ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି କର୍ଣ୍ଣାଟକର ହାସନରେ ଘଟିଥବା ଏକ ଦୁର୍ଘଟଣାରେ ହୋଇଥିବା ପ୍ରାଣହାନୀ ପାଇଁ ଶୋକ ପ୍ରକାଶ କରିଛନ୍ତି । ସେ ପ୍ରତ୍ୟେକ ମୃତକଙ୍କ ପରିବାର ପାଇଁ ପିଏମ୍ଏନ୍ଆର୍ଏଫ୍ରୁ ୨ ଲକ୍ଷ ଟଙ୍କା ଏବଂ ଆହତମାନଙ୍କ ପାଇଁ ୫୦,୦୦୦ ହଜାର ଟଙ୍କାର ସହାୟତା ରାଶି ଘୋଷଣା କରିଛନ୍ତି ।
ପିଏମ୍ଓ ଇଣ୍ଡିଆ ହ୍ୟାଣ୍ଡେଲ ପକ୍ଷରୁ ଏକ୍ସରେ ପୋଷ୍ଟ କରାଯାଇଛି;
“କର୍ଣ୍ଣାଟକର ହାସନରେ ଘଟିଥିବା ଦୁର୍ଘଟଣା ହୃଦୟ ବିଦାରକ । ଏହି ଦୁଃଖଦ ମୁହୂର୍ତ୍ତରେ ଶୋକସନ୍ତପ୍ତ ପରିବାର ସହିତ ମୋର ସମବେଦନା ରହିଛି । ମୁଁ ଆହତମାନଙ୍କର ଆଶୁ ଆରୋଗ୍ୟ କାମନା କରୁଛି ।
ପ୍ରତ୍ୟେକ ମୃତକଙ୍କ ପରିବାର ଲୋକଙ୍କୁ ପିଏମ୍ଏନ୍ଆର୍ଏଫ୍ରୁ ୨ ଲକ୍ଷ ଟଙ୍କା ଏବଂ ଆହତମାନଙ୍କୁ ୫୦,୦୦୦ ଟଙ୍କାର ସହାୟତା ରାଶି ପ୍ରଦାନ କରାଯିବ ।”
The mishap in Hassan, Karnataka, is heart-rending. In this tragic hour, my thoughts are with the bereaved families. I hope those who have been injured recover at the earliest.
— PMO India (@PMOIndia) September 13, 2025
An ex-gratia of Rs. 2 lakh from PMNRF would be given to the next of kin of each deceased. The injured…


