ

ଲୋକପ୍ରିୟ ଅଭିଭାଷଣ

ଶ୍ରୀରାମ ଜନ୍ମଭୂମି ମନ୍ଦିର ଧ୍ଵଜାରୋହଣ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
India’s maternal mortality drops nearly 80% since 1990: Global study

Media Coverage

India’s maternal mortality drops nearly 80% since 1990: Global study
NM on the go

Nm on the go

Always be the first to hear from the PM. Get the App Now!
...
ସୋସିଆଲ ମିଡିଆ କର୍ଣ୍ଣର ମାର୍ଚ୍ଚ 29, 2026
March 29, 2026

Citizens Praise PM Modi for The Visionary Shift: Empowering Every Citizen in an Uncertain World