ଦୁଇ ନେତା ପଶ୍ଚିମ ଏସିଆର ସ୍ଥିତି ଉପରେ ଆଲୋଚନା କରିଛନ୍ତି
ସେମାନେ ଆତଙ୍କବାଦ, ହିଂସା ଏବଂ ସାଧାରଣ ନାଗରିକଙ୍କ ଜୀବନ ହାନିକୁ ନେଇ ଚିନ୍ତା ପ୍ରକଟ କରିବା ସହ ମିଳିତ ପ୍ରୟାସ ପାଇଁ ଆହ୍ୱାନ ଦେଇଛନ୍ତି
ବ୍ରାଜିଲର ଜି-୨୦ ସଭାପତିତ୍ୱକୁ ଭାରତର ପୂର୍ଣ୍ଣ ସମର୍ଥନ ଜଣାଇଛନ୍ତି ପ୍ରଧାନମନ୍ତ୍ରୀ
ସମସ୍ତ କ୍ଷେତ୍ରରେ ଦ୍ୱିପାକ୍ଷିକ ସହଯୋଗକୁ ଆହୁରି ସୁଦୃଢ଼ କରିବା ଉପରେ ଆଲୋଚନା

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ସହିତ ଆଜି ବ୍ରାଜିଲ ରାଷ୍ଟ୍ରପତି ମହାମହିମ ଲୁଇଜ ଇନାସିଓ ଲୁଲା ଡା ସିଲଭା ଟେଲିଫୋନରେ କଥା ହୋଇଛନ୍ତି। 

ଉଭୟ ନେତା ପଶ୍ଚିମ ଏସିଆର ସାମ୍ପ୍ରତିକ ପରିସ୍ଥିତିକୁ ନେଇ ଚିନ୍ତା ପ୍ରକଟ କରିଥିଲେ।

ଉଭୟ ନେତା ଆତଙ୍କବାଦ, ହିଂସା ଏବଂ ସାଧାରଣ ନାଗରିକଙ୍କ ଜୀବନ ହାନି କୁ ନେଇ ଗଭୀର ଉଦ୍‌ବେଗ ପ୍ରକାଶ କରିବା ସହ ପରିସ୍ଥିତିର ଶୀଘ୍ର ସମାଧାନ ପାଇଁ ମିଳିତ ପ୍ରୟାସ କରିବାକୁ ଆହ୍ୱାନ ଦେଇଛନ୍ତି।

ପ୍ରଧାନମନ୍ତ୍ରୀ ଜି-୨୦ର ବ୍ରାଜିଲ ଅଧ୍ୟକ୍ଷତାର ସଫଳତା ପାଇଁ ଭାରତର ସମ୍ପୂର୍ଣ୍ଣ ସମର୍ଥନ ଜଣାଇଥିଲେ ।

ନୂଆଦିଲ୍ଲୀରେ ଜି-୨୦ ଶିଖର ସମ୍ମିଳନୀ ଅବସରରେ ହୋଇଥିବା ବୈଠକ ପରେ ସମସ୍ତ କ୍ଷେତ୍ରରେ ଦ୍ୱିପାକ୍ଷିକ ସହଯୋଗକୁ ଆହୁରି ସୁଦୃଢ଼ କରିବା ଉପରେ ମଧ୍ୟ ସେମାନେ ଆଲୋଚନା କରିଥିଲେ।

 

Explore More
ଶ୍ରୀରାମ ଜନ୍ମଭୂମି ମନ୍ଦିର ଧ୍ଵଜାରୋହଣ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ

ଲୋକପ୍ରିୟ ଅଭିଭାଷଣ

ଶ୍ରୀରାମ ଜନ୍ମଭୂମି ମନ୍ଦିର ଧ୍ଵଜାରୋହଣ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
'Housing for all' by 2029: Centre approves Rs 10,021 crore fund for PMAY-G in 12 states

Media Coverage

'Housing for all' by 2029: Centre approves Rs 10,021 crore fund for PMAY-G in 12 states
NM on the go

Nm on the go

Always be the first to hear from the PM. Get the App Now!
...
ସୋସିଆଲ ମିଡିଆ କର୍ଣ୍ଣର ଜୁନ 3, 2026
June 03, 2026

One Vision, Many Fronts: How PM Modi is Building Viksit Bharat Across Tech, Defense, Green Energy & Welfare