ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ କିମ୍ବଦନ୍ତୀ କଥକ ନୃତ୍ୟଶିଳ୍ପୀ ପଣ୍ଡିତ ବିରଜୁ ମହାରାଜଙ୍କ ଦେହାନ୍ତରେ ଗଭୀର ଦୁଃଖ ପ୍ରକାଶ କରିଛନ୍ତି । ପ୍ରଧାନମନ୍ତ୍ରୀ ଏହା ମଧ୍ୟ କହିଛନ୍ତି ଯେ ତାଙ୍କର ପରଲୋକ ସମଗ୍ର କଳା ଜଗତ ପାଇଁ ଏକ ଅପୂରଣୀୟ କ୍ଷତି ।
ଏକ ଟୁଇଟରେ ପ୍ରଧାନମନ୍ତ୍ରୀ କହିଛନ୍ତି;
“ସମଗ୍ର ବିଶ୍ୱରେ ଭାରତୀୟ ନୃତ୍ୟକୁ ଏକ ସ୍ୱତନ୍ତ୍ର ପରିଚୟ ଦେଇଥିବା ପଣ୍ଡିତ ବିରଜୁ ମହାରାଜ ଜୀଙ୍କର ଦେହାନ୍ତରେ ଗଭୀର ଦୁଃଖିତ । ତାଙ୍କର ପରଲୋକ ସମଗ୍ର କଳା ଜଗତ ପାଇଁ ଏକ ଅପୂରଣୀୟ କ୍ଷତି । ଏହି ଦୁଃଖଦ ସମୟରେ ତାଙ୍କ ପରିବାର ଏବଂ ପ୍ରଶଂସକଙ୍କ ପ୍ରତି ମୋର ସମବେଦନା । ଓମ୍ ଶାନ୍ତି!”
भारतीय नृत्य कला को विश्वभर में विशिष्ट पहचान दिलाने वाले पंडित बिरजू महाराज जी के निधन से अत्यंत दुख हुआ है। उनका जाना संपूर्ण कला जगत के लिए एक अपूरणीय क्षति है। शोक की इस घड़ी में मेरी संवेदनाएं उनके परिजनों और प्रशंसकों के साथ हैं। ओम शांति! pic.twitter.com/PtqDkoe8kd
— Narendra Modi (@narendramodi) January 17, 2022