ପୀଡିତଙ୍କ ପାଇଁ ପିଏମ୍‍ଏନ୍‍ଆରଏଫ୍‍ ରୁ ସହାୟତା ରାଶି ଅନୁମୋଦନ କରିଛନ୍ତି

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ବିହାରର ମୁଜାଫରପୁରର ଏକ କାରଖାନାରେ ବଏଲର ବିସ୍ଫୋରଣରେ ପ୍ରାଣ ହରାଇଥିବା ବ୍ୟକ୍ତିଙ୍କ ଲାଗି ଗଭୀର ଦୁଃଖ ପ୍ରକାଶ କରିଛନ୍ତି । 

ଏକ ଟୁଇଟରେ ପ୍ରଧାନମନ୍ତ୍ରୀ କହିଛନ୍ତି;

“ବିହାରର ମୁଜାଫରପୁରର ଏକ କାରଖାନାରେ ଘଟିଥିବା ଦୁର୍ଘଟଣା ଅତ୍ୟନ୍ତ ଦୁଃଖ ଦାୟକ । ମୃତକଙ୍କ ପରିବାର ପ୍ରତି ମୁଁ ଗଭୀର ସମବେଦନା ଜଣାଉଛି । ଏଥି ସହିତ ଆହତ ବ୍ୟକ୍ତିମାନଙ୍କ ଶୀଘ୍ର ଆରୋଗ୍ୟ କାମନା କରୁଛି ।”

 

ପ୍ରଧାନମନ୍ତ୍ରୀ ମଧ୍ୟ ବିହାରର ମୁଜାଫରପୁରର ଏକ କାରଖାନାରେ ବଏଲର ବିସ୍ଫୋରଣରେ ପୀଡିତଙ୍କ ପାଇଁ ପ୍ରଧାନମନ୍ତ୍ରୀ ଜାତୀୟ ରିଲିଫ ପାଣ୍ଠି (ପିଏମଏନ୍‍ଆରଏଫ୍‍) ରୁ ସହାୟତା ରାଶିକୁ ଅନୁମୋଦନ କରିଛନ୍ତି ।

ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ ଟୁଇଟ୍‍ କରିଛି;

“ମୁଜାଫରପୁରର ଏକ କାରଖାନାରେ ଦୁର୍ଘଟଣା ଯୋଗୁଁ ପ୍ରାଣ ହରାଇଥିବା ଲୋକଙ୍କ ନିକଟ ସମ୍ପର୍କୀୟଙ୍କ ପାଇଁ ପିଏମ୍‍ଏନ୍‍ଆରଏଫ୍‍ ରୁ ପ୍ରଧାନମନ୍ତ୍ରୀ ପ୍ରତ୍ୟେକଙ୍କୁ ୨ ଲକ୍ଷ ଟଙ୍କା ପ୍ରଦାନ ଲାଗି ଅନୁମୋଦନ କରିଛନ୍ତି । ପ୍ରତ୍ୟେକ ଆହତମାନଙ୍କୁ ୫୦,୦୦୦ ଟଙ୍କା ପ୍ରଦାନ କରାଯିବ ।”

Explore More
ଶ୍ରୀରାମ ଜନ୍ମଭୂମି ମନ୍ଦିର ଧ୍ଵଜାରୋହଣ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ

ଲୋକପ୍ରିୟ ଅଭିଭାଷଣ

ଶ୍ରୀରାମ ଜନ୍ମଭୂମି ମନ୍ଦିର ଧ୍ଵଜାରୋହଣ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
Khichdi To Moringa Paratha: 7 Traditional Foods PM Modi Loves

Media Coverage

Khichdi To Moringa Paratha: 7 Traditional Foods PM Modi Loves
NM on the go

Nm on the go

Always be the first to hear from the PM. Get the App Now!
...
ସୋସିଆଲ ମିଡିଆ କର୍ଣ୍ଣର ଅଗଷ୍ଟ 26, 2026
August 26, 2026

Accountability Meets Ambition: Record Low NPAs, Record Defence Output, Record Digital Adoption Under the Leadership of PM Modi