ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଭାରତ ମାତାର ବୀର ପୁତ୍ର ଶ୍ୟାମଜୀ କୃଷ୍ଣ ବର୍ମାଙ୍କୁ ତାଙ୍କ ଶ୍ରାଦ୍ଧ ବାର୍ଷିକୀରେ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି। ଶ୍ରୀ ମୋଦୀ କହିଥିଲେ ଯେ ତାଙ୍କ ବୈପ୍ଳବିକ ଚିନ୍ତାଧାରା ଦ୍ୱାରା ସେ ସ୍ୱାଧୀନତା ଆନ୍ଦୋଳନରେ ଏକ ନୂତନ ଚେତନା ଜାଗ୍ରତ କରିଥିଲେ। ତାଙ୍କ ଜୀବନ ଏବଂ ଆଦର୍ଶ ଦେଶର ପ୍ରତ୍ୟେକ ପିଢ଼ିକୁ ଜାତୀୟ ସେବା ଦିଗରେ ପ୍ରେରଣା ଯୋଗାଇବ ବୋଲି ଶ୍ରୀ ମୋଦୀ କହିଛନ୍ତି।
ପ୍ରଧାନମନ୍ତ୍ରୀ 'ଏକ୍ସ ’ରେ ପୋଷ୍ଟ କରିଛନ୍ତି:
"ଭାରତ ମାତାର ବୀର ପୁତ୍ର ଶ୍ୟାମଜୀ କୃଷ୍ଣ ବର୍ମାଙ୍କୁ ତାଙ୍କ ଶ୍ରାଦ୍ଧ ବାର୍ଷିକୀରେ ଶ୍ରଦ୍ଧାଞ୍ଜଳି। ସେ ନିଜର ବୈପ୍ଳବିକ ଚିନ୍ତାଧାରା ଦ୍ୱାରା ସ୍ୱାଧୀନତା ଆନ୍ଦୋଳନରେ ଏକ ନୂତନ ଚେତନା ଜାଗ୍ରତ କରିଥିଲେ। ତାଙ୍କର ଜୀବନ ଏବଂ ଆଦର୍ଶ ଦେଶର ପ୍ରତ୍ୟେକ ପିଢ଼ିକୁ ରାଷ୍ଟ୍ରର ସେବା କରିବା ପାଇଁ ପ୍ରେରଣା ଯୋଗାଇବ ।’’
भारत माता के वीर सपूत श्यामजी कृष्ण वर्मा को उनकी पुण्यतिथि पर सादर नमन। उन्होंने अपने क्रांतिकारी विचारों से आजादी के आंदोलन में नई चेतना जगाई थी। उनका जीवन और आदर्श देश की हर पीढ़ी को राष्ट्रसेवा के लिए प्रेरित करता रहेगा।
— Narendra Modi (@narendramodi) March 30, 2026


