ଓଡ଼ିଶାର ଚାଷୀ ନିଜ ପିଲାଙ୍କ ଭବିଷ୍ୟତକୁ ନେଇ ଆତ୍ମବିଶ୍ୱାସୀ

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଭିଡିଓ କନଫରେନ୍ସିଂ ମାଧ୍ୟମରେ ବିକଶିତ ଭାରତ ସଂକଳ୍ପ ଯାତ୍ରାର ହିତାଧିକାରୀଙ୍କ ସହ ଆଲୋଚନା କରିଛନ୍ତି । ସେ ମଧ୍ୟ ପ୍ରଧାନମନ୍ତ୍ରୀ ମହିଳା କିଷାନ ଡ୍ରୋନ କେନ୍ଦ୍ରର ଲୋକାର୍ପଣ କରିଥିଲେ । ଏହି କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀ ଦେଓଘର ଏମ୍ସ ଠାରେ ୧୦,୦୦୦ତମ ଜନ ଔଷଧି କେନ୍ଦ୍ରକୁ ଲୋକାର୍ପଣ କରିଥିଲେ । ଏହାବ୍ୟତୀତ ଦେଶରେ ଜନ ଔଷଧି କେନ୍ଦ୍ର ସଂଖ୍ୟା ୧୦ ହଜାରରୁ ୨୫ ହଜାରକୁ ବୃଦ୍ଧି କରିବା ପାଇଁ ଏକ କାର୍ଯ୍ୟକ୍ରମକୁ ଶ୍ରୀ ମୋଦୀ ଶୁଭାରମ୍ଭ କରିଛନ୍ତି । ମହିଳା ସ୍ୱୟଂ ସହାୟକ ଗୋଷ୍ଠୀମାନଙ୍କୁ ଡ୍ରୋନ୍ ଯୋଗାଇବା ଏବଂ ଜନ ଔଷଧି କେନ୍ଦ୍ରସଂଖ୍ୟା ୧୦,୦୦୦ରୁ ୨୫,୦୦୦କୁ ବୃଦ୍ଧି କରିବା ଭଳି ଏହି ଦୁଇଟି ପଦକ୍ଷେପ ବିଷୟରେ ପ୍ରଧାନମନ୍ତ୍ରୀ ଚଳିତ ବର୍ଷ ତାଙ୍କ ସ୍ୱାଧୀନତା ଦିବସ ଅଭିଭାଷଣରେ ଘୋଷଣା କରିଥିଲେ। ଏହି କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀ ଦେଇଥିବା ପ୍ରତିଶ୍ରୁତି ପୂରଣ କରିଛନ୍ତି।

କାର୍ଯ୍ୟକ୍ରମ ଅବସରେ ଓଡ଼ିଶାର ରାୟଗଡ଼ା ଜିଲ୍ଲାର ଚାଷୀ ପୂର୍ଣ୍ଣଚନ୍ଦ୍ର ବେନିଆଙ୍କୁ ପ୍ରଧାନମନ୍ତ୍ରୀ 'ଜୟ ଜଗନାଥ' କହି ଅଭିବାଦନ ଜଣାଇଥିଲେ। ଶ୍ରୀ ବେନିଆ ଏକାଧିକ ସରକାରୀ ଯୋଜନାର ହିତାଧିକାରୀ। ଉଜ୍ଜ୍ୱଳା ଭଳି ଯୋଜନାରେ କିପରି ତାଙ୍କ ଜୀବନ ବଦଳିଲା ସେ ବିଷୟରେ ହିତାଧିକାରୀ ବର୍ଣ୍ଣନା କରିଥିଲେ । ଚାଷୀ ଜଣଙ୍କ ପ୍ରଧାନମନ୍ତ୍ରୀଙ୍କୁ ଜଣାଇଥିଲେ ଯେ ବର୍ତ୍ତମାନ ସେ ତାଙ୍କ ପିଲାମାନଙ୍କ ଉଜ୍ଜ୍ୱଳ ଭବିଷ୍ୟତର ସ୍ୱପ୍ନ ଦେଖିବା ପାଇଁ ଆତ୍ମବିଶ୍ୱାସ ଅନୁଭବ କରୁଛନ୍ତି। ତାଙ୍କ ସୁବିଧା ପାଇଁ ଆଗକୁ କେଉଁ ସବୁ ଯୋଜନା ଉପଲବ୍ଧ ଅଛି ସେ ବିଷୟରେ ବିକଶିତ ଭାରତ ସଂକଳ୍ପ ଯାତ୍ରା ସହିତ ଥିବା ଅଧିକାରୀମାନଙ୍କ ଠାରୁ ପଚାରି ବୁଝିବା ପାଇଁ ପ୍ରଧାନମନ୍ତ୍ରୀ ତାଙ୍କୁ କହିଥିଲେ।

 

Explore More
ଶ୍ରୀରାମ ଜନ୍ମଭୂମି ମନ୍ଦିର ଧ୍ଵଜାରୋହଣ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ

ଲୋକପ୍ରିୟ ଅଭିଭାଷଣ

ଶ୍ରୀରାମ ଜନ୍ମଭୂମି ମନ୍ଦିର ଧ୍ଵଜାରୋହଣ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
Beyond Make in India: Building a globally competitive manufacturing ecosystem

Media Coverage

Beyond Make in India: Building a globally competitive manufacturing ecosystem
NM on the go

Nm on the go

Always be the first to hear from the PM. Get the App Now!
...
ସୋସିଆଲ ମିଡିଆ କର୍ଣ୍ଣର ଜୁନ 6, 2026
June 06, 2026

Viksit Bharat Rising: PM Modi's Vision Powers Energy, Defense & Digital Dominance