ୟୁନେସ୍କୋର ମେମୋରୀ ଅଫ୍ ଦି ୱାର୍ଲ୍ଡ ରେଜିଷ୍ଟରରେ ଗୀତା ଏବଂ ନାଟ୍ୟଶାସ୍ତ୍ରକୁ ସାମିଲ କରାଯିବା ନିଷ୍ପତ୍ତିକୁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ପ୍ରଶଂସା କରିଛନ୍ତି । ଏହା ଆମର କାଳଜୟୀ ଜ୍ଞାନ ଏବଂ ସମୃଦ୍ଧ ସଂସ୍କୃତିର ଏକ ବିଶ୍ୱସ୍ତରୀୟ ସ୍ୱୀକୃତି ବୋଲି ସେ କହିଛନ୍ତି ।
କେନ୍ଦ୍ର ମନ୍ତ୍ରୀ ଶ୍ରୀ ଗଜେନ୍ଦ୍ର ସିଂହ ଶେଖାୱତଙ୍କ ଦ୍ୱାରା ଏକ୍ସରେ କରାଯାଇଥିବା ଏକ ପୋଷ୍ଟର ଉତ୍ତର ଦେଇ ଶ୍ରୀ ମୋଦୀ କହିଛନ୍ତି:
“ସମଗ୍ର ବିଶ୍ୱର ପ୍ରତ୍ୟେକ ଭାରତୀୟଙ୍କ ପାଇଁ ଏକ ଗର୍ବର ମୁହୂର୍ତ୍ତ!
ୟୁନେସ୍କୋର ମେମୋରୀ ଅଫ୍ ଦି ୱାର୍ଲ୍ଡ ରେଜିଷ୍ଟର୍ରେ ଗୀତା ଏବଂ ନାଟ୍ୟଶାସ୍ତ୍ରକୁ ସାମିଲ କରିବା ଆମର କାଳଜୟୀ ଜ୍ଞାନ ଏବଂ ସମୃଦ୍ଧ ସଂସ୍କୃତିର ଏକ ବିଶ୍ୱସ୍ତରୀୟ ମାନ୍ୟତା ।
ଗୀତା ଏବଂ ନାଟ୍ୟଶାସ୍ତ୍ର ବହୁ ଶତାବ୍ଦୀ ଧରି ସଭ୍ୟତା ଏବଂ ଚେତନାକୁ ପୋଷଣ କରିଆସିଛି । ସେମାନଙ୍କର ଅନ୍ତର୍ଦୃଷ୍ଟି ବିଶ୍ୱକୁ ପ୍ରେରଣା ଦେଇ ଚାଲିଛି ।
@UNESCO”
A proud moment for every Indian across the world!
— Narendra Modi (@narendramodi) April 18, 2025
The inclusion of the Gita and Natyashastra in UNESCO’s Memory of the World Register is a global recognition of our timeless wisdom and rich culture.
The Gita and Natyashastra have nurtured civilisation, and consciousness for… https://t.co/ZPutb5heUT


