ଭାରତ - ରୁଷିଆ ବିଶେଷ ଏବଂ ବିଶେଷାଧିକାରପ୍ରାପ୍ତ ରଣନୈତିକ ଭାଗୀଦାରୀକୁ ଆହୁରି ସୁଦୃଢ଼ କରିବାକୁ ଦୁଇ ନେତା ସହମତି ପ୍ରକାଶ କରିଥିଲେ
ସେମାନେ ଦ୍ୱିପାକ୍ଷିକ ସହଯୋଗର ଅଗ୍ରଗତିର ସମୀକ୍ଷା କରିଥିଲେ ଏବଂ ଆଞ୍ଚଳିକ ଏବଂ ବୈଶ୍ୱିକ ସମସ୍ୟା ଉପରେ ମତ ବିନିମୟ କରିଥିଲେ
ରୁଷ୍ - ୟୁକ୍ରେନ୍ ସଂଘର୍ଷର ସମାଧାନ ଦିଗରେ ଆଗକୁ ବଢ଼ିବାର ବାଟ ଭାବେ ଆଲୋଚନା ଓ କୂଟନୀତିକୁ ଦୋହରାଇଲେ ପ୍ରଧାନମନ୍ତ୍ରୀ

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ରୁଷ୍‌ର ରାଷ୍ଟ୍ରପତି ମହାମହିମ ଶ୍ରୀ ଭ୍ଲାଦିମିର ପୁଟିନଙ୍କ ସହ ଟେଲିଫୋନ ଯୋଗେ ଆଲୋଚନା କରିଛନ୍ତି ।

ରୁଷ୍‌ର ରାଷ୍ଟ୍ରପତି ଭାବରେ ପୁନର୍ବାର ନିର୍ବାଚିତ ହୋଇଥିବାରୁ ପ୍ରଧାନମନ୍ତ୍ରୀ ତାଙ୍କୁ ଅଭିନନ୍ଦନ ଜଣାଇଥିଲେ ଏବଂ ରୁଷ୍‌ର ମୈତ୍ରୀପୂର୍ଣ୍ଣ ଲୋକ ମାନଙ୍କର ଶାନ୍ତି, ପ୍ରଗତି ଏବଂ ସମୃଦ୍ଧି ପାଇଁ ଶୁଭେଚ୍ଛା ଜଣାଇଥିଲେ ।

ଆଗାମୀ ବର୍ଷ ଗୁଡ଼ିକରେ ଉଭୟ ଦେଶ ମଧ୍ୟରେ ବିଶେଷ  ଏବଂ ବିଶେଷାଧିକାରପ୍ରାପ୍ତ ରଣନୈତିକ ଭାଗୀଦାରୀକୁ ଆହୁରି ସୁଦୃଢ଼ କରିବା ଦିଗରେ ମିଳିତ ପ୍ରୟାସ କରିବାକୁ ଦୁଇ ନେତା ସହମତି ପ୍ରକାଶ କରିଥିଲେ ।

ସେମାନେ ଦ୍ୱିପାକ୍ଷିକ ସହଯୋଗର ବିଭିନ୍ନ ପ୍ରସଙ୍ଗରେ ଅଗ୍ରଗତିର ସମୀକ୍ଷା କରିଥିଲେ ଏବଂ ପାରସ୍ପରିକ ହିତସାଧନ ପାଇଁ  ଆଞ୍ଚଳିକ ଏବଂ ବିଶ୍ୱସ୍ତରୀୟ ପ୍ରସଙ୍ଗ ଉପରେ ମତ ବିନିମୟ କରିଥିଲେ ।

ରୁଷ୍ - ୟୁକ୍ରେନ୍ ସଂଘର୍ଷ ଉପରେ ଆଲୋଚନା ବେଳେ ପ୍ରଧାନମନ୍ତ୍ରୀ ଆଲୋଚନା ଓ କୂଟନୀତି ସପକ୍ଷରେ ଭାରତର ନିରନ୍ତର ଆଭିମୁଖ୍ୟକୁ ଦୋହରାଇ ଥିଲେ ।

ଦୁଇ ନେତା ଯୋଗାଯୋଗରେ ରହିବାକୁ ସହମତି ପ୍ରକାଶ କରିଥିଲେ ।

 

Explore More
ଶ୍ରୀରାମ ଜନ୍ମଭୂମି ମନ୍ଦିର ଧ୍ଵଜାରୋହଣ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ

ଲୋକପ୍ରିୟ ଅଭିଭାଷଣ

ଶ୍ରୀରାମ ଜନ୍ମଭୂମି ମନ୍ଦିର ଧ୍ଵଜାରୋହଣ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
Electronics manufacturing leads PLI scheme as production jumps 146%: Report

Media Coverage

Electronics manufacturing leads PLI scheme as production jumps 146%: Report
NM on the go

Nm on the go

Always be the first to hear from the PM. Get the App Now!
...
ସୋସିଆଲ ମିଡିଆ କର୍ଣ୍ଣର ଜାନୁୟାରୀ 18, 2026
January 18, 2026

Cultural Pride and Economic Power: Celebrating PM Modi's Regional Revolutions