ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ, କଲବୁର୍ଗି ଠାରେ ପିଏମ ମିତ୍ର ମେଗା ଟେକ୍ସଟାଇଲ ପାର୍କ ସ୍ଥାପନ ପାଇଁ କର୍ଣ୍ଣାଟକବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ।

କେନ୍ଦ୍ର ମନ୍ତ୍ରୀ ପୀୟୁଷ ଗୋୟଲଙ୍କ ଏକ ଟ୍ୱିଟ ପ୍ରତ୍ୟୁତ୍ତରରେ ପ୍ରଧାନମନ୍ତ୍ରୀ ଟ୍ୱିଟ କରିଛନ୍ତି;

“କଲବୁର୍ଗି ଠାରେ ପିଏମ ମିତ୍ର ମେଗା ଟେକ୍ସଟାଇଲ ପାର୍କ ସ୍ଥାପନ ପାଇଁ କର୍ଣ୍ଣାଟକର ଭଉଣୀ ଓ ଭାଇମାନଙ୍କୁ ଅଭିନନ୍ଦନ । ଏହି ପାର୍କ କର୍ଣ୍ଣାଟକର ଐତିହ୍ୟସମ୍ପନ୍ନ ବୟନଶିଳ୍ପ ପରମ୍ପରାକୁ ସମୃଦ୍ଧ କରିବା ସହ ଲୋକଙ୍କ ପାଇଁ ନିଯୁକ୍ତି ସୁଯୋଗ ସୃଷ୍ଟି କରିବ ।”

 “ಕಲಬುರಗಿಯಲ್ಲಿ ಪಿಎಂ ಮಿತ್ರ ಮೆಗಾ ಜವಳಿ ಪಾರ್ಕ್ ಸ್ಥಾಪನೆಗಾಗಿ ಕರ್ನಾಟಕದ ನನ್ನ ಸಹೋದರ ಸಹೋದರಿಯರಿಗೆ ಅಭಿನಂದನೆಗಳು. ಈ ಪಾರ್ಕ್ ಕರ್ನಾಟಕದ ಶ್ರೀಮಂತ ಜವಳಿ ಪರಂಪರೆಯನ್ನು ಸಂಭ್ರಮಾಚರಿಸುತ್ತದೆ ಮತ್ತು ರಾಜ್ಯದ ಜನರಿಗೆ ಉದ್ಯೋಗಾವಕಾಶಗಳನ್ನು ಸೃಷ್ಟಿಸುತ್ತದೆ.

#PragatiKaPMMitra”

ଲୋକସଭା ସାଂସଦ ଡଃ ଉମେଶ ଜି ଯାଦବଙ୍କ ଏକ ଟ୍ୱିଟ ପ୍ରତ୍ୟୁତ୍ତରରେ ପ୍ରଧାନମନ୍ତ୍ରୀ ଏହି ମେଗା ଟେକ୍ସଟାଇଲ ପାର୍କ ମାଧ୍ୟମରେ ଦେଶର ବସ୍ତ୍ର ବିବିଧତାକୁ ବିଶ୍ୱ ସମ୍ମୁଖରେ ପ୍ରଦର୍ଶିତ କରିବାର ସମ୍ଭାବନା ସମ୍ପର୍କରେ ଉଲ୍ଲେଖ କରିଛନ୍ତି ।

ପ୍ରଧାନମନ୍ତ୍ରୀ ଟ୍ୱିଟ କରିଛନ୍ତି;

“ନିଶ୍ଚିତ ଭାବେ କର୍ଣ୍ଣାଟକ ଓ ବିଶେଷତଃ କଲବୁର୍ଗି ପାଇଁ ଏକ ସ୍ୱତନ୍ତ୍ର ଦିନ । ଏହି ଟେକ୍ସଟାଇଲ ପାର୍କ ମାଧ୍ୟମରେ ବିଶ୍ୱ ଭାରତର ବସ୍ତ୍ର ବିବିଧତା ଓ ଆମ ଦେଶବାସୀଙ୍କ ସୃଜନଶୀଳତାର ଝଲକ ଦେଖିପାରିବ । #PragatiKaPMMitra”

“ಕರ್ನಾಟಕಕ್ಕೆ ಮತ್ತು ವಿಶೇಷವಾಗಿ ಕಲಬುರಗಿಗೆ ನಿಜಕ್ಕೂ ವಿಶೇಷ ದಿನ. ಈ ಜವಳಿ ಪಾರ್ಕ್ ಮೂಲಕ ಜಗತ್ತು ಭಾರತದ ಜವಳಿ ವೈವಿಧ್ಯತೆ ಮತ್ತು ನಮ್ಮ ಜನರ ಸೃಜನಶೀಲತೆಯ ದರ್ಶನ ಪಡೆಯುತ್ತದೆ.

#PragatiKaPMMitra”

Explore More
ଶ୍ରୀରାମ ଜନ୍ମଭୂମି ମନ୍ଦିର ଧ୍ଵଜାରୋହଣ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ

ଲୋକପ୍ରିୟ ଅଭିଭାଷଣ

ଶ୍ରୀରାମ ଜନ୍ମଭୂମି ମନ୍ଦିର ଧ୍ଵଜାରୋହଣ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
The entrepreneurs building a self-reliant India

Media Coverage

The entrepreneurs building a self-reliant India
NM on the go

Nm on the go

Always be the first to hear from the PM. Get the App Now!
...
ସୋସିଆଲ ମିଡିଆ କର୍ଣ୍ଣର ଜୁଲାଇ 21, 2026
July 21, 2026

Self-Reliance Is No Longer a Slogan — It’s Happening Across Engines, UPI, Vaccines & FDI Under the Leadership of PM Modi