PM recalls his successful visit to Washington D.C. in January and his discussions with President Trump.
Following up on their meeting in February this year in Paris, PM and Vice President Vance reviewed progress in bilateral relations.
They welcome progress in the India-U.S. Bilateral Trade Agreement and efforts towards enhancing cooperation in energy, defence, strategic technologies.
The two leaders exchange views on various regional and global issues of mutual interest.
PM extends best wishes to the Vice President and family for a pleasant stay.
PM conveys greetings to President Trump and looks forward to his visit to India later this year.

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଆମେରିକାର ଉପରାଷ୍ଟ୍ରପତି ଜେ. ଡି. ଭାନ୍ସ, ଦ୍ୱିତୀୟ ମହିଳା ଶ୍ରୀମତୀ ଉଷା ଭାନ୍ସ, ସେମାନଙ୍କ ସନ୍ତାନ ଏବଂ ଆମେରିକା ପ୍ରଶାସନର ବରିଷ୍ଠ ସଦସ୍ୟଙ୍କ ସହ ସାକ୍ଷାତ ଆଲୋଚନା କରିଛନ୍ତି।

 

ପ୍ରଧାନମନ୍ତ୍ରୀ ଫେବୃଆରୀରେ ତାଙ୍କର ୱାଶିଂଟନ୍ ଡିସି ଗସ୍ତ ଏବଂ ରାଷ୍ଟ୍ରପତି ଟ୍ରମ୍ପଙ୍କ ସହ ତାଙ୍କର ଫଳପ୍ରଦ ଆଲୋଚନାକୁ ସ୍ମରଣ କରିଥିଲେ। ଏହା ମେକ୍ ଆମେରିକା ଗ୍ରେଟ୍ ଏଗେନ୍ (ଏମଏଜିଏ) ଏବଂ ବିକଶିତ ଭାରତ ୨୦୪୭ର ଶକ୍ତିକୁ ଉପଯୋଗ କରି ଭାରତ ଏବଂ ଆମେରିକା ମଧ୍ୟରେ ଘନିଷ୍ଠ ସହଯୋଗ ପାଇଁ ରୋଡମ୍ୟାପ୍ ପ୍ରସ୍ତୁତ କରିଥିଲା।

 

ପ୍ରଧାନମନ୍ତ୍ରୀ ଏବଂ ଉପରାଷ୍ଟ୍ରପତି ଭାନ୍ସ ଦ୍ୱିପାକ୍ଷିକ ସହଯୋଗର ବିଭିନ୍ନ କ୍ଷେତ୍ରରେ ଅଗ୍ରଗତିର ସମୀକ୍ଷା ଏବଂ ସକାରାତ୍ମକ ମୂଲ୍ୟାଙ୍କନ କରିଥିଲେ।

ଦୁଇ ଦେଶର ଲୋକଙ୍କ କଲ୍ୟାଣ ଉପରେ ଧ୍ୟାନ କେନ୍ଦ୍ରିତ କରି ପାରସ୍ପରିକ ଲାଭପ୍ରଦ ଭାରତ-ଆମେରିକା ଦ୍ୱିପାକ୍ଷିକ ବାଣିଜ୍ୟ ରାଜିନାମା ପାଇଁ ଆଲୋଚନାରେ ଉଲ୍ଲେଖନୀୟ ଅଗ୍ରଗତିକୁ ସେମାନେ ସ୍ୱାଗତ କରିଥିଲେ। ସେହିଭଳି, ଶକ୍ତି, ପ୍ରତିରକ୍ଷା, ରଣନୀତିକ ପ୍ରଯୁକ୍ତି ଏବଂ ଅନ୍ୟାନ୍ୟ କ୍ଷେତ୍ରରେ ସହଯୋଗ ବୃଦ୍ଧି ଦିଗରେ ନିରନ୍ତର ପ୍ରୟାସ ଉପରେ ସେମାନେ ଗୁରୁତ୍ୱାରୋପ କରିଥିଲେ।

 

ଦୁଇ ନେତା ପାରସ୍ପରିକ ହିତ ସହ ଜଡ଼ିତ ବିଭିନ୍ନ ଆଞ୍ଚଳିକ ଏବଂ ବିଶ୍ୱସ୍ତରୀୟ ପ୍ରସଙ୍ଗ ଉପରେ ମଧ୍ୟ ମତ ବିନିମୟ କରିଥିଲେ ଏବଂ ଆଗକୁ ବଢ଼ିବା ପାଇଁ ଆଲୋଚନା ଓ କୂଟନୀତି ଉପରେ ଗୁରୁତ୍ୱାରୋପ କରିଥିଲେ।

 

ଉପରାଷ୍ଟ୍ରପତି, ଦ୍ୱିତୀୟ ମହିଳା ଏବଂ ସେମାନଙ୍କ ପିଲାମାନଙ୍କୁ ଭାରତରେ ଏକ ସୁଖଦ ଏବଂ ଫଳପ୍ରଦ ରହଣି ପ୍ରଧାନମନ୍ତ୍ରୀ ପାଇଁ ଶୁଭେଚ୍ଛା ଜଣାଇଥିଲେ।

 

ରାଷ୍ଟ୍ରପତି ଟ୍ରମ୍ପଙ୍କ ଉଦ୍ଦେଶ୍ୟରେ ହାର୍ଦ୍ଦିକ ଶୁଭକାମନା ବାର୍ତ୍ତା ଦେବା ସହ ଚଳିତ ବର୍ଷ ଶେଷରେ ତାଙ୍କର ଭାରତ ଗସ୍ତକୁ ସେ ଅପେକ୍ଷା କରି ରହିଛନ୍ତି ବୋଲି ପ୍ରଧାନମନ୍ତ୍ରୀ କହିଥିଲେ।

 

Explore More
ଶ୍ରୀରାମ ଜନ୍ମଭୂମି ମନ୍ଦିର ଧ୍ଵଜାରୋହଣ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ

ଲୋକପ୍ରିୟ ଅଭିଭାଷଣ

ଶ୍ରୀରାମ ଜନ୍ମଭୂମି ମନ୍ଦିର ଧ୍ଵଜାରୋହଣ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
British Couple Praises 'Excellent' Indian Railways After Travelling With 2-Month-Old Baby

Media Coverage

British Couple Praises 'Excellent' Indian Railways After Travelling With 2-Month-Old Baby
NM on the go

Nm on the go

Always be the first to hear from the PM. Get the App Now!
...
Prime Minister extends greetings to the people of Sikkim on Statehood Day
May 16, 2026

The Prime Minister, Shri Narendra Modi, today extended greetings to the people of Sikkim on the occasion of the State’s Statehood Day, marking a historic milestone as Sikkim celebrates its 50th Statehood Day this year. Shri Modi remarked that the contribution of Sikkim to India’s development journey is deeply valued and appreciated. Recalling his recent visit to Sikkim during the 50th Statehood Day celebrations, the Prime Minister said that he was deeply touched by the warmth and affection shown by the people of the State.

Shri Modi posted on X:

“Greetings to my sisters and brothers on their Statehood Day. The contribution of Sikkim to India’s development is deeply valued. Wishing the people of the state good health and prosperity.

This occasion comes at a time when Sikkim is marking 50th Statehood Day celebrations. A few days ago, I had the good fortune of being among the people of Sikkim for the celebrations. The warmth I received in Sikkim will remain a part of my memory. The Central Government will keep supporting Sikkim’s growth trajectory in the times to come.”