ପୁରସ୍କାର ବିଜେତାମାନଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ; କହିଲେ, ସେମାନେ ସମାଜ ଓ ଦେଶ ପାଇଁ ଗୁରୁତ୍ୱପୂର୍ଣ୍ଣ ଯୋଗଦାନ ଦେଉଛନ୍ତି
ଆପଣମାନଙ୍କ କାର୍ଯ୍ୟରେ ସେବା ଓ ନବସୃଜନ ଭାବନା ରହିଛି : ପ୍ରଧାନମନ୍ତ୍ରୀ
‘ସବକା ପ୍ରୟାସ’ ସୁନିଶ୍ଚିତ କରିବା ଉପରେ ସରକାର ଜୋର ଦେଉଛନ୍ତି : ପ୍ରଧାନମନ୍ତ୍ରୀ
ଦେଶର ଶୀର୍ଷ ନେତୃତ୍ୱଙ୍କ ସହ କଥା ହେବା ଲାଗି ସେମାନଙ୍କୁ ଏକ ମଞ୍ଚ ଯୋଗାଇ ଦେଇଥିବାରୁ ପ୍ରଧାନମନ୍ତ୍ରୀଙ୍କୁ ଧନ୍ୟବାଦ ଜଣାଇଲେ ପୁରସ୍କାର ବିଜେତା

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଲୋକ କଲ୍ୟାଣ ମାର୍ଗ ଠାରେ ଆୟୋଜିତ ଏକ ଆଲୋଚନା ଅଧିବେଶନରେ ୨୦୨୦ ଏବଂ ୨୦୨୧ ବର୍ଷର ନାରୀ ଶକ୍ତି ପୁରସ୍କାର ବିଜେତାମାନଙ୍କ ସହିତ କଥା ହୋଇଛନ୍ତି । ଏହି ଆଲୋଚନା ଅଧିବେଶନ ନାରୀ ସଶକ୍ତିକରଣ ପାଇଁ ପ୍ରଧାନମନ୍ତ୍ରୀଙ୍କ ଦ୍ଵାରା ଗ୍ରହଣ କରାଯାଉଥିବା ନିରନ୍ତର ପଦକ୍ଷେପର ଏକ ପରିଚାୟକ ଥିଲା।

ପୁରସ୍କାର ବିଜେତାମାନଙ୍କର ଉଲ୍ଲେଖନୀୟ କାର୍ଯ୍ୟକୁ ପ୍ରଶଂସା କରି ପ୍ରଧାନମନ୍ତ୍ରୀ କହିଥିଲେ ଯେ ସେମାନେ ସମାଜ ସହିତ ରାଷ୍ଟ୍ର ନିର୍ମାଣ ପାଇଁ ମଧ୍ୟ ଯୋଗଦାନ ଦେଉଛନ୍ତି । ଶ୍ରୀ ମୋଦୀ କହିଥିଲେ ଯେ ସେମାନଙ୍କ କାର୍ଯ୍ୟରେ ସେବା ଭାବନା ରହିଛି, ଏଥିସହିତ ସେମାନଙ୍କର କାର୍ଯ୍ୟଧାରାରେ ସୃଜନଶୀଳତାର ସ୍ପଷ୍ଟ ପରିପ୍ରକାଶ ଦେଖିବାକୁ ମିଳୁଛି । ସେ ଆହୁରି କହିଥିଲେ ଯେ, ବର୍ତ୍ତମାନ ଏପରି କୌଣସି ଗୋଟିଏ କ୍ଷେତ୍ର ନାହିଁ ଯେଉଁଠି ମହିଳାମାନେ ସେମାନଙ୍କର ଯୋଗଦାନ ଦେଇନାହାନ୍ତି ଏବଂ ଦେଶକୁ ଗୌରବାନ୍ୱିତ କରିନାହାନ୍ତି ।

ପ୍ରଧାନମନ୍ତ୍ରୀ କହିଥିଲେ ଯେ, ମହିଳାମାନଙ୍କ ମଧ୍ୟରେ ରହିଥିବା ସମ୍ଭାବନାକୁ ସାକାର ରୂପ ଦେବା ଲାଗି ସରକାର ସଂକଳ୍ପବଦ୍ଧ ହୋଇ କାର୍ଯ୍ୟ କରୁଛନ୍ତି । ସରକାର ଏପରି ନୀତି ପ୍ରଣୟନ କରୁଛନ୍ତି ଯାହା ମାଧ୍ୟମରେ ଏପରି ସମ୍ଭାବନାକୁ ଚିହ୍ନଟ କରାଯାଇପାରିବ । ସେ ଉଲ୍ଲେଖ କରିଥିଲେ ଯେ, ପାରିବାରିକ ସ୍ତରରେ ସବୁ ମହିଳାମାନଙ୍କୁ ନିଷ୍ପତ୍ତି ନେବାର ପ୍ରକ୍ରିୟାରେ ସାମିଲ କରାଯିବା ଗୁରୁତ୍ୱପୂର୍ଣ୍ଣ, ଯାହାଫଳରେ ସେମାନଙ୍କର ଆର୍ଥିକ ସଶକ୍ତିକରଣ ସମ୍ଭବ ହୋଇପାରିବ।

ଆଜାଦୀ କା ଅମୃତ ମହୋତ୍ସବ ପାଳନ ଅବସରରେ ‘ସବକା ପ୍ରୟାସ’ ଉପରେ ସରକାର ଜୋର ଦେଉଥିବା ପ୍ରଧାନମନ୍ତ୍ରୀ କହିଥିଲେ । ସେ କହିଥିଲେ ଯେ, ଭୋକାଲ ଫର ଲୋକାଲ ଭଳି ସରକାରଙ୍କ ପ୍ରୟାସର ସଫଳତା, ମହିଳାମାନଙ୍କର ଯୋଗଦାନ ଉପରେ ନିର୍ଭରଶୀଳ ।

ଦେଶର ଶୀର୍ଷ ନେତୃତ୍ୱଙ୍କ ସହ କଥା ହେବା ଲାଗି ସେମାନଙ୍କୁ ଏକ ମଞ୍ଚ ଯୋଗାଇ ଦେଇଥିବାରୁ ପ୍ରଧାନମନ୍ତ୍ରୀଙ୍କୁ ପୁରସ୍କାର ବିଜେତାମାନେ ଧନ୍ୟବାଦ ଜଣାଇଥିଲେ । ସେମାନେ ଆହୁରି କହିଥିଲେ ଯେ, ପ୍ରଧାନମନ୍ତ୍ରୀଙ୍କୁ ଭେଟିବା ଲାଗି ସୁଯୋଗ ପାଇବା ଏବଂ ତାଙ୍କ ସହିତ କଥା ହେବା ଦ୍ୱାରା ସେମାନଙ୍କ ସ୍ୱପ୍ନ ସାକାର ହେବା ଭଳି ଅନୁଭବ ହେଉଛି । ସେମାନେ ସରକାରଙ୍କ ବିଭିନ୍ନ ଯୋଜନାକୁ ପ୍ରଶଂସା କରିଥିଲେ ଯାହା ସେମାନଙ୍କ ପ୍ରୟାସରେ ଖୁବ୍‌ ଅଧିକ ସହାୟକ ହୋଇଛି । ପୁରସ୍କାର ବିଜେତାମାନେ ବର୍ତ୍ତମାନ ସୁଦ୍ଧା ନିଜର ଯାତ୍ରା ଏବଂ ସେମାନଙ୍କ ଦ୍ଵାରା ଗ୍ରହଣ କରାଯାଇଥିବା ପଦକ୍ଷେପ ବିଷୟରେ କଥା ହୋଇଥିଲେ । ସେମାନେ ନିଜ କାର୍ଯ୍ୟ କ୍ଷେତ୍ର ସମ୍ପର୍କରେ କେତେକ ପରାମର୍ଶ ଏବଂ ସୂଚନା ଦେଇଥିଲେ ।

Explore More
ଶ୍ରୀରାମ ଜନ୍ମଭୂମି ମନ୍ଦିର ଧ୍ଵଜାରୋହଣ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ

ଲୋକପ୍ରିୟ ଅଭିଭାଷଣ

ଶ୍ରୀରାମ ଜନ୍ମଭୂମି ମନ୍ଦିର ଧ୍ଵଜାରୋହଣ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
AI engineering jobs rise by 51%, Vijayawada sees highest growth: India LinkedIn Head

Media Coverage

AI engineering jobs rise by 51%, Vijayawada sees highest growth: India LinkedIn Head
NM on the go

Nm on the go

Always be the first to hear from the PM. Get the App Now!
...
ସୋସିଆଲ ମିଡିଆ କର୍ଣ୍ଣର ଅଗଷ୍ଟ 22, 2026
August 22, 2026

Citizens Appreciate PM Modi’s Leadership Driving India’s Growth, Innovation and Connectivity