ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ କର୍ଣ୍ଣାଟକର ବେଙ୍ଗାଲୁରୁରେ ଏକ କାନ୍ଥ ଭୁଶୁଡ଼ିବା ଘଟଣାରେ ଗଭୀର ଦୁଃଖ ପ୍ରକାଶ କରିଛନ୍ତି।
ପ୍ରଧାନମନ୍ତ୍ରୀ କହିଥିଲେ ଯେ ତାଙ୍କ ଚିନ୍ତାଧାରା ଶୋକସନ୍ତପ୍ତ ପରିବାର ସହିତ ରହିଛି ଏବଂ ଆହତମାନେ ଯଥାଶୀଘ୍ର ସୁସ୍ଥ ହୁଅନ୍ତୁ ବୋଲି କାମନା କରିଛନ୍ତି।
ଶ୍ରୀ ମୋଦୀ ଘୋଷଣା କରିଥିଲେ ଯେ ପ୍ରଧାନମନ୍ତ୍ରୀଙ୍କ ଜାତୀୟ ରିଲିଫ ପାଣ୍ଠି (ପିଏମଏନଆରଏଫ) ରୁ ପ୍ରତ୍ୟେକଙ୍କୁ ୨ଲକ୍ଷ ଟଙ୍କାର ଅନୁକମ୍ପା ରାଶି ମୃତକଙ୍କ ନିକଟ ସମ୍ପର୍କୀୟଙ୍କୁ ପ୍ରଦାନ କରାଯିବ ଏବଂ ଆହତମାନଙ୍କୁ ୫୦,୦୦୦ ଟଙ୍କା ଲେଖାଁଏ ପ୍ରଦାନ କରାଯିବ।
ପ୍ରଧାନମନ୍ତ୍ରୀ 'ଏକ୍ସ ’ ରେ ପୋଷ୍ଟ କରିଛନ୍ତି:
"କର୍ଣ୍ଣାଟକର ବେଙ୍ଗାଲୁରୁରେ ଏକ କାନ୍ଥ ଭୁଶୁଡ଼ିବା କାରଣରୁ ଘଟିଥିବା ଦୁର୍ଘଟଣା ଦୁର୍ଭାଗ୍ୟଜନକ। ମୋର ଚିନ୍ତାଧାରା ଶୋକସନ୍ତପ୍ତ ପରିବାର ସହିତ ଅଛି। ଆହତମାନେ ଯଥାଶୀଘ୍ର ସୁସ୍ଥ ହୁଅନ୍ତୁ।
ମୃତକଙ୍କ ନିକଟ ସମ୍ପର୍କୀୟଙ୍କୁ ପିଏମଏନଆରଏଫରୁ ୨ ଲକ୍ଷ ଟଙ୍କାର ଅନୁକମ୍ପା ରାଶି ପ୍ରଦାନ କରାଯିବ। ଆହତମାନଙ୍କୁ ୫୦,୦୦୦ ଟଙ୍କା ଲେଖାଁଏ ଦିଆଯିବ: ପ୍ରଧାନମନ୍ତ୍ରୀ ।’’
The mishap due to the collapse of a wall in Bengaluru, Karnataka, is unfortunate. My thoughts are with the bereaved families. May the injured recover at the earliest.
— PMO India (@PMOIndia) April 29, 2026
An ex-gratia of Rs. 2 lakh each from PMNRF would be given to the next of kin of the deceased. The injured would…


