ୟୁକ୍ରେନ ବିବାଦର ଶାନ୍ତିପୂର୍ଣ୍ଣ ସମାଧାନ ପାଇଁ ସାମ୍ପ୍ରତିକ ଘଟଣା ଉପରେ ନେତାମାନେ ମତ ବିନିମୟ କରିଛନ୍ତି
ବିଭିନ୍ନ କ୍ଷେତ୍ରରେ ଦ୍ୱିପାକ୍ଷିକ ସହଯୋଗର ସକାରାତ୍ମକ ବିକାଶକୁ ଉଭୟ ସ୍ୱାଗତ କରିଛନ୍ତି
କୃତ୍ରିମ ବୁଦ୍ଧିମତା (ଏଆଇ) ପ୍ରଭାବ ଶିଖର ସମ୍ମିଳନୀ ପାଇଁ ରାଷ୍ଟ୍ରପତି ମାକ୍ରନଙ୍କୁ, ଭାରତକୁ ସ୍ୱାଗତ କରିବାକୁ ଅପେକ୍ଷା କରିଛନ୍ତି ପ୍ରଧାନମନ୍ତ୍ରୀ

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଫ୍ରାନ୍ସ ରାଷ୍ଟ୍ରପତି ମହାମହିମ ଶ୍ରୀ ଇମାନୁଏଲ୍ ମାକ୍ରନଙ୍କ ସହ ଟେଲିଫୋନ୍ ଯୋଗେ ଆଲୋଚନା କରିଛନ୍ତି।

ଉଭୟ ଆର୍ଥିକ, ପ୍ରତିରକ୍ଷା, ବିଜ୍ଞାନ, ପ୍ରଯୁକ୍ତିବିଦ୍ୟା ଏବଂ ମହାକାଶ ସମେତ ବିଭିନ୍ନ କ୍ଷେତ୍ରରେ ଦ୍ୱିପାକ୍ଷିକ ସହଯୋଗ ବିକାଶର ସମୀକ୍ଷା ଏବଂ ସକାରାତ୍ମକ ମୂଲ୍ୟାଙ୍କନ କରିଥିଲେ। ହରାଇଜନ୍ ୨୦୪୭ ରୋଡମ୍ୟାପ, ଇଣ୍ଡୋ-ପାସିଫିକ୍ ରୋଡମ୍ୟାପ୍ ଏବଂ ଡିଫେନ୍ସ ଇଣ୍ଡଷ୍ଟ୍ରିଆଲ୍ ରୋଡମ୍ୟାପ୍ ଅନୁରୂପ ଭାରତ-ଫ୍ରାନ୍ସ ରଣନୈତିକ ଭାଗିଦାରୀକୁ ଆହୁରି ସୁଦୃଢ଼ କରିବା ଲାଗି ଉଭୟ ନେତା ସେମାନଙ୍କର ପ୍ରତିବଦ୍ଧତାକୁ ଦୋହରାଇଥିଲେ।

ୟୁକ୍ରେନରେ ସଂଘର୍ଷର ଅନ୍ତ ଆଣିବା ଦିଗରେ ନିକଟରେ କରାଯାଇଥିବା ପ୍ରୟାସ ଉପରେ ସେମାନେ ମତ ବିନିମୟ କରିଥିଲେ। ବିବାଦର ଶାନ୍ତିପୂର୍ଣ୍ଣ ସମାଧାନ ଏବଂ ଶୀଘ୍ର ଶାନ୍ତି ଓ ସ୍ଥିରତା ଫେରାଇ ଆଣିବା ଲାଗି ଭାରତର ନିରନ୍ତର ସମର୍ଥନକୁ ପ୍ରଧାନମନ୍ତ୍ରୀ ଦୋହରାଇଥିଲେ।

ଫେବୃଆରୀ ୨୦୨୬ ରେ ଭାରତ ଦ୍ୱାରା ଆୟୋଜିତ କୁତ୍ରିମ ବୁଦ୍ଧିମତା ପ୍ରଭାବ ସଂକ୍ରାନ୍ତ ଶିଖର ସମ୍ମିଳନୀକୁ ନିମନ୍ତ୍ରଣ ଗ୍ରହଣ କରିଥିବାରୁ, ପ୍ରଧାନମନ୍ତ୍ରୀ ମୋଦୀ ରାଷ୍ଟ୍ରପତି ମାକ୍ରନଙ୍କୁ ଧନ୍ୟବାଦ ଜଣାଇଥିଲେ ଏବଂ ରାଷ୍ଟ୍ରପତି ମାକ୍ରନଙ୍କୁ ଭାରତରେ ସ୍ୱାଗତ କରିବାକୁ ଅପେକ୍ଷା କରିଥିବା କହିଥିଲେ ।

ବିଶ୍ୱ ଶାନ୍ତି ଏବଂ ସ୍ଥିରତାକୁ ପ୍ରୋତ୍ସାହିତ କରିବା ପାଇଁ ଉଭୟ ନେତା ଯୋଗାଯୋଗରେ ରହିବା ଏବଂ ମିଳିତ ଭାବେ କାର୍ଯ୍ୟ କରିବା ଲାଗି ସହମତ ହୋଇଥିଲେ।

 

Explore More
ଶ୍ରୀରାମ ଜନ୍ମଭୂମି ମନ୍ଦିର ଧ୍ଵଜାରୋହଣ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ

ଲୋକପ୍ରିୟ ଅଭିଭାଷଣ

ଶ୍ରୀରାମ ଜନ୍ମଭୂମି ମନ୍ଦିର ଧ୍ଵଜାରୋହଣ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
India’s power sector set for strong FY27 growth on rising demand, capacity additions: Report

Media Coverage

India’s power sector set for strong FY27 growth on rising demand, capacity additions: Report
NM on the go

Nm on the go

Always be the first to hear from the PM. Get the App Now!
...
ସୋସିଆଲ ମିଡିଆ କର୍ଣ୍ଣର ଜୁଲାଇ 20, 2026
July 20, 2026

Yuva to Global Stage: How PM Modi’s Policies Are Turning India’s Youth, Farms & Factories into Growth Engines