ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ରାଜସ୍ଥାନର ଧୌଲପୁର ସଡକ ଦୁର୍ଘଟଣାରେ ହୋଇଥିବା ପ୍ରାଣ ହାନୀ ଘଟଣାରେ ଶୋକ ପ୍ରକାଶ କରିଛନ୍ତି । ରାଜ୍ୟ ସରକାରଙ୍କ ତତ୍ତ୍ୱାବଧାନରେ ସ୍ଥାନୀୟ ପ୍ରଶାସନ ପୀଡିତମାନଙ୍କୁ ସମସ୍ତ ପ୍ରକାର ସାହାଯ୍ୟ କରିବାରେ ନିୟୋଜିତ ଅଛନ୍ତି ବୋଲି ସେ ନିଶ୍ଚିତ କରିଛନ୍ତି ।

ଏକ୍ସର ଏକ ପୋଷ୍ଟରେ ସେ ଲେଖିଛନ୍ତି :

“ରାଜସ୍ଥାନର ଧୌଲପୁରରେ ଘଟିଥିବା ଦୁର୍ଘଟଣା ହୃଦୟ ବିଦାରକ । ନିରୀହ ପିଲାମାନଙ୍କ ସମେତ ପ୍ରାଣ ହରାଇଥିବା ମୃତକଙ୍କ ଶୋକସନ୍ତପ୍ତ ପରିବାର ପ୍ରତି ମୋର ସମବେଦନା । ଭଗବାନ ସେମାନଙ୍କୁ ଏହି ଯନ୍ତ୍ରଣା ସହିବାକୁ ଶକ୍ତି ଦିଅନ୍ତୁ । ଏଥିସହ ମୁଁ ସମସ୍ତ ଆହତମାନଙ୍କର ଶୀଘ୍ର ଆରୋଗ୍ୟ କାମନା କରୁଛି । ରାଜ୍ୟ ସରକାରଙ୍କ ତତ୍ତ୍ୱାବଧାନରେ ସ୍ଥାନୀୟ ପ୍ରଶାସନ ପୀଡିତମାନଙ୍କୁ ସମସ୍ତ ସମ୍ଭାବ୍ୟ ସହାୟତା ଯୋଗାଇବାରେ ନିୟୋଜିତ ଅଛନ୍ତି ।”

ରାଜସ୍ଥାନର ଧୌଲପୁରରେ ଘଟିଥିବା ଦୁର୍ଘଟଣାରେ ପ୍ରତ୍ୟେକ ମୃତକଙ୍କ ସମ୍ପର୍କୀୟଙ୍କ ପାଇଁ ଶ୍ରୀ ମୋଦୀ ପିଏମ୍‌ଏନ୍‌ଆରଏଫ୍‌ରୁ ୨ ଲକ୍ଷ ଟଙ୍କାର ସହାୟତା ଘୋଷଣା କରିଛନ୍ତି । ଏହାଛଡା ଆହତମାନଙ୍କୁ ୫୦ ହଜାର ଟଙ୍କା ଲେଖାଏଁ ସହାୟତା ଦିଆଯିବ ବୋଲି ସେ କହିଛନ୍ତି ।

ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ (ପିଏମ୍‌ଓ) ପକ୍ଷରୁ ଏକ୍ସରେ ପୋଷ୍ଟ କରାଯାଇଛି :

“ପ୍ରଧାନମନ୍ତ୍ରୀ ରାଜସ୍ଥାନର ଧୌଲପୁରରେ ଘଟିଥିବା ଦୁର୍ଘଟଣାରେ ପ୍ରାଣ ହରାଇଥିବା ପ୍ରତ୍ୟେକ ମୃତକଙ୍କ ସମ୍ପର୍କୀୟଙ୍କ ପାଇଁ ପିଏମ୍‌ଏନ୍‌ଆର୍‌ଫ୍‌ରୁ ୨ ଲକ୍ଷ ଟଙ୍କାର ସହାୟତା ଘୋଷଣା କରିଛନ୍ତି । ଆହତମାନଙ୍କ ପାଇଁ ମଧ୍ୟ ୫୦,୦୦୦ ଟଙ୍କାର ସହାୟତା ଘୋଷଣା କରାଯାଇଛି ।”

 

Explore More
ଶ୍ରୀରାମ ଜନ୍ମଭୂମି ମନ୍ଦିର ଧ୍ଵଜାରୋହଣ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ

ଲୋକପ୍ରିୟ ଅଭିଭାଷଣ

ଶ୍ରୀରାମ ଜନ୍ମଭୂମି ମନ୍ଦିର ଧ୍ଵଜାରୋହଣ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
PM Modi Takes A 'Jhooth Ki Goonj' Swipe At Rahul Gandhi On GDP Numbers: 'Those Mired In Despair...'

Media Coverage

PM Modi Takes A 'Jhooth Ki Goonj' Swipe At Rahul Gandhi On GDP Numbers: 'Those Mired In Despair...'
NM on the go

Nm on the go

Always be the first to hear from the PM. Get the App Now!
...
Prime Minister shares a Sanskrit Subhashitam, highlighting the virtues of instilling fearlessness and saving lives
September 02, 2026

Prime Minister Shri Narendra Modi shared a Sanskrit Subhashitam today, highlighting the virtues of instilling fearlessness and saving lives.

The Prime Minister wrote on X;

"अभयस्यैव यो दाता तस्यैव सुमहत्फलम् ।

न हि प्राणसमं दानं त्रिषु लोकेषु विद्यते ॥"

Whoever takes away people's fear receives great blessings, and in all three worlds, there is no greater gift than saving a life.