ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଅଯୋଧ୍ୟାରେ ଦିବ୍ୟ ରାମ ଦରବାରର ପ୍ରାଣ ପ୍ରତିଷ୍ଠା ଅବସରରେ ସମସ୍ତଙ୍କୁ ଶୁଭେଚ୍ଛା ଜଣାଇଛନ୍ତି । ଶ୍ରୀ ମୋଦୀ କହିଛନ୍ତି ଯେ, ଦିବ୍ୟ ରାମ ଦରବାରର ପ୍ରାଣ ପ୍ରତିଷ୍ଠା ସମସ୍ତ ରାମ ଭକ୍ତଙ୍କ ମନ ଶ୍ରଦ୍ଧା ଏବଂ ଆନନ୍ଦରେ ଭରି ଦେବ ।

ମର୍ଯ୍ୟାଦା ପୁରୁଷୋତ୍ତମ ଭଗବାନ ଶ୍ରୀ ରାମ ସମସ୍ତ ଦେଶବାସୀଙ୍କୁ ସୁଖ, ସମୃଦ୍ଧି ଏବଂ ଉତ୍ତମ ସ୍ୱାସ୍ଥ୍ୟ ପ୍ରଦାନ କରନ୍ତୁ ବୋଲି ଶ୍ରୀ ମୋଦୀ କାମନା କରିଛନ୍ତି ।

ଏକ୍ସରେ ଏକ ପୋଷ୍ଟରେ ପ୍ରଧାନମନ୍ତ୍ରୀ କହିଛନ୍ତି;

“ପ୍ରଭୁ ଶ୍ରୀ ରାମଙ୍କ ଜନ୍ମସ୍ଥାନ ଅଯୋଧ୍ୟା ଆଉ ଏକ ଗୌରବମୟ ଏବଂ ଐତିହାସିକ ମୁହୂର୍ତ୍ତର ସାକ୍ଷୀ ହୋଇଛି । ଭବ୍ୟ-ଦିବ୍ୟ ରାମ ଦରବାର ପ୍ରାଣ ପ୍ରତିଷ୍ଠାର ଏହି ପବିତ୍ର ସମୟ ସମସ୍ତ ରାମଭକ୍ତଙ୍କୁ ଶ୍ରଦ୍ଧା ଏବଂ ଆନନ୍ଦରେ ଭାବବିଭୋର କରିଦେବ । ମର୍ଯ୍ୟାଦା ପୁରୁଷୋତ୍ତମ ଭଗବାନ ଶ୍ରୀ ରାମ ସମସ୍ତ ଦେଶବାସୀଙ୍କୁ ସୁଖ-ସମୃଦ୍ଧି ଏବଂ ଆରୋଗ୍ୟର ଆଶୀର୍ବାଦ ପ୍ରଦାନ କରନ୍ତୁ ଏହା ହିଁ ମୋର କାମନା ।

ଜୟ ସିୟାରାମ !”

 

Explore More
ଶ୍ରୀରାମ ଜନ୍ମଭୂମି ମନ୍ଦିର ଧ୍ଵଜାରୋହଣ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ

ଲୋକପ୍ରିୟ ଅଭିଭାଷଣ

ଶ୍ରୀରାମ ଜନ୍ମଭୂମି ମନ୍ଦିର ଧ୍ଵଜାରୋହଣ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
Cabinet approves ₹1,570 crore ship repair facility at Vadinar, Gujarat

Media Coverage

Cabinet approves ₹1,570 crore ship repair facility at Vadinar, Gujarat
NM on the go

Nm on the go

Always be the first to hear from the PM. Get the App Now!
...
ସୋସିଆଲ ମିଡିଆ କର୍ଣ୍ଣର ମେ 6, 2026
May 06, 2026

New India, New Pride: When Self-Reliance Meets Results — A Tribute to PM Modi