ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ତାମିଲନାଡ଼ୁର ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିଥିବା ଥିରୁ ସି. ଯୋଶେଫ ବିଜୟଙ୍କୁ ଅଭିନନ୍ଦନ ଜଣାଇଛନ୍ତି।
ପ୍ରଧାନମନ୍ତ୍ରୀ ମଧ୍ୟ ନୂତନ କାର୍ଯ୍ୟକାଳ ପାଇଁ ଶୁଭେଚ୍ଛା ଜଣାଇଥିଲେ ଏବଂ ରାଜ୍ୟବାସୀଙ୍କ କଲ୍ୟାଣ ଓ ବିକାଶ ପାଇଁ ତାମିଲନାଡ଼ୁ ସରକାରଙ୍କ ସହ ମିଳିତ ଭାବେ କାର୍ଯ୍ୟ କରିବା ଲାଗି କେନ୍ଦ୍ର ସରକାରଙ୍କ ପ୍ରତିବଦ୍ଧତାକୁ ଦୋହରାଇଥିଲେ।
ପ୍ରଧାନମନ୍ତ୍ରୀ ଏକ୍ସ ରେ ଲେଖିଛନ୍ତି;
"ତାମିଲନାଡ଼ୁର ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିଥିବାରୁ ଥିରୁ ସି. ଯୋଶେଫ ବିଜୟଙ୍କୁ ଅଭିନନ୍ଦନ। ତାଙ୍କର ଆଗାମୀ କାର୍ଯ୍ୟକାଳ ପାଇଁ ଶୁଭେଚ୍ଛା। ଲୋକଙ୍କ ଜୀବନରେ ଉନ୍ନତି ଆଣିବା ପାଇଁ କେନ୍ଦ୍ର ସରକାର ତାମିଲନାଡ଼ୁ ସରକାରଙ୍କ ସହ ମିଶି କାର୍ଯ୍ୟ ଜାରି ରଖିବେ।’’
Congratulations to Thiru C. Joseph Vijay on taking oath as Tamil Nadu Chief Minister. Best wishes for his tenure ahead. The Central Government will keep working with the Tamil Nadu Government to improve the lives of people.@TVKVijayHQ
— Narendra Modi (@narendramodi) May 10, 2026
தமிழ்நாடு முதலமைச்சராக பதவியேற்றுள்ள திரு சி. ஜோசப் விஜய் அவர்களுக்கு வாழ்த்துகள். அவரது பதவிக்காலம் சிறப்பானதாக அமைய நல்வாழ்த்துகள். மக்களின் வாழ்க்கையை மேம்படுத்த மத்திய அரசு தமிழ்நாடு அரசுடன் இணைந்து தொடர்ந்து பணியாற்றும்.@TVKVijayHQ
— Narendra Modi (@narendramodi) May 10, 2026


