ଡୋମିନିକାର ରାଷ୍ଟ୍ରପତି ସିଲ୍‌ଭେନି ବ୍ରୁଟୋନ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କୁ କୋଭିଡ ୧୯ ମହାମାରୀ ସମୟରେ ଡୋମିନିକାକୁ ସମର୍ଥନ କରିବା ଏବଂ ଭାରତ ଓ ଡୋମିନିକା ସମ୍ପର୍କକୁ ସୁଦୃଢ଼ କରିବାରେ ତାଙ୍କର ପ୍ରତିବଦ୍ଧତା ପାଇଁ ସର୍ବୋଚ୍ଚ ଜାତୀୟ ପୁରସ୍କାର – “ଡୋମିନିକା ଆୱାର୍ଡ ଅଫ୍ ଅନର୍‌” ପ୍ରଦାନ କରିଛନ୍ତି । ଏହି ଅବସରରେ ଡୋମିନିକାର ପ୍ରଧାନମନ୍ତ୍ରୀ ଶ୍ରୀ ରୁଜଭେଲ୍ଟ ସ୍କେରିଟ୍ ମଧ୍ୟ ଉପସ୍ଥିତ ଥିଲେ । ଗୁୟାନାର ରାଷ୍ଟ୍ରପତି ଡ. ଇରଫାନ ଅଲି, ବାରବାଡୋସ୍‌ର ପ୍ରଧାନମନ୍ତ୍ରୀ ମିଆ ଅମୋର ମୋଟଲି. ଗ୍ରେନେଡାର ପ୍ରଧାନମନ୍ତ୍ରୀ ଶ୍ରୀ ଡିକ୍କନ ମିସେଲ୍‌, ସେଣ୍ଟ୍ ଲୁସିଆର ପ୍ରଧାନମନ୍ତ୍ରୀ ଫିଲିପ୍ ଜେ.ପିୟରେ ଏବଂ ଆଣ୍ଟିଗୁଆ ଓ ବାର୍‌ବୁଡାର ପ୍ରଧାନମନ୍ତ୍ରୀ ଗ୍ୟାସ୍‌ଟନ୍ ବ୍ରାଉନ ମଧ୍ୟ ଏହି ପୁରସ୍କାର ସମାରୋହରେ ଉପସ୍ଥିତ ଥିଲେ ।

 

ପ୍ରଧାନମନ୍ତ୍ରୀ ଏହି ସମ୍ମାନ ଭାରତର ଲୋକଙ୍କୁ ଏବଂ ଭାରତ ଓ ଡୋମିନିକା ମଧ୍ୟରେ ଥିବା ଗଭୀର ଐତିହାସିକ ତଥା ସାଂସ୍କୃତିକ ସମ୍ପର୍କକୁ ଉତ୍ସର୍ଗ କରିଥିଲେ । ଆସନ୍ତା ବର୍ଷରେ ଦୁଇ ଦେଶ ମଧ୍ୟରେ ଦ୍ୱିପାକ୍ଷିକ ସମ୍ବନ୍ଧ ଅଧିକ ସୁଦୃଢ଼ ଏବଂ ଗଭୀର ହେବ ବୋଲି ସେ ଆତ୍ମବିଶ୍ୱାସ ପ୍ରକାଶ କରିଛନ୍ତି ।

 

ଆଜି ୨୦ ନଭେମ୍ବର ୨୦୨୪ରେ ଗୁୟାନାର ଜର୍ଜଟାଉନ୍‌ରେ ଦ୍ୱିତୀୟ ଭାରତ-କାରିକମ୍ ଶିଖର ସମ୍ମିଳନୀରେ ପୁରସ୍କାର ବିତରଣ ଉତ୍ସବ ଅନୁଷ୍ଠିତ ହୋଇଥିଲା ।

 

Explore More
ଶ୍ରୀରାମ ଜନ୍ମଭୂମି ମନ୍ଦିର ଧ୍ଵଜାରୋହଣ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ

ଲୋକପ୍ରିୟ ଅଭିଭାଷଣ

ଶ୍ରୀରାମ ଜନ୍ମଭୂମି ମନ୍ଦିର ଧ୍ଵଜାରୋହଣ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
PLI 2.0: India bets big on making more of the smartphone at home

Media Coverage

PLI 2.0: India bets big on making more of the smartphone at home
NM on the go

Nm on the go

Always be the first to hear from the PM. Get the App Now!
...
ସୋସିଆଲ ମିଡିଆ କର୍ଣ୍ଣର ମେ 29, 2026
May 29, 2026

Every Sector, Every Citizen: How PM Modi’s Vision is Transforming India Across All Fronts