ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ୨୦ ନଭେମ୍ବରରେ ଜର୍ଜଟାଉନ୍ ସ୍ଥିତ ଷ୍ଟେଟ୍ ହାଉସ୍ରେ ଡକ୍ଟର ମହମ୍ମଦ ଇରଫାନ୍ ଅଲିଙ୍କୁ ସାକ୍ଷାତ କରିଥିଲେ । ଷ୍ଟେଟ୍ ହାଉସରେ ପହଞ୍ଚିବା ପରେ ରାଷ୍ଟ୍ରପତି ଅଲି ତାଙ୍କୁ ସ୍ୱାଗତ କରିଥିଲେ ଏବଂ ଗାର୍ଡ ଅଫ୍ ଅନର୍ ପ୍ରଦାନ କରିଥିଲେ ।

ଦୁଇ ନେତାଙ୍କ ମଧ୍ୟରେ ଏକ ସୀମିତ ବୈଠକ ପରେ ପ୍ରତିନିଧିସ୍ତରୀୟ ଆଲୋଚନା ହୋଇଥିଲା । ଭାରତ ଏବଂ ଗୁୟାନା ମଧ୍ୟରେ ଥିବା ଗଭୀର ଐତିହାସିକ ସମ୍ପର୍କକୁ ସୂଚାଇ ପ୍ରଧାନମନ୍ତ୍ରୀ କହିଛନ୍ତି ଯେ ତାଙ୍କର ଏହି ଗସ୍ତ ଦ୍ୱିପାକ୍ଷିକ ସମ୍ପର୍କକୁ ଅଧିକ ସୁଦୃଢ଼ କରିବ । ଦୁଇ ନେତା ପ୍ରତିରକ୍ଷା, ବାଣିଜ୍ୟ ଏବଂ ପୁଞ୍ଜି ବିନିଯୋଗ, ସ୍ୱାସ୍ଥ୍ୟ ଏବଂ ଫାର୍ମା, ପାରମ୍ପରିକ ଔଷଧ, ଖାଦ୍ୟ ନିରାପତ୍ତା, ଭିତ୍ତିଭୂମି ବିକାଶ, ଡିଜିଟାଲ୍ ଜନସାଧାରଣ ଭିତ୍ତିଭୂମି, ଦକ୍ଷତା ବିକାଶ, ସଂସ୍କୃତି ଏବଂ ଲୋକ ସମ୍ପର୍କ ସମେତ ଭାରତ ଓ ଗୁୟାନା ମଧ୍ୟରେ ଥିବା ବହୁମୁଖୀ ସମ୍ପର୍କର ବିଭିନ୍ନ ଦିଗ ଉପରେ ବ୍ୟାପକ ଆଲୋଚନା କରିଥିଲେ । ଶକ୍ତି କ୍ଷେତ୍ରରେ ଚାଲିଥିବା ସହଯୋଗକୁ ଅନୁଧ୍ୟାନ କରି ଦୁଇ ନେତା ସୂଚାଇ ଦେଇଛନ୍ତି ଯେ, ହାଇଡ୍ରୋକାର୍ବନରେ ଭାଗିଦାରୀ ତଥା ଅକ୍ଷୟ ଶକ୍ତି କ୍ଷେତ୍ରରେ ସହଭାଗିତା ବୃଦ୍ଧି ପାଇଁ ଅପାର ସମ୍ଭାବନା ରହିଛି । ବିକାଶ ସହଯୋଗ ଭାରତ-ଗୁୟାନା ସହଭାଗିତାର ଏକ ଗୁରୁତ୍ୱପୂର୍ଣ୍ଣ ସ୍ତମ୍ବ ଅଟେ । ଗୁୟାନାର ବିକାଶ ଆକାଂକ୍ଷା ପୂରଣ କରିବା ପାଇଁ ଭାରତ ନିରନ୍ତର ସମର୍ଥନ ଜଣାଇବ ବୋଲି ପ୍ରଧାନମନ୍ତ୍ରୀ ପ୍ରତିଶୃତି ଦେଇଛନ୍ତି ।

ଉଭୟ ନେତା ପାରସ୍ପରିକ ଆବଶ୍ୟକତାର ବିଭିନ୍ନ ଆଞ୍ଚଳିକ ଏବଂ ବିଶ୍ୱସ୍ତରୀୟ ପ୍ରସଙ୍ଗ ଉପରେ ମଧ୍ୟ ମତ ବିନିମୟ କରିଥିଲେ ।  ଜଳବାୟୁ ପରିବର୍ତ୍ତନର ମୁକାବିଲା ପାଇଁ ଦୁଇ ନେତା ଅଧିକ ସହଯୋଗ କରିବାକୁ ଆହ୍ୱାନ ଦେଇଛନ୍ତି । ଭାରତ ଦ୍ୱାରା ଆୟୋଜିତ ଭଏସ୍ ଅଫ୍ ଗ୍ଲୋବାଲ୍ ସାଉଥ୍ ସମ୍ମିଳନୀରେ ଅଂଶଗ୍ରହଣ କରିଥିବାରୁ ପ୍ରଧାନମନ୍ତ୍ରୀ ରାଷ୍ଟ୍ରପତି ଅଲିଙ୍କୁ ଧନ୍ୟବାଦ ଜଣାଇଥିଲେ । ଗ୍ଲୋବାଲ୍ ଦକ୍ଷିଣ ଦେଶ ମଧ୍ୟରେ ଏକତାକୁ ଦୃଢ଼ କରିବା ପାଇଁ ଦୁଇ ନେତା ମିଳିତ ଭାବରେ କାର୍ଯ୍ୟ କରିବାକୁ ସହମତ ହୋଇଥିଲେ ।

ଦ୍ୱିପାକ୍ଷିକ ସହଯୋଗକୁ ଆହୁରି ମଜବୁତ କରିବା ପାଇଁ ଉଭୟ ନେତା ନିୟମିତ ବ୍ୟବଧାନରେ ଉଚ୍ଚ ସ୍ତରୀୟ ବୈଠକ କରିବାକୁ ରାଜି ହୋଇଥିଲେ । ଏହି ଗସ୍ତ ସମୟରେ ୧୦ଟି ବୁଝାମଣାଚୁକ୍ତି ସ୍ୱାକ୍ଷରିତ ହୋଇଥିଲା । ବୁଝାମଣାପତ୍ରର ତାଲିକା ଏଠାରେ ଦେଖିପାରିବେ ।

 

Explore More
ଶ୍ରୀରାମ ଜନ୍ମଭୂମି ମନ୍ଦିର ଧ୍ଵଜାରୋହଣ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ

ଲୋକପ୍ରିୟ ଅଭିଭାଷଣ

ଶ୍ରୀରାମ ଜନ୍ମଭୂମି ମନ୍ଦିର ଧ୍ଵଜାରୋହଣ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
Scan, withdraw, done: EPFO 3.0 plans instant PF access via ATMs and UPI

Media Coverage

Scan, withdraw, done: EPFO 3.0 plans instant PF access via ATMs and UPI
NM on the go

Nm on the go

Always be the first to hear from the PM. Get the App Now!
...
ସୋସିଆଲ ମିଡିଆ କର୍ଣ୍ଣର ମେ 28, 2026
May 28, 2026

A Stronger, Greener, Prouder India: 12 Years of PM Modi’s Bold Reforms Driving Growth, Innovation & Inclusive Progress