ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ମେଘାଳୟର ପୂର୍ବ ଜୈନ୍ତିଆ ପାହାଡ଼ରେ ଘଟିଥିବା ଦୁର୍ଘଟଣାରେ ପ୍ରାଣ ହରାଇଥିବା ବ୍ୟକ୍ତିଙ୍କ ପାଇଁ ଶୋକ ବ୍ୟକ୍ତ କରିଛନ୍ତି। ସେ ପ୍ରତ୍ୟେକ ମୃତକଙ୍କ ନିକଟ ସମ୍ପର୍କୀୟଙ୍କ ପାଇଁ ପିଏମଏନଆରଏଫରୁ ୨ ଲକ୍ଷ ଟଙ୍କା ଏବଂ ଆହତମାନଙ୍କୁ ୫୦,୦୦୦ ଟଙ୍କା କରି ଅନୁକମ୍ପା ରାଶି ଘୋଷଣା କରିଥିଲେ।
ଏକ୍ସରେ ପିଏମଓ ଇଣ୍ଡିଆ ହ୍ୟାଣ୍ଡେଲ ପକ୍ଷରୁ କୁହାଯାଇଛି:
"ମେଘାଳୟର ପୂର୍ବ ଜୈନ୍ତିଆ ପାହାଡ଼ରେ ଘଟିଥିବା ଦୁର୍ଘଟଣାରେ ମୁଁ ମର୍ମାହତ। ଯେଉଁମାନେ ନିଜ ପ୍ରିୟଜନଙ୍କୁ ହରାଇଛନ୍ତି ସେମାନଙ୍କୁ ସମବେଦନା ଜଣାଉଛି। ଆହତମାନେ ଯଥାଶୀଘ୍ର ସୁସ୍ଥ ହୁଅନ୍ତୁ।
ପ୍ରତ୍ୟେକ ମୃତକଙ୍କ ନିକଟ ସମ୍ପର୍କୀୟଙ୍କୁ ପିଏମଏନଆରଏଫରୁ ୨ ଲକ୍ଷ ଟଙ୍କାର ଅନୁକମ୍ପା ରାଶି ପ୍ରଦାନ କରାଯିବ। ଆହତମାନଙ୍କୁ ୫୦,୦୦୦ ଟଙ୍କା କରି ଦିଆଯିବ: ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ "
Pained by the mishap in East Jaintia Hills, Meghalaya. Condolences to those who lost their loved ones. May the injured recover at the earliest.
— PMO India (@PMOIndia) February 5, 2026
An ex-gratia of Rs. 2 lakh from PMNRF would be given to the next of kin of each deceased. The injured would be given Rs. 50,000: PM…


